ଦିଲ୍ଲୀ ଭଳି ହୋଇଯିବନି ତ ଓଡ଼ିଶା! ଫୁଲୁଛି ମହାନଦୀ, ଗର୍ଜୁଛି ହୀରାକୁଦ, 

bipada anibaki upara mundara barsha

ଓଡ଼ିଆ ଗସିପ୍ ବ୍ୟୁରୋ: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବଢିବାରେ ଲାଗିଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୯୦ ହଜାର ୧୨୧ କ୍ୟୁସେକ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ନିଷ୍କାସିତ ହେଉଛି ୩୯ ହଜାର ହଜାର କ୍ୟୁସେକ ଜଳ।

ଅଧିକ ପଢ଼ନ୍ତୁ: ଯୁକ୍ତ ୨ ପାଠ ପଢ଼଼ି କରୁଥିଲେ ରୋଗୀଙ୍କ ଚିକିତ୍ସା, ଏହି ବଡ କଲେଜରୁ ଡିଗ୍ରୀ ହାସଲ କରିଥିବା କହି ଫସିଲେ ନକଲି ଡାକ୍ତର

ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ରହିଛି ୬୦୭.୦୮ ଫୁଟ। ତେବେ ବର୍ତ୍ତମାନ କୌଣସି ଗେଟ୍‌ ଖୋଲିବା ସମ୍ଭାବନା ନଥିବା ସୂଚନା ଦେଇଛନ୍ତି ହୀରାକୁଦ ମୁଖ୍ୟ ଯନ୍ତ୍ରୀ।

ସେପଟେ ଆସନ୍ତା ୨୪ ଘଣ୍ଟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ କାଲିଠୁ ପୁଣି ବର୍ଷା (rain) ହେବ । ୨୨ ତାରିଖ ଯାଏ ପ୍ରବଳ ବର୍ଷିବ । ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବା ସହ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଅଧିକ ପଢ଼ନ୍ତୁ: ଖାଆନ୍ତୁ ‘କୋଳଥ ଡାଲି’, ମିଳିବ ଅନେକ ଫାଇଦା

ଆଜି ପୁରୀ ସମେତ ଦକ୍ଷିଣ ଓଡ଼ିଶାର ୭ ଜିଲ୍ଲାକୁ (yellow warning) ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ। ସେହିଭଳି ୧୯ ତାରିଖ ଦିନ ମାଲକାନଗିରି,କୋରାପୁଟ,ନବରଙ୍ଗପୁର,ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଅଧିକ ପଢ଼ନ୍ତୁ: ଭୁବନେଶ୍ୱର ପାଇଁ ଭିଡ଼ାଭିଡ଼ି ହେଉଛନ୍ତି କି ଅପରାଜିତା- ଶ୍ରୀମୟୀ? ଟ୍ୱିଟରରେ ଚାଲିଛି ୱାର

୨୦ ତାରିଖ ଦିନ ରାଜ୍ୟରେ ବର୍ଷାର ପ୍ରଭାବ ବଢ଼ିବ। ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଭାଗ । ୨୧ ତାରିଖ ଦିନ ବି ସାରା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ଯାଏ ବର୍ଷିପାରେ । 

Share this story