ଚଳିତମାସ ଏହି ତାରିଖ ବେଳକୁ ପୁଣି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ !

Another low pressure to trigger rains in Odisha
ଚଳିତମାସ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ କ୍ଷେତ୍ର !

ଓଡ଼ିଆ ଗସିପ୍ ବ୍ୟୁରୋ: ଗଭୀର ଅବପାତ ପରେ ରାଜ୍ୟରେ ଲାଗି ରହିଥିଲା ବର୍ଷା। ଗତ ଦୁଇ ଦିନ ହେବ ରାଜ୍ୟରେ ଲଗାଣ ବର୍ଷାର ପ୍ରକୋପ ଦେଖିବାକୁ ମିଳିଥିଲା, ବଙ୍ଗୋପ ସାଗରରେ ସୃଷ୍ଟ ଗଭୀର ଅବପାତ ଗତକାଲି ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି । 

ଏହା ବର୍ତ୍ତମାନ ଗାଙ୍ଗୀୟ ପଶ୍ଚିମବଙ୍ଗ ଅଞ୍ଚଳରେ ସକ୍ରିୟ ରହିଛି । ଏହା ଦୁର୍ବଳ ହୋଇ ଧୀରେ ଧୀରେ ଝାଡ଼ଖଣ୍ଡ ମୁହାଁ ହେଉଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ରାଜ୍ୟରେ ଆଜିଠାରୁ ବର୍ଷାର ପରିମାଣ କମିବ ।

ଅଧିକ ପଢନ୍ତୁ :- ଏହି ଦୁଇ ରାଶି ଥିବା ବ୍ୟକ୍ତି ବିଶେଷ ହେବେ ସବୁଠାରୁ ଭାଗ୍ୟବାନ, ଅଗଷ୍ଟରେ ରହିଛି ଦୁଇ ଦୁଇଟି ରାଜଯୋଗ

ପାଣିପାଗ ବିଭାଗର ସୂଚନା ଅନୁସାରେ ରାଜ୍ୟର ୪ଟି ବ୍ଲକରେ ୩୦୦ ମିଲିମିଟରରୁ ଅଧିକ ବର୍ଷା ରେକର୍ଡ ହୋଇଥିବାବେଳେ ୧୭ଟି ବ୍ଲକରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ହୋଇଛି । ଅନ୍ୟପକ୍ଷରେ ଚଳିତମାସ ୧୦ତାରିଖ ବେଳକୁ ବଙ୍ଗୋପସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆନ୍ତର୍ଜାତୀୟ ପାଣିପାଗ ସଂସ୍ଥା ସ୍କାଇମେଟ୍‍ ଅନୁମାନ କରିଛି ।

ଅଧିକ ପଢନ୍ତୁ :- ଗୁରୁ ଚଣ୍ଡାଳ ଯୋଗ, ୩ ମାସ ପର୍ଯ୍ଯନ୍ତ ସମସ୍ଯାରେ ଘାଣ୍ଟି ହେବେ ଏହି ୫ ରାଶି, ସବୁ କାମରେ ହେବେ ବିଫଳ।

ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର ବିପଦସଙ୍କେତ ଉପରେ ପ୍ରବାହିତ ହେବା ସହ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜସ୍ୱ ମନ୍ତ୍ରୀ ଏବଂ ସ୍ୱତନ୍ତ୍ର ରିଲିଫ କମିଶନର-ଏସ୍‍ଆର୍‍ସି ଗତକାଲି ସ୍ଥିତିର ସମୀକ୍ଷା କରିଛନ୍ତି । ଏସ୍‍ଆର୍‍ସିଙ୍କ ସୂଚନା ଅନୁସାରେ ୧୭ଟି ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଗତକାଲି ସନ୍ଧ୍ୟାସୁଦ୍ଧା ବନ୍ୟା ଆଶଙ୍କିତ ଅଞ୍ଚଳକୁ ହଜାର ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି । ସେ କହିଛନ୍ତି ୯୦ଟି ସ୍ଥାନରେ ଲୋକମାନଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି । ସମ୍ଭାବ୍ୟ ବନ୍ୟାସ୍ଥିତିର ମୁକାବିଲା ପାଇଁ ରାଜ୍ୟର ୧୦ଟି ଜିଲ୍ଲାରେ ଓଡ୍ରାଫ୍‍, ଏନ୍‍ଡିଆର୍‍ଏଫ୍‍ ଓ ଅଗ୍ନିଶମ ବାହିନୀର ୨୩ଟି ଟିମ୍‍ ମୁତୟନ କରାଯାଇଛି ।
 

Share this story