ଏହି ଦୁଇଟି ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ର ଶୁଭାରମ୍ଭ କରି ୨୪୯ କୋଟି ୫୦ ଲକ୍ଷ ଟଙ୍କା ଭେଟିଦେଲେ ମୁଖ୍ୟମନ୍ତ୍ରୀ
 

Cm Launches ama Odisha Nabin Odisha In 2 More districts of odisha
ଏହି ଦୁଇଟି ଜିଲ୍ଲାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
 

ଓଡ଼ିଆ ଗସିପ୍ ବ୍ୟୁରୋ: ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର ସହ ପ୍ରତି ପୂଜାସ୍ଥଳୀର ହେଉଛି ବିକାଶ । ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରୁଛି ଆମ ଓଡିଶା ନବୀନ ଓଡିଶା । ରାଜ୍ୟ ସରକାରଙ୍କ ଏହି ଐତିହାସିକ ଯୋଜନାରେ ଆଣି ପୁଣି ସାମିଲ ହେବେ ଆଉ ଦୁଇଟି ଜିଲ୍ଲା । କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଆମ ଓଡ଼ିଶା ନବୀନ ଓଡ଼ିଶାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଅଧିକ ପଢ଼ନ୍ତୁ : ଦୀପାବଳିରେ ଦୁର୍ଲଭ ସଂଯୋଗ, ଏମାନଙ୍କୁ ଧନୀ ହେବାରୁ କେହି ରୋକିପାରିବେନି! ଜାଣନ୍ତୁ କାହା ପାଇଁ ଶୁଭ ଓ କାହା ପାଇଁ ଅଶୁଭ...

ଉଭୟ ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପ ପାଇଁ ୨୪୯ କୋଟି ୫୦ ଲକ୍ଷ ଟଙ୍କା ଭେଟିଦେଲେ ମୁଖ୍ୟମନ୍ତ୍ରୀ । କଳାହାଣ୍ଡିରେ ୪ ହଜାର ୬୭୮ଟି ପ୍ରକଳ୍ପ ପାଇଁ ୧୫୫ କୋଟି ଟଙ୍କା ମଞ୍ଜୁର ହେବାକୁ ଥିବାବେଳେ ନବରଙ୍ଗପୁର ଜିଲ୍ଲାରେ ୨ ହଜାର ୯୪୨ଟି ପ୍ରକଳ୍ପ ପାଇଁ ୪୯କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର ଦେଲେ ମୁଖ୍ୟମନ୍ତ୍ରୀ । ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ ଟଙ୍କା ।

ଅଧିକ ପଢ଼ନ୍ତୁ :ନଭେମ୍ବର ମାସରେ ସୂର୍ଯ୍ୟ ଗୋଚର, ଦୁର୍ଲଭ ସଂଯୋଗ ଫଳରେ ଏହି ରାଶିର ଲୋକଙ୍କ ର ବିପୁଳ ଧନଲାଭ!

ରାଜ୍ୟରେ ସବୁ ଗାଁର ବିକାଶ ପାଇଁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଗାଁରେ ଲୋକଙ୍କୁ ମିଳୁଛି ବିକାଶର ଗ୍ୟାରେଣ୍ଟି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ଓ ପ୍ରତି ପୂଜାସ୍ଥଳୀର ବିକାଶ କରାଯାଉଛି । ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍ ସଂଯୋଗ, ବିଜ୍ଞାନ ପାର୍କ, ଦକ୍ଷତା ବିକାଶ କେନ୍ଦ୍ର , ବ୍ୟାଙ୍କିଙ୍ଗ ସୁବିଧା ଆଦି ଯୋଗାଇ ଦେଇ ସବୁ ବର୍ଗଙ୍କ ପାଇଁ ସୁଯୋଗ ସୃଷ୍ଟି କରାଯାଉଛି ।

ଅଧିକ ପଢ଼ନ୍ତୁ : ଚର୍ଚ୍ଚାରେ ୩ ରାଜ୍ୟରେ ୩ଜଣ ପ୍ରଭାବଶାଳୀ ତାମିଲ୍‍ ଅଧିକାରୀ, ଚାକିରି ଛାଡ଼ି ରାଜନୀତିକ ଅଧ୍ୟାୟରେ ରଖିଛନ୍ତି ପାଦ 

Share this story