ଆସୁଛି ବଡ଼ ବର୍ଷା, ପଛକୁ ପଛ ୨ଟି ଲଘୁଚାପ, ଏହି ତାରିଖରୁ ରାଜ୍ୟରେ ପ୍ରବଳ ଛେଚିବ 
 

Back To Back Low Pressures Likely To Trigger Heavy Rainfall  across Odisha
ପଛକୁ ପଛ ୨ଟି ଲଘୁଚାପ, ଏହି ତାରିଖରୁ ରାଜ୍ୟରେ ପ୍ରବଳ ଛେଚିବ 

ଓଡ଼ିଆ ଗସିପ୍ ବ୍ୟୁରୋ: ଆସୁଛି ବଡ଼ ବର୍ଷା। ପଛକୁ ପଛ ଦୁଇଟି ଲଘୁଚାପ ଯୋଗୁଁ ସାରା ରାଜ୍ୟରେ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷାର ପ୍ରକୋପ ସପ୍ତାହେରୁ ଊର୍ଦ୍ଧ୍ବ ସମୟ ପର୍ଯ୍ୟନ୍ତ ରହିବ। ଏହି ସମୟରେ ସ୍ୱାଭାବିକ ତୁଳନାରେ ଦୁଇଗୁଣା ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। 

ଅଧିକ ପଢ଼ନ୍ତୁ: ଏହି ରାଶି ବ୍ୟକ୍ତିଙ୍କ ପାଇଁ ଆଗାମୀ ୧୧୮ ଦିନ ରହିବ ବରଦାନ ଭଳି, ବୃହସ୍ପତି କରିଦେବେ ମାଲାମାଲ୍

ପାଣିପାଗ ବିଶେଷଜ୍ଞ ପ୍ରଫେସର୍‌ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ଆସନ୍ତା ୧୨ ଓ ୧୯ରେ ଉତ୍ତର ବଙ୍ଗୋପସାଗରରେ ୨ଟି ଲଘୁଚାପ ସୃଷ୍ଟି ହେବ। ଏହାଦ୍ୱାରା ରାଜ୍ୟରେ ଭଲ ବର୍ଷା ହେବ। ଗତ ଲଘୁଚାପଟି ମଧ୍ୟପ୍ରଦେଶ ଓ ପୂର୍ବ ମହାରାଷ୍ଟ୍ରରେ ରହିଛି ଓ ତାହାର ବାହ୍ୟବଳୟ ଉତ୍ତର ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି।

ଅଧିକ ପଢ଼ନ୍ତୁ: ମଙ୍ଗଳ ଗ୍ରହର ଗୋଚର ଫଳରେ ଏହି ତାରିଖରୁ ୩ ରାଶିଙ୍କ ଜୀବନରେ ଭରିଯିବ ସୁଖ-ଶାନ୍ତି ସହ ଧନ-ସମ୍ପତ୍ତି 

ଫଳରେ ୧୧ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପ ବର୍ଷାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ବଳୟ ହେତୁ ୧୨ ତାରିଖରେ ବର୍ଷା ବଢ଼଼ିବ। ୧୩ରେ ଲଘୁଚାପ ସୃଷ୍ଟି ହୋଇ ୧୪ରେ ଅନେକ ସ୍ଥାନରେ ମଧ୍ୟମ ଧରଣର ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ଅଧିକ ପଢ଼ନ୍ତୁ: ଏମାନଙ୍କ ପାଇଁ ଆଜି ଦିନଟି ଖରାପ; ଜାଣନ୍ତୁ ଆପଣଙ୍କ ରାଶିଫଳ, କେମିତି କଟିବ ଆଜିର ଦିନ 

୧୫ ଓ ୧୬ରେ ବିସ୍ତୃତ ଅଞ୍ଚଳରେ ମଧ୍ୟମଧରଣର ବର୍ଷା ହୋଇପାରେ। ୧୯ତାରିଖରେ ଉତ୍ତର ବଙ୍ଗୋପସାଗର ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ସେପ୍ଟେମ୍ବର ମାସର ତୃତୀୟ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ପରବର୍ତ୍ତୀ ୪୮ଘଣ୍ଟାରେ ଲଘୁଚାପ ସୃଷ୍ଟି ହୋଇପାରେ।

ଅଧିକ ପଢ଼ନ୍ତୁ: ମୃତ୍ୟୁ ପୂର୍ବରୁ ମିଳିଥାଏ ଏହି ଲକ୍ଷଣ; ୪୦ ସେକେଣ୍ଡ ପୂର୍ବରୁ ଘଟିଥାଏ ଏହି ଭୟାନକ ଓ କଷ୍ଟଦାୟକ ଘଟଣା!

ଏହାଦ୍ୱାରା ସାରା ରାଜ୍ୟରେ ବର୍ଷା ହୋଇପାରେ। ଆକଳନ କରାଯାଉଛି ଯେ ଆସନ୍ତା ୧୧ ଦିନ ମଧ୍ୟରେ (୧୧-୨୧) ରାଜ୍ୟରେ ସମୁଦାୟ ବର୍ଷା ସ୍ୱାଭାବିକଠାରୁ ଦୁଇଗୁଣା ଅଧିକ ହୋଇପାରେ। ଏହି ସମୟରେ ସମ୍ଭବତଃ ଉତ୍ତର ଉପକୂଳରେ କିଛି କମ୍‌‌ ବର୍ଷା ହୋଇପାରେ ବୋଲି ସେ କହିଛନ୍ତି। ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ୧୨ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ନୂଆ ଘୂର୍ଣ୍ଣିବଳୟ ସୃଷ୍ଟି ହେବ।

ଅଧିକ ପଢ଼ନ୍ତୁ: ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 

ପ୍ରଭାବରେ ରାଜ୍ୟରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବ। ଉକ୍ତ ଦିନ ଅନୁଗୁଳ, ବୌଦ୍ଧ, ଢେଙ୍କାନାଳ, ନୟାଗଡ଼, କଟକ, କନ୍ଧମାଳ, ଖୋର୍ଦ୍ଧା ଓ ଗଞ୍ଜାମ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାକୁ ଥିବାରୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର କହିଛି।

ଅଧିକ ପଢ଼ନ୍ତୁ: ଆର୍ଥିକ ସଙ୍କଟରୁ ମୁକ୍ତି ପାଇବା ପାଇଁ ଚାହୁଁଛନ୍ତି, ତାହାହେଲେ ଶୁକ୍ରବାର ରାତିରେ କରନ୍ତୁ ଏହି ଗୁପ୍ତ ଉପାୟ

Share this story