ଆରପାରିରେ ଦାମ ରାଉତ; ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଭାବବିହ୍ବଳ ହୋଇ ଏମିତି କହିଲେ CM ନବୀନ

ଓଡ଼ିଆ ଗସିପ୍ ବ୍ୟୁରୋ: ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ ହୋଇଛି। ୮୧ ବର୍ଷ ବୟସରେ ଗୁରୁବାର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି।
ବରିଷ୍ଠ ବିଜେଡି ନେତା ଡାକ୍ତର ଦାମୋଦର ରାଉତଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦାମୋଦର ରାଉତଙ୍କ ଦେହାନ୍ତ ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କ ସେବା ଲାଗି ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।
ଆଧିକ ପଢନ୍ତୁ: BP ବଢିଗଲେ ଦେଖାଦିଏ ଏହି ସବୁ ଲକ୍ଷଣ, ହୁଅନ୍ତୁ ସାବଧାନ! ନଚେତ୍...
ଓଡ଼ିଶା ରାଜନୀତିର ପିତାମହ ଭୀଷ୍ମ ଭାବେ ପରିଚିତ ଥିଲେ ଡାକ୍ତର ଦାମୋଦର ରାଉତ । ସେ ୭ ଥର ବିଧାୟକ ଓ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ । ୧୯୭୭ ମସିହାରୁ ୨୦୧୯ ମସିହା ପର୍ଯ୍ୟନ୍ତ ସେ ୭ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।
ଦାମୋଦର ରାଉତ ୧୯୪୨ ମସିହାର ଜୁଲାଇ ୨ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କପିଳ ଚରଣ ରାଉତ ଓ ପତ୍ନୀଙ୍କ ନାମ ସ୍ନେହା ରାଉତ । ୧୯୭୭ ମସିହାରେ ପ୍ରଥମ କରି ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଦାମୋଦର ରାଉତ ।
ଆଧିକ ପଢନ୍ତୁ: ଡାଇବେଟିସ୍ ହେବା ପୂର୍ବରୁ ଶରୀରରେ ଦେଖାଯାଏ ଏହିସବୁ ଲକ୍ଷଣ! ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ
ଜନତା ପାର୍ଟି ଟିକେଟରେ ଏରସମା ଆସନରୁ ୧୯୭୭ରୁ ୧୯୮୦ ମସିହା ପର୍ଯ୍ୟନ୍ତ ବିଧାୟକ ହୋଇଥିଲେ । ପରେ ୧୯୮୦ରେ ଜନତା ପାର୍ଟି-ସେକ୍ୟୁଲାର ଟିକେଟରେ ବିଧାନସଭାକୁ ଏରସମାରୁ ବିଜୟୀ ହୋଇଥିଲେ । ୧୯୯୦ରେ ପୁନଶ୍ଚ ଜନତା ଦଳ ଟିକେଟରେ ଏରସମାରୁ ବିଧାନସଭାକୁ ଆସିଥିଲେ ।
ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି। ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା…
— Naveen Patnaik (@Naveen_Odisha) March 22, 2024
ରାଜ୍ୟ ରାଜନୀତିର ଆଗଧାଡ଼ିର ଟାଣୁଆ ନେତା ଥିଲେ ଦାମୋଦର । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଓ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ । ୧୯୭୯ ଅକ୍ଟୋବର ୨୫ ତାରିଖରୁ ୧୯୮୦ ଫେବୃଆରୀ ଦୁଇ ତାରିଖ ପର୍ଯ୍ୟନ୍ତ ସେ ସୂଚନା ଓ ଲୋକସମ୍ପର୍କ ବିଭାଗର ମନ୍ତ୍ରୀ ଥିଲେ ।
ପରେ ସୋସିଆଲ ୱେଲଫେୟାର ବିଭାଗ ସହ ୧୯୯୩ରୁ ୧୯୯୫ ମସିହା ପର୍ଯ୍ୟନ୍ତ ପଞ୍ଚାୟତିରାଜ ବିଭାଗର ମନ୍ତ୍ରୀ ଥିଲେ ଡାକ୍ତର ଦାମୋଦର ରାଉତ । ମହିଳା ଓ ଶିଶୁ ବିଭାଗର ମନ୍ତ୍ରୀ ଭାବେ ମଧ୍ଯ କାର୍ଯ୍ଯ କରିଥିଲେ । ନବୀନଙ୍କ ମନ୍ତ୍ରିମଣ୍ଡଳରେ ପଞ୍ଚାୟତିରାଜ, ସୂଚନା ଓ ଲୋକସମ୍ପର୍କ, କୃଷି, ସମବାୟ, ମତ୍ସ୍ଯ ଓ ପ୍ରାଣୀ ସମ୍ପଦ ବିକାଶ, ସ୍ବାସ୍ଥ୍ଯ, ଅବକାରୀ ଆଦି ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ ।
ଏହାଛଡ଼ା ବିଧାନସଭାର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ କମିଟିରେ ମଧ୍ଯ ଦାମୋଦର ସ୍ଥାନ ପାଇଥିଲେ । ବିଜୁ ବାବୁଙ୍କ ସହିତ ଅତି ଘନିଷ୍ଠ ଥିଲେ ଦାମୋଦର । ବିଜୁଙ୍କ ପରାମର୍ଶରେ ସେ ଚାକିରି ଛାଡ଼ି ରାଜନୀତିରେ ଯୋଗଦେଇଥିଲେ । ଡାକ୍ତର ଦାମୋଦର ରାଉତଙ୍କ ବିୟୋଗରେ ଓଡ଼ିଶା ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି।
ଆଧିକ ପଢନ୍ତୁ : ବୁଧ ଚଳନ, ଆରମ୍ଭ ହେବ ଭଲ ସମୟ, ଏହି ୩ଟି ରାଶିର ଫିଟିବ ଭାଗ୍ୟ!