ଏହି ଜିଲ୍ଲାରେ ‘ଲକ୍ଷ୍ମୀ’ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୯ଲକ୍ଷରୁ ଉର୍ଦ୍ଧ୍ବ ଲୋକ ହେବେ ଉପକୃତ 
 

CM Naveen inaugurates LaccMI bus service In Rayagada
ଏହି ଜିଲ୍ଲାରେ ଗଡ଼ିଲା ‘ଲକ୍ଷ୍ମୀ’ ବସ୍ 
 

ଓଡ଼ିଆ ଗସିପ୍ ବ୍ୟୁରୋ: ଗମନାଗମନ କ୍ଷେତ୍ରରେ ରାୟଗଡ଼ାରେ ଆସିବ ବୈପ୍ଳବିକ ପରିବର୍ତ୍ତନ । ରାୟଗଡା ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ୍। ଲକ୍ଷ୍ମୀ ବସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। 

ଅଧିକ ପଢନ୍ତୁ : ବଙ୍ଗୋପସାଗରରେ ଆସୁଛି ଆଉ ଏକ ବାତ୍ୟା! ଓଡିଶାରେ ପ୍ରଭାବ ନେଇ ଜାଣନ୍ତୁ କଣ କହୁଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର

ରାୟଗଡ଼ା ଜିଲ୍ଲାର ଦୁର୍ଗମ ଚନ୍ଦ୍ରପୁର, କାଶୀପୁର, କଲ୍ୟାଣସିଂପୁର,ଗୁଡାରୀ ଅଞ୍ଚଳରେ ଗମନାଗମନର ସୁବିଧା ଥିଲେ ମଧ୍ୟ ସହଜ ଯାତ୍ରା ହୋଇପାରୁ ନଥିଲା । ଅନେକ ସମୟରେ ଲୋକେ ଟ୍ରାକ୍ଟର, କମାଣ୍ଡର ଉପରେ ବସି ଯିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହେଉଥିଲେ । ଏଣିକି ଏହି ସମସ୍ୟା ଆଉ ରହିବ ନାହିଁ ।

ଅଧିକ ପଢନ୍ତୁ : ନଭେମ୍ବର ୨୭ ରେ ବୁଧ ଗୋଚର ଫଳରେ ବଦଳିଯିବ ଏହି ୨ଟି ରାଶି ଲୋକଙ୍କ ଭାଗ୍ୟ !

୧୧ଟି ବ୍ଲକ ମଧ୍ୟରେ ଏହି ବସ୍ ଯାତାୟତ କରିବାକୁ ଥିବା ବେଳେ ୩୯ଟି ରୁଟରେ ଏହି ସେବା ଯୋଗାଇବ ୫୨ଟି ଲକ୍ଷ୍ମୀ ବସ। ଏହାଦ୍ବାରା ଜିଲ୍ଲାର ୧୮୨ଟି ପଞ୍ଚାୟତର ୯ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ। କମ୍ ଦାମରେ ଘରୁ ବାହାରି ଲୋକେ ଏଣିକି ନିଜର ଗନ୍ତବ୍ୟସ୍ଥଳକୁ ସହଜରେ ପହଞ୍ଚି ପାରିବେ ।

ଅଧିକ ପଢନ୍ତୁ :ଡିସେମ୍ବରରେ ଏହି ୪ଟି ବଡ଼ ଗ୍ରହର ଚଳନ, ଫଳରେ ଏହି ରାଶି ଲୋକଙ୍କ ଜୀବନରେ ହେବ ବଡ଼ ପରିବର୍ତ୍ତନ

ଲକ୍ଷ୍ମୀ ବସ୍ ପିଲାଙ୍କୁ ସ୍କୁଲ, ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନଙ୍କ ଗତିଶୀଳତା ବୃଦ୍ଧି ପାଇବ। ସବୁ ପଞ୍ଚାୟତକୁ ବସ୍ ଯିବ। ଲକ୍ଷ୍ମୀ ଘରେ ଘରେ ଖୁସି ଆଣିବା ସହ ବିକାଶର ଗାଡିକୁ ଆହୁରି ଜୋରରେ ଆଗକୁ ନେବ।

ଅଧିକ ପଢନ୍ତୁ :ଜଙ୍ଗଲରେ ଉଲଗ୍ନ ଅବସ୍ଥାରେ ବିଧବା ମହିଳାଙ୍କୁ ପଥରରେ ଛେଚି ବୀଭତ୍ସ ହତ୍ୟା

Share this story