୧୭୫.୫ କୋଟି ଟଙ୍କାର ଅତିରିକ୍ତ ଅନୁଦାନ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେଉଁଥି ପାଇଁ ଖର୍ଚ୍ଚ ହେବ ଏହି ଟଙ୍କା

ଓଡ଼ିଆ ଗସିପ୍ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟିର ଅତିରିକ୍ତ ଅନୁଦାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ । ଚଳିତ ବର୍ଷର ସ୍ୱାଭାବିକ ଅନୁଦାନ ୧୭୫.୫ କୋଟି ଟଙ୍କା ସହିତ ଏହି ଅତିରିକ୍ତ ଅନୁଦାନ ମିଳିବ।
ଅଧିକ ପଢ଼ନ୍ତୁ: ଘରେ ଛାଡିବା ବାହାନାରେ ଶାଳିକୁ ମଦ ପିଆଇ ୪ସାଙ୍ଗ ସହ ମିଶି ଭିଣେଇ କଲା ଦୁଷ୍କର୍ମ, ରାତିସାରା ଚେତାଶୂନ୍ୟ...
ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷମାନଙ୍କ ସହ ଆଲୋଚନା ସମୟରେ ୫ଟି ସଚିବ ଭି.କେ. ପାଣ୍ଡିଆନ ଏହି ସୂଚନା ଦେଇଛନ୍ତି । ଏହା ଦ୍ୱାରା ସ୍ବତନ୍ତ୍ର ଉନ୍ନୟନ ପରିଷଦକୁ ଚଳିତ ବର୍ଷ ସମୁଦାୟ ୩୫୧ କୋଟି ଟଙ୍କାର ଅନୁଦାନ ମିଳବ। ଏହି ଘୋଷଣା ଦ୍ବାରା ଆଭାଷୀ ମାଧ୍ୟମରେ ଉପସ୍ଥିତ ଥିବା ୯ଟି ଜିଲ୍ଲା ପରିଷଦର ଅଧ୍ୟକ୍ଷ ଓ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଥିଲା ।
ଅଧିକ ପଢ଼ନ୍ତୁ: ଲିଭର ସୁସ୍ଥ ରହିଲେ ମିଳିବ ଅନେକ ରୋଗରୁ ରକ୍ଷା, ଜାଣନ୍ତୁ ଲିଭରକୁ ସଫା କରିବାର ୭ଟି ଉପାୟ
ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ୯ଟି ଜିଲ୍ଲା ଯଥା- କୋରାପୁଟ, ମାଲକାନଗିରି, ଗଜପତି, ମୟୂରଭଞ୍ଜ, ରାୟଗଡା, କେନ୍ଦୁଝର, କନ୍ଧମାଳ,ସୁନ୍ଦରଗଡ ଓ ନବରଙ୍ଗପୁର ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି।
ଅଧିକ ପଢ଼ନ୍ତୁ: ବ୍ରେନକୁ ଭିତରୁ ଦୁର୍ବଳ କରୁଛି ଏହି ୫ଟି ଖରାପ ଅଭ୍ୟାସ, ଆଜି ହି ଛାଡ଼ନ୍ତୁ, ନଚେତ୍ ହେବ ଏହି ଗମ୍ଭୀର ରୋଗ