ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ, କହିଲେ 'ରାଜନୀତି ନୁହେଁ ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗ ଉପରେ କଥା ହେଇଛି'...

CM Naveen meet PM Modi

ଓଡ଼ିଆ ଗସିପ ବ୍ୟୁରୋ: ଦିଲ୍ଲୀ ଗସ୍ତରେ ଥିବା ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ଗଣମାଧ୍ୟମ ସାମ୍ନାରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ହେଲେ ନବୀନ କୌଣସି ନଜନୈତିକ ପ୍ରସଙ୍ଗ କୁ ନେଇ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇନଥିବା କହିଛନ୍ତି ବରଂ ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିବା ସେ କହିଛନ୍ତି ।

ବିଶେଷକରି ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ନେଇ ଦାବି ଉପସ୍ଥାପନ କରିଛନ୍ତି ନବୀନ । ଭୁବନେଶ୍ବରରେ ଏୟାର ଟ୍ରାଫିକ ଜାମ ଯୋଗୁଁ ପୁରୀରେ ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ନେଇ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ବିମାନ ବନ୍ଦରର ସୀମା ନିର୍ଦ୍ଧାରଣ କାମ ସରିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଜଣାଇଛନ୍ତି ।

ଆହୁରି ପଢ଼ନ୍ତୁ : ଘରେ ପଶି ଦୁବୃର୍ତ୍ତ ଝିଅକୁ ହତ୍ୟା କରିବା ପରେ ବାପାଙ୍କ ଚେତାବନୀ: କହିଲେ, ଏଫଆଇଆର ଦେବିନି, କାଟିବି ଅଭିଯୁକ୍ତର ବେକ

ପ୍ରଧାନମନ୍ତ୍ରୀ ଏ ନେଇ ସବୁ ପ୍ରକାର ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ସେହିଭଳି ବର୍ତ୍ତମାନ ତୃତୀୟ ସାମ୍ମୁଖ୍ୟ ଗଠନର ସମ୍ଭାବନା ନାହିଁ ବୋଲି ସେ ଅନୁଭବ କରୁଥିବା କହିଛନ୍ତି । ବିଜେଡି କିନ୍ତୁ ସମଦୂରତା ନୀତିରେ ବିଶ୍ବାସ କରୁଛି ।

Share this story

World Odia Language Conferene