+୨ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଏହିଦିନ ବାହାରିବ Results
Updated: May 18, 2026, 16:19 IST
ଓଡ଼ିଆ ଗସିପ ବ୍ୟୁରୋ (ସ୍ୱତନ୍ତ୍ର ପ୍ରତିନିଧି, ଭୁବନେଶ୍ୱର): ଯୁକ୍ତ ଦୁଇ (+୨) ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର । ଚଳିତ ବର୍ଷ ଆସନ୍ତା ମେ ୨୦ ତାରିଖରେ ପ୍ରକାଶ ପାଇବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଫଳ ।
ଏହି ଦିନ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ (Vocational) ଶିକ୍ଷା ସମେତ ସମସ୍ତ ବିଭାଗର ରେଜଲ୍ଟ ଏକାସାଙ୍ଗରେ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।
ଚଳିତ ବର୍ଷ ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଫେବୃଆରୀ ୧୮ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ ଯୁକ୍ତ ଦୁଇ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏହି ପରୀକ୍ଷାରେ ସମଗ୍ର ରାଜ୍ୟରୁ ପ୍ରାୟ ୩,୯୩,୬୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।
.png)
