ୱେବ୍‌ ଚ୍ୟାନେଲ ଅଫିସ ଭିତରେ ଚାଲିଥିଲା ଦେହ ବ୍ୟବସାୟ, ମାଡି ବସିଲା ପୋଲିସ୍ , ତାପରେ କିଛି ଏପରି ଘଟିଥିଲା...

Sex racket busted in Cuttack

ଓଡ଼ିଆ ଗସିପ ବ୍ୟୁରୋ: ଖୁଲମ୍ ଖୁଲା ଚାଲିଥିଲା ଦେହ ବେପାର । ତାହା ପୁଣି ବାଦାମବାଡ଼ି ଥାନା ସୂର୍ଯ୍ୟବିହାର ଲେନରୁ ଏକ ବଡ଼ଧରଣର ସେକ୍ସ ରାକେଟ କମିସନରରେଟ ପୁଲିସ ଠାବ କରିଛି । ଆଜି ଅପରାହ୍ନରେ ପୁଲିସ ସ୍ପେସିଆଲ ସ୍କ୍ୱାର୍ଡ ବିଶେଷ ସୂତ୍ରରୁ ଖବର ପାଇ ସେଠାରେ ଚଢ଼ଉ କରିଥିଲା ।

ଚଢ଼ଉ ସମୟରେ ସେହି ଘରୁ ୫ ଜଣ ଦେହଜୀବୀଙ୍କ ସହ ୨ ଗ୍ରାହକଙ୍କୁ ଠାବ କରାଯାଇଛି । ଅଟକ ଥିବା ୫ ଦେହଜୀବୀଙ୍କ ମଧ୍ୟରେ ଜଣେ ରାଣୀ ମହୁମାଛି ମଧ୍ୟ ରହିଛି । ସବୁଠାରୁ ବଡ଼ କଥା ହେଲା ଏକ ୱେବ୍‌ ଚ୍ୟାନେଲ ଅଫିସ ଭିତରେ ଚାଲିଥିଲା ଏହି ସେକ୍ସ ରାକେଟ ।

ଦୀର୍ଘ ଦିନ ହେବ ଏହି ସେକ୍ସ ରାକେଟ ଚାଲିଥିବା ନେଇ ସ୍ଥାନୀୟ ବାସିନ୍ଦା ଅଭିଯୋଗ କରି ଆସୁଥିଲେ । ତେବେ ଏହି ଘଟଣା ଏବେ କଟକରେ ଚହଳ ପକାଇଛି । ସେପଟେ ଥାନାର ପାଖରେ ଏପରି କାର୍ଯ୍ୟକୁ ପୁଲିସ କିପରି ଜାଣି ପାରିଲା ନାହିଁ ତାହାକୁ ନେଇ ମଧ୍ୟ ଏକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ତେବେ ଏହି ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି ବାଦାମବାଡ଼ି ଥାନା ପୁଲିସ । ରାଣୀ ମହୁମାଛି କଟକର ନାଁ ବାହାରର ତାହାର ଖୋଳତାଡ଼ ଜାରି ରଖିଛି ପୁଲିସ । ବିଶେଷ କରି ସେ ୱେବ ଚ୍ୟାନେଲ ଅଫିସକୁ ନେଇ ମଧ୍ୟ ପୁଲିସ ତଦନ୍ତ ଆରମ୍ଭ କରିଛି ।

ତେବେ ଦେହଜୀବୀମାନଙ୍କୁ ଉଦ୍ଧାର କରିବା ସମୟରେ ଅନେକ ସାମଗ୍ରୀ ଜବତ କରିଛି ପୁଲିସ । ଏହି ଘଟଣା ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି । କେତେ ଦିନ ପୂର୍ବରୁ ଏହି ଅନୈତିକ କାର୍ଯ୍ୟ ସେ ୱେବ ଚ୍ୟାନେଲ ଅଫିସରେ ଚାଲିଥିଲା ।

ଆଉ ଏଥିରେ ୱେବ ଚ୍ୟାନେଲର ସମ୍ପୃକ୍ତି ରହିଛି ନାଁ ନାହିଁ ତାହା ତଦନ୍ତ ପରିସରଭୁକ୍ତ ରହିଛି । ୪ ଜଣ ଦେହଜୀବୀ ଅଟକ ଥିଲା ବେଳେ ରାଣୀ ମହୁମାଛିକୁ ଗିରଫ ଦର୍ଶାଇଛି ପୁଲିସ । ଏହାସହ କିଛି ଗ୍ରାହକଙ୍କୁ ମଧ୍ୟ ଏବେ ପୁଲିସ ଅଟକ ରଖି ପଚାରାଉଚୁରା କରୁଛି । ଆଉ ଖୁବ ଶୀଘ୍ର ଏହି ଘଟଣାର ସତ୍ୟାସତ୍ୟ ସାମ୍ନାକୁ ଆସିବ ବୋଲି କହିଛନ୍ତି ଡିସିପି ।

Share this story