୧୩ ଜିଲ୍ଲାର ୨୦ଟି ନୂଆ ଆଧୁନିକ ଓ ସ୍ମାର୍ଟ ବସଷ୍ଟାଣ୍ଡର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
 

CM Naveen Patnaik inaugurates 20 new bus stands in 13 district of odisha
ଲୋକାର୍ପିତ ହେଲା ‘ଆମ ବସଷ୍ଟାଣ୍ଡ’ 
 

ଓଡ଼ିଆ ଗସିପ୍ ବ୍ୟୁରୋ:ରାଜ୍ୟ ପରିବହନ କ୍ଷେତ୍ରରେ ନୂଆ ମାଇଲଷ୍ଟୋନ୍। ଆଜି ‘ଆମ ବସଷ୍ଟାଣ୍ଡ’ ଯୋଜନାରେ ୧୩ ଜିଲ୍ଲାର ୨୦ଟି ନୂଆ ବସଷ୍ଟାଣ୍ଡର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅତ୍ୟନ୍ତ ଆଧୁନିକ ଓ ସ୍ମାର୍ଟ ବସଷ୍ଟାଣ୍ଡ ରୂପେ ଏହାକୁ ନିର୍ମାଣ କରାଯାଇଛି। 

ଅଧିକ ପଢନ୍ତୁ :ସମାନ ଗୋତ୍ରରେ ବିବାହ କଲେ କି ସମସ୍ୟା ଭୋଗିବେ? ଜାଣନ୍ତୁ ବିଜ୍ଞାନରେ ରହିଛି ଏହାର ଉତ୍ତର

ମିଳିବ ଉନ୍ନତମାନର ପରିବହନ ସେବା । ଏହି ବସଷ୍ଟାଣ୍ଡରେ ଯାତ୍ରୀ, ଡ୍ରାଇଭର ତଥା ସମସ୍ତ ସହକାରୀ କର୍ମଚାରୀ ମାନଙ୍କ ପାଇଁ ସସସ୍ତ ପ୍ରକାର ସୁବିଧା ରହିଛି। ଏ ସମସ୍ତ ବସଷ୍ଟାଣ୍ଡ ଦ୍ବାରା କୋଟିଏରୁ ଅଧିକ ଲୋକ ଉପକୃତ ହେବେ।

ଅଧିକ ପଢନ୍ତୁ :କନ୍ୟା ରାଶିରେ ବର୍ଷେ ରହିବେ କେତୁ ଫଳରେ ଏହି ୩ ରାଶି ହେବେ ମାଲାମାଲ  

ଭଲ ପରିବହନ ବ୍ୟବସ୍ଥା ଏକ ଉନ୍ନତ ଅର୍ଥନୀତି ପାଇଁ ମାର୍ଗ ପରିଷ୍କାର କରିଥାଏ। ଲୋକଙ୍କୁ ଉନ୍ନତମାନର ପରିବହନ ସେବା ଯୋଗାଇ ଦେବା ପାଇଁ ରାଜ୍ଯ ସରକାର ‘ଆମ ବସଷ୍ଟାଣ୍ଡ’ ଯୋଜନା ମାଧ୍ଯମରେ ଅତ୍ଯାଧୁନିକ ବସଷ୍ଟାଣ୍ଡ ନିର୍ମାଣ କରୁଛନ୍ତି। ପୂର୍ବରୁ ଗତ ଅଗଷ୍ଟ ମାସରେ ୨୧ଟି ନୂଆ ବସଷ୍ଟାଣ୍ଡ ଲୋକାର୍ପଣ କରିଥିଲେ ମୁଖ୍ଯମନ୍ତ୍ରୀ।

ଅଧିକ ପଢନ୍ତୁ :ଗଜଲକ୍ଷ୍ମୀ ରାଜଯୋଗ, ଆସୁଛି ଭଲ ସମୟ, ଏହି ୩ ରାଶି ହେବେ ମାଲେମାଲ୍
 

Share this story