ଆଜି ଅପ୍ରତିଦ୍ବନ୍ଦ୍ବୀ ନେତ୍ରୀ, ୧୦ ଥର ବିଧାୟିକା ରାଣୀ ମାଆଙ୍କ ଖଲ୍ଲିକୋଟ ରାଜପରିବାରର ଶ୍ମଶାନ ଘାଟରେ ହେବ ଶେଷକୃତ୍ୟ
 

CM Naveen Pays Last Respects To Former MLA V Sugnana Kumari Deo
ଆଜି ରାଣୀ ମାଆଙ୍କ ଖଲ୍ଲିକୋଟ ରାଜପରିବାରର ଶ୍ମଶାନ ଘାଟରେ ହେବ ଶେଷକୃତ୍ୟ
 

ଓଡ଼ିଆ ଗସିପ୍ ବ୍ୟୁରୋ: ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଅନ୍ତିମ ଯାତ୍ରା । ଆଜି ଖଲ୍ଲିକୋଟ ରାଜପରିବାରର ଶ୍ମଶାନ ଘାଟରେ ହେବ ଶେଷକୃତ୍ୟ । ରମ୍ଭା ରାଜପ୍ରାସାଦରେ ଚାଲିଛି ସୁଜ୍ଞାନ କୁମାରୀଙ୍କ ଶେଷ ଦର୍ଶନ । କାଲି ଚେନ୍ନାଇରୁ ସ୍ୱତନ୍ତ୍ର ବିମାନ ଯୋଗେ ତାଙ୍କ ମର ଶରୀର ଭୁବନେଶ୍ୱର ଅଣାଯାଇଥିଲା । ପରେ ଏୟାରପୋର୍ଟରୁ ଶୋଭାଯାତ୍ରାରେ ଆସିଥିଲେ ରାଣୀ ମାଆ। 

ଅଧିକ ପଢନ୍ତୁ :ଏହି ଖାଦ୍ୟ ଖାଇବା ଶୀଘ୍ର ବନ୍ଦ କରନ୍ତୁ ; ନଚେତ୍ ଭୋଗିବେ ପେଟ କ୍ୟାନ୍ସର, ଜାଣନ୍ତୁ ଏହାର ଲକ୍ଷଣ

ସେଠାରୁ ଶଙ୍ଖ ଭବନକୁ ଆସିଥିଲା ପାର୍ଥିବ ଶରୀର। ସେଠାରେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ରାଣୀଙ୍କର ଅନ୍ତିମ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ବିଜେଡି ନେତାମାନେ ତାଙ୍କର ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପରେ ବିଧାନସଭା ପରିସରକୁ ନିଆଯାଇ ସେଠାରେ ଗାର୍ଡଅଫ ଅନର ପ୍ରଦାନ କରାଯାଇଥିଲା । ସେଠାରେ ସବୁ ଦଳର ବିଧାୟକ, ମନ୍ତ୍ରୀ ଉପସ୍ଥିତ ରହି ଖଲ୍ଲିକୋଟ ରାଣୀଙ୍କୁ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

ଅଧିକ ପଢନ୍ତୁ :କିଡ଼ନୀ ସୁସ୍ଥ ରଖିବା ପାଇଁ ଖାଆନ୍ତୁ ଏହି ୫ଟି ଫଳ, ଗମ୍ଭୀର ରୋଗରୁ ବଞ୍ଚିଯିବେ...

ସୂଚନାଯୋଗ୍ୟ, ଆଜି ସକାଳେ ୮୬ ବର୍ଷ ବୟସରେ ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ତାପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କର ଦେହାନ୍ତ ହୋଇଥିଲା । ୧୦ ଥରର ବିଧାୟିକା ଥିବା ସୁଜ୍ଞାନ କୁମାରୀ ଏକାଧାରର ନେତ୍ରୀ, ସମାଜସେବୀ, ଆସୁ ଲେଖିକା, ଷ୍ଟାମ୍ପ ସଂଗ୍ରାହକ ଥିଲେ । ୧୯୩୭ ମସିହା ଅଗଷ୍ଟ ୫ରେ ଜନ୍ମଗ୍ରହଣ କରିଥିଲେ ସୁଜ୍ଞାନ। ପିତା ରାଜା ଆର.ଭି.ଏମ ନୀଳାଦ୍ରି ଦେଓଙ୍କ କନ୍ଯା ଭାବେ ସେ ରାଜକାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ ବି ସମାଜସେବାକୁ କରିଥିଲେ ଜୀବନର ବ୍ରତ। 

ଅଧିକ ପଢନ୍ତୁ :ସୁସ୍ଥ ଶରୀର ପାଇଁ ସୁସ୍ଥ ଆହାର, ଏହି ୪ଟି ଜିନିଷ ସେବନ କଲେ ଦୂର ହେବ ମଧୁମେହ ସମସ୍ୟା!

ସ୍ୱାମୀ ପୂର୍ଣ୍ଣଚନ୍ଦ୍ର ମର୍ଦ୍ଦରାଜ ଦେଓ ବହୁବର୍ଷ ଆଗରୁ ଇହଲୀଳା ସାଂଗ କରିଥିଲେ। ୧୯୬୧ ମସିହାରେ ଭି. ସୁଜ୍ଞାନ ରାଜନୈତିକ କ୍ୟାରିଅର ଆରମ୍ଭ କରିଥିଲେ। ୧୯୬୧, ୧୯୭୪, ୧୯୭୭, ୧୯୮୫, ୧୯୯୦, ୧୯୯୫, ୨୦୦୦, ୨୦୦୪, ୨୦୦୯ ଓ ୨୦୧୪ରେ ବିଧାୟିକା ନିର୍ବାଚିତ ହୋଇଥିଲେ । ପ୍ରବାଦପୁରୁଷ ବିଜୁବାବୁଙ୍କ ଅନ୍ୟତମ ଘନିଷ୍ଠ ସହଯୋଗୀ ଥିଲେ।

ଅଧିକ ପଢନ୍ତୁ :ବାଥରୁମରେ ଅଧିକ ହାର୍ଟ ଆଟାକ୍ ହେବାର ପ୍ରକୃତ କାରଣ କଣ? ଜାଣିଲେ ହେବେ ଆଶ୍ଚର୍ଯ୍ୟ 
 

Share this story