ବାତ୍ୟାକୁ ନେଇ ବଡ଼ ଖବର; ଜାଣନ୍ତୁ କେଉଁଠି ଲ୍ୟାଣ୍ଡଫଲ୍ କରିବ ବାତ୍ୟା ରେମାଲ, ୨୬ରୁ ରାଜ୍ୟରେ ବର୍ଷା ଆରମ୍ଭ!
 

Cyclone Remal Alert Storm To Intensify Further To Make Landfall In Bengal by May 26
ଜାଣନ୍ତୁ କେଉଁଠି ଲ୍ୟାଣ୍ଡଫଲ୍ କରିବ ବାତ୍ୟା ରେମାଲ

ଓଡ଼ିଆ ଗସିପ୍ ବ୍ୟୁରୋ: ବଙ୍ଗୋପସାଗରରେ ଅବପାତରେ ପରିଣତ ହେଲା ଲଘୁଚାପ । ଆସନ୍ତାକାଲି ବାତ୍ୟାର ରୂପ ନେବା ସମ୍ଭାବନା । ୨୬ରେ ଭୀଷଣ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ଓଡ଼ିଶା ଉପରେ ନାହିଁ ବାତ୍ୟାର ସିଧାସଳଖ ପ୍ରଭାବ କିନ୍ତୁ ବାତ୍ୟା ସୃଷ୍ଟି ହେଲେ ମଧ୍ୟ ରାଜ୍ୟର ମାତ୍ର କିଛି ଜିଲ୍ଲାରେ ଏହାର ପ୍ରଭାବ ପଡ଼ିବ। ବାତ୍ୟା ଯୋଗୁଁ ମୁଖ୍ୟତଃ ଉତ୍ତର ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଅନ୍ୟପଟେ ବାତ୍ୟା ଯୋଗୁଁ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ବଙ୍ଗୋପସାଗରରେ ଅବପାତ ରୂପ ନେବା ପରେ ଏହା ଉତ୍ତର-ପୂର୍ବ ଦିଗକୁ ଗତି କରିବ। ୨୫ ତାରିଖ ସକାଳ ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ। ପଶ୍ଚିମବଙ୍ଗ ଓ ବାଂଲାଦେଶ ମଝିରେ ଲ୍ୟାଣ୍ଡଫଲ କରିବା ନେଇ ଖବର ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ୨୬ ରାତିରେ ସାଗର ଦ୍ବୀପ ଓ ଖେପୁପାରା ମଧ୍ୟରେ ଲ୍ୟାଣ୍ଡଫଲ କରିବ ।

ଅଧିକ ପଢନ୍ତୁ : କର୍ମକ୍ଷେତ୍ରରେ ହତୋତ୍ସାହ ହେବା ସହ ଆର୍ଥିକ କ୍ଷେତ୍ରରେ ଚିନ୍ତିତ ରହିବେ ଏହି ରାଶି ଲୋକ! ପଢନ୍ତୁ ଏ ସପ୍ତାହର ରାଶିଫଳ

୨୬ ତାରିଖ ସନ୍ଧ୍ୟା ସୁଦ୍ଧା ବଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ସିଧାସଳଖ ରହିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି।

ସେ କହିଛନ୍ତି ଯେ, ବାତ୍ୟା ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି। ବିଶେଷକରି ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ସହ କାଁ ଭାଁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। 

ଅଧିକ ପଢନ୍ତୁ : ବ୍ଲଡ୍ ପ୍ରେସର ଭଳି ଗମ୍ଭୀର ରୋଗ ଥିବା ଲୋକମାନେ ଭୁଲରେ ବି ଖାଆନ୍ତୁନି ଏହି ସବୁ ଖାଦ୍ୟ, ନଚେତ୍...

ସେହିପରି ୨୭ ତାରିଖରେ କିଛି କିଛି ସ୍ଥାନରେ ବର୍ଷା ସହ ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ବାଲେଶ୍ୱର ଓ ମୟୂରଭଞ୍ଜରେ ଏହାର ପ୍ରଭାବ ରହିବ ବୋଲି ସେ କହିଛନ୍ତି। ରାଜ୍ୟରେ ବର୍ତ୍ତମାନ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଅପରାହ୍ଣରେ ବର୍ଷା ଜାରି ରହିଛି। 

ଏହା ସହ ଦିନବେଳା ପ୍ରବଳ ଖରା ଅନୁଭୂତ ହେଉଛି। ଏହି ସ୍ଥିତି ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ବିଜୁଳି ଓ ଘଡ଼ଘଡ଼ି ପାଇଁ ସତର୍କ ରହିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। କାଳବୈଶାଖୀ ଯୋଗୁଁ ଅନେକ ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି।

ଅଧିକ ପଢନ୍ତୁ : ଜୁନ୍ ମାସରେ ବଦଳିବ ୩ ରାଶିର ଭାଗ୍ୟ, ଏମାନଙ୍କ ଉପରେ ପଡିବ ବଡ଼ ପ୍ରଭାବ!

 

Share this story