୯ ବିଧାନସଭା ଆସନ ଓ ଗୋଟିଏ ଲୋକସଭା ଆସନା ପାଇଁ ପ୍ରାର୍ଥୀ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
 

BJD Announces Fourth List Of of candidates for assembly and lok sabha election
ବିଜେଡିର ପ୍ରାର୍ଥୀ ଘୋଷଣା

ଓଡ଼ିଆ ଗସିପ୍ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପାଇଁ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ୯ ବିଧାନସଭା ଆସନ ଓ ବାକି ରହିଥିବା ଗୋଟିଏ ଲୋକସଭା ଆସନା ପାଇଁ ତାଲିକା ଘୋଷଣା କରିଛନ୍ତି। ବାଲେଶ୍ବର ଲୋକସଭା ଆସନରୁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ବିଜେଡି ପ୍ରାର୍ଥୀ କରିଛି। ସେହିପରି ୯ ବିଧାନସଭା ଆସନରୁ….

ଆଧିକ ପଢନ୍ତୁ : ଧକ୍ ଧକ୍ ସହ ମୁଣ୍ଡର ଗୋଟିଏ ପଖାରେ ହେଉଛି କି ମୁଣ୍ଡବଥା? ଜାଣନ୍ତୁ ଏହାର କାରଣ ଓ ଉପଚାର...

ଲକ୍ଷ୍ମୀପୁର- ପ୍ରଭୁ ଜାନି
ପାରାଦୀପ- ଗୀତାଞ୍ଜଳି ରାଉତରାୟ
ସମ୍ବଲପୁର- ପ୍ରସନ୍ନ ଆଚାର୍ଯ୍ୟ
ରେଢ଼ାଖୋଲ- ରୋହିତ ପୂଜାରୀ
ତେଲକୋଇ- ମାଧବ ସର୍ଦ୍ଦାର
ତାଳଚେର- ବ୍ରଜ ପ୍ରଧାନ
ନର୍ଲା- ମନୋରମା ମହାନ୍ତି
ବାଲିଗୁଡ଼ା- ଚକ୍ରମଣି କହଁର
ଭୁବନେଶ୍ବର ମଧ୍ୟ- ଅନନ୍ତ ନାରାୟଣ ଜେନା

ଆଧିକ ପଢନ୍ତୁ : କିଡ଼ନୀକୁ ରୋଗ ମୁକ୍ତ ରଖିବ ଏହି ୫ଟି ସୁପରଫୁଡ୍, ଷ୍ଟୋନ୍ ସୃଷ୍ଟି ହେବା ଆଶଙ୍କାକୁ ମଧ୍ୟ କରିବ କମ୍ !

ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୨୭ ତାରିଖରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଥମ ପର୍ଯ୍ୟାୟରେ ୯ ଲୋକସଭା ଓ ୭୨ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲେ। ଏହାପରେ ସେହି ଦିନ ପୁଣି ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ଆଉ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲେ। 

ପରେ ଏପ୍ରିଲ ୩ରେ ୫ ଲୋକସଭା ଆସନ ଓ ୨୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଥିଲେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ତେବେ ବର୍ତ୍ତମାନ ସୁଦ୍ଧା ଚଳିତ ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ ସମସ୍ତ ଲୋକସଭା ଆସନ ଓ ୧୧୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରି ସାରିଛି। ଆଉ ୩୦ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା ହୋଇନାହିଁ।

ଆଧିକ ପଢନ୍ତୁ : ସକାଳୁ ସକାଳୁ ପେଟ ସଫା ହେଉନି କି ? କରନ୍ତୁ ଏହି କାମ, ଥରକେ ହେବ ସଫା...
 

Share this story