ଦାନା ବାନ୍ଧୁଛି ଲଘୁଚାପ, ସାରା ରାଜ୍ୟକୁ ୟେଲୋ ୱାର୍ଣ୍ଣିଂ: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Another low pressure to trigger havey rains in Odisha
ଦାନା ବାନ୍ଧୁଛି ଲଘୁଚାପ, ସାରା ରାଜ୍ୟକୁ ୟେଲୋ ୱାର୍ଣ୍ଣିଂ: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଓଡ଼ିଆ ଗସିପ୍ ବ୍ୟୁରୋ: ଆସନ୍ତା ୭ ତାରିଖ ଯାଏ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ଦାନା ବାନ୍ଧୁଥିବା ବେଳେ ଏହାର ପ୍ରଭାବରେ ଆସନ୍ତା ୪ ଦିନ ରାଜ୍ୟର କେତେକ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ଏବଂ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। 

ଅଧିକ ପଢ଼ନ୍ତୁ: କାଉନସିଲରରୁ ବାଚସ୍ପତି ହେବ ଯାଏଁ ସୂର୍ଯ୍ୟ ପାତ୍ରଙ୍କ ପଲିଟିକାଲ ଯାତ୍ରା ବିଷୟରେ ଜାଣନ୍ତୁ ସଂକ୍ଷେପରେ...

ଏହା ସହିତ ୧୫ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସହ ଝଡ଼ବର୍ଷା ଏବଂ ବଜ୍ରପାତ ସମ୍ଭାବନା ରହିଛି ବୋଲି ମଧ୍ୟ ସୂଚନା ମିଳିଛି। ରବିବାର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଥିବା ବେଳେ ସୋମବାରଠାରୁ ବର୍ଷାର ପରିମାଣ ବଢ଼଼ିବ। କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ବାୟୁମଣ୍ଡଳର ୫.୮ କିମି ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି।

ଅଧିକ ପଢ଼ନ୍ତୁ: ଆଜିଠୁ ଦେଶରେ ପରିବର୍ତ୍ତନ ହେବ ଏହି ୫ଟି ନିୟମ, ସିଧା ଆପଣଙ୍କ ପକେଟ୍‌ ଉପରେ ପଡିବ ପ୍ରଭାବ 

ଏହି ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା ୭ ତାରିଖ ଯାଏଁ ରାଜ୍ୟରେ ବିସ୍ତୃତ ବର୍ଷା ହେବ। ୪ ତାରିଖରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଏବଂ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

ଅଧିକ ପଢ଼ନ୍ତୁ: ବିଶ୍ୱରେ ପ୍ରଥମ ଥର ପାଇଁ ଆବିଷ୍କାର ହେଲା ଚମତ୍କାରୀ ଇଞ୍ଜେକ୍ସନ, ମାତ୍ର ୭ ମିନିଟରେ ହେବ କ୍ୟାନ୍ସର ଚିକିତ୍ସା

ସେହିପରି ଖୋର୍ଦ୍ଧା, ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର, ଅନୁଗୋଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବରଗଡ଼, ରାୟଗଡ଼ା, ବଲାଙ୍ଗୀର, ନୂଆପଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାବ୍ୟତୀତ ପୂରା ରାଜ୍ୟବ୍ୟାପୀ ଝଡ଼ବର୍ଷା ସହ ବଜ୍ରପାତ ହେବା ନେଇସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ବର୍ଷା ଲାଗି ରହିବାକୁ ଥିବାବେଲେ ଏହାପରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

Share this story