ବଢିଲା କଣ୍ଠଶିଳ୍ପୀଙ୍କ ଅଢୁଆ, ସୌରୀନ ଭଟ୍ଟଙ୍କ ବିରୁଦ୍ଧରେ ଲୁକ୍ ଆଉଟ ସର୍କୁଲାର ଜାରି କଲା କମିଶନରେଟ ପୋଲିସ

Commissionerate police issues lookout circular against Sourin Bhatt
ବଢିଲା କଣ୍ଠଶିଳ୍ପୀଙ୍କ ସୌରୀନ ଭଟ୍ଟଙ୍କ ଅଢୁଆ

ଓଡ଼ିଆ ଗସିପ୍ ବ୍ୟୁରୋ: କଣ୍ଠ ଶିଳ୍ପୀ ସୌରୀନ ଭଟ୍ଟଙ୍କ ବିରୁଦ୍ଧରେ ଲୁକ୍ ଆଉଟ ସର୍କୁଲାର ଜାରି କଲା କଟକ କମିଶନରେଟ ପୋଲିସ । ମିଳିଥିବା ସୂଚନା ମୁତାବକ ସୌରୀନଙ୍କୁ ଖୋଜିବାକୁ ପୁଲିସ ଟିମ କୋଲକାତା ଯାଇଥିଲା । ହେଲେ ପୁଲିସ ଟିମ୍ ସୌରୀନଙ୍କୁ ନ ପାଇ ଖାଲି ହାତରେ ଫେରିଥିଲା । କୋଲକାତାର ତିନୋଟି ସ୍ଥାନରେ ସୌରୀନଙ୍କୁ ଖୋଜିବାକୁ ପୁଲିସ ପ୍ରୟାସ କରିଥିବାବେଳେ ସଫଳ ହୋଇନଥିଲା ।

ଅଧିକ ପଢ଼ନ୍ତୁ: ଏହି ରାଶି ବ୍ୟକ୍ତିଙ୍କ ପାଇଁ ଆଗାମୀ ୧୧୮ ଦିନ ରହିବ ବରଦାନ ଭଳି, ବୃହସ୍ପତି କରିଦେବେ ମାଲାମାଲ୍

ଉଲ୍ଲେଖ ଥାଉ କି ଜଗତପୁର ସାଇ ବିହାରରେ ରହୁଥିବା ଜଣେ ବ୍ୟାଙ୍କ କର୍ମଚାରୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ସୌରିନ ବାରମ୍ବାର ଦୁଷ୍କର୍ମ କରିବା ଓ ଟଙ୍କା ହଡ଼ପ୍ କରିବା ଭଳି ସଂଗିନ ଅଭିଯୋଗ ମହିଳା ଥାନାରେ ହୋଇଥିଲା।

ଅଧିକ ପଢ଼ନ୍ତୁ: ଏମାନଙ୍କ ପାଇଁ ଆଜି ଦିନଟି ଖରାପ; ଜାଣନ୍ତୁ ଆପଣଙ୍କ ରାଶିଫଳ, କେମିତି କଟିବ ଆଜିର ଦିନ 

ପୁଲିସ ଏକ ମାମଲା ରୁଜୁ କରି ଜୁନ ୨୧ରେ କୋଲକାତା ସହରର ବାଲିଗଞ୍ଜ ଥାନା ଅଞ୍ଚଳରେ ଥିବା ସୌରିନଙ୍କ ଘରେ ଚଢ଼ଉ କରିଥିଲା। ଆଉ ଜୁନ ୨୬ରେ ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ସୌରିନ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ ଦାୟର କରିଥିଲେ।

ଅଧିକ ପଢ଼ନ୍ତୁ: ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 

Share this story