କାର୍ ଉପରକୁ ବୋମାମାଡ଼, ଅଳ୍ପକେ ବର୍ତ୍ତିଗଲେ ପୂର୍ବତନ ମେୟର
 

Bombs hurled at former Berhampur Mayor's car
ବୋମାମାଡ଼, ଅଳ୍ପକେ ବର୍ତ୍ତିଗଲେ ପୂର୍ବତନ ମେୟର
 

ଓଡ଼ିଆ ଗସିପ୍ ବ୍ୟୁରୋ: ବ୍ରହ୍ମପୁର ଗୋଶାଣୀନୂଆଁ ବଡ଼ ସାହି ଠାରେ ବ୍ରହ୍ମପୁରର ପୂର୍ବତନ ମେୟର ଶିବ ଶଙ୍କର ଦାଶଙ୍କ ଗାଡି ଉପରକୁ ବୋମା ମାଡ଼ ହୋଇଛି । ଏଥିରେ କେହି ଆହତ ହୋଇନଥିବା ବେଳେ ଗାଡିର ଆଗ ଭାଗ ଭାଙ୍ଗିଥିବା ଦେଖିବାକୁ ମିଳିଛି ।

ଅଧିକ ପଢ଼ନ୍ତୁ: ଡାଇବେଟିସ ହେବା ପୂର୍ବରୁ ଶରୀରରେ ଦେଖା ଦିଏ ଏସବୁ ଲକ୍ଷଣ, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ

ଖବରପାଇ ଘଟଣାସ୍ଥଳରେ ଟାଉନ ଏସଡିପିଓ ରାଜୀବ ଲୋଚନ ପଣ୍ଡା, ଗୋଶାଣୀନୁଆ ଥାନା ଅଧିକାରୀ ସ୍ମୃତି ପ୍ରଭା ପ୍ରଧାନ ଓ ଟାଉନ ଥାନା ଅଧିକାରୀ ସୁରେଶ ତ୍ରିପାଠୀ ପ୍ରମୁଖ ପହଞ୍ଚି ତନାଘନା କରୁଥିବା ଦେଖିବାକୁ ମିଳିଛି ।

ଅଧିକ ପଢ଼ନ୍ତୁ: ଲିଭର ସୁସ୍ଥ ରହିଲେ ମିଳିବ ଅନେକ ରୋଗରୁ ରକ୍ଷା, ଜାଣନ୍ତୁ ଲିଭରକୁ ସଫା କରିବାର ୭ଟି ଉପାୟ

ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ପୂର୍ବତନ ମେୟର ଶିବ ଶଙ୍କର ଦାସଙ୍କ ଗାଡ଼ି ଉପରକୁ ବୋମାମାଡ଼ ହୋଇଥିଲା । କିଛି ଦୁର୍ବୃତ୍ତ ଆସି ବୋମାମାଡ଼ କରିଛନ୍ତି ।ବୋମାମାଡରେ କାହାରି କିଛି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି ।

ଅଧିକ ପଢ଼ନ୍ତୁ: ଆର୍ଥିକ ସମସ୍ୟା ସୃଷ୍ଟି ହେବା ସହ ସ୍ବାସ୍ଥ୍ୟ ସମସ୍ୟା ଉପୁଜିବ ଓ ବିବାହ ବିଳମ୍ବ ହେବ, ଜାଣନ୍ତୁ ଆଜିର ରାଶିଫଳ

ଗାଡିର ଆଗ ଭାଗ ଭାଙ୍ଗିରୁଜି ଯାଇଛି । ହଠାତ୍ ବୋମାମାଡ଼ କରି ଘଟଣା ସ୍ଥଳରୁ ଦୁର୍ବୃତ୍ତ ଫେରାର ହୋଇଯାଇଥିଲେ। ତେବେ କେଉଁ କାରଣରୁ ବୋମାମାଡ ହୋଇଛି ତାହା ଅସ୍ପଷ୍ଟ ରହିଛି।

ଅଧିକ ପଢ଼ନ୍ତୁ: ଓଏଏସ୍‌‌ ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ଅଧିକାରୀ କେଉଁଠି ପାଇଲେ ନିଯୁକ୍ତି

Share this story