୨୪ରେ ଆଉ ଏକ ଲଘୁଚାପ ସମ୍ଭାବନା, ଦାଉ ସାଧିବ ଲଗାଣ ବର୍ଷା

ଓଡ଼ିଆ ଗସିପ୍ ବ୍ୟୁରୋ: ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖରେ ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ହେବ କେନ୍ଦ୍ରୀଭୂତ । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ଜୁଲାଇ ଶେଷ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ନନ୍ ଷ୍ଟପ୍ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଅଧିକ ପଢ଼ନ୍ତୁ: ସଭିଙ୍କ ଦୁଃଖସୁଖର ସାଥୀ ରାଣୀ, ଜାଣନ୍ତୁ କିଛି ଖାସ୍ କଥା
ଲଗାଣ ବର୍ଷା ଯୋଗୁଁ ତଳ ମୁଣ୍ଡରେ ସୃଷ୍ଟି ହୋଇପାରେ ବନ୍ୟା ସ୍ଥିତି ।ଅନ୍ୟପଟେ ଆଜି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ନେଲା ଲଘୁଚାପର ରୂପ। ଉତ୍ତର-ପଶ୍ଚିମ ପାଶ୍ୱବର୍ତ୍ତୀ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
୨୪ ରେ ସୃଷ୍ଟି ହେବ ଆଉ ଏକ #ଲଘୁଚାପକ୍ଷେତ୍ର !!!
— Meteorological Centre, Bhubaneswar (@mcbbsr) July 20, 2023
୨୪ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି
ଏହାସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏ ସକ୍ରିୟ ରହିଛି। ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି।
ଅଧିକ ପଢ଼ନ୍ତୁ: ଚତୁର୍ଥୀ ପୂର୍ବରୁ ନାବାଳିକାଙ୍କୁ ଉଦ୍ଧାର କଲା ଚାଇଲଡ ଲାଇନ୍
ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଏନେଇ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି।
ଅଧିକ ପଢ଼ନ୍ତୁ: ସୀମା ହାଇଦର୍ଙ୍କୁ ସୀମା ପାର୍ କରାଇବାରେ ରହିଛି ତୃତୀୟ ଲୋକର ହାତ
ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଏଥିସହ ଉପକୂଳ ଓଡ଼ିଶା ମଧ୍ୟ ଭିଜବ । ଏଥିସହ ତଳିଆ ଅଞ୍ଚଳରେ ଭୂସ୍ଖଳନ ଓ ବନ୍ୟା ସ୍ଥିତି ମଧ୍ୟ ଉପୁଜିପାରେ ବୋଲି ପାଣିପାଗ ବୈଜ୍ଞାନିକ ମତ ରଖିଛନ୍ତି।