ଷ୍ଟେଜ ୱାନ୍ କ୍ୟାନସରରେ ପୀଡିତ ଥିଲେ ଆଥଲେଟ୍ ଦୂତୀ ଚାନ୍ଦ, ଏହି ଖବର ଶୁଣି ଅତ୍ୟନ୍ତ ମର୍ମାହତ...
ଓଡ଼ିଆ ଗସିପ୍ ବ୍ୟୁରୋ: ଓଡ଼ିଆ ଧାବିକା ଦୂତୀ ଚାନ୍ଦଙ୍କୁ ହୋଇଥିଲା କ୍ୟାନସର । ଷ୍ଟେଜ ୱାନ୍ କ୍ୟାନସରରେ ପୀଡିତ ଥିଲେ ଆଥଲେଟ୍ ଦୂତୀ ଚାନ୍ଦ । ପ୍ରାରମ୍ଭିକ ଅବସ୍ଥାରେ ଚାଲିଥିଲା ଚିକିତ୍ସା । କ୍ୟାନସର ହୋଇଥିବା ଯୋଗୁଁ ଅଲଟ୍ରାସାଉଣ୍ଡ ଓ ଏମଆରଆଇ କରିଥିଲେ ଏବଂ ଡାକ୍ତରଙ୍କ ପରାମର୍ଶ କ୍ରମେ ଔଷଧ ସେବନ କରିଥିଲେ । ଚିକିତ୍ସା ସମୟରେ ଖେଳ ଛାଡ଼ିଦେବାକୁ ପରାମର୍ଶ ଦେଇଥିଲେ ଡାକ୍ତର । ଔଷଧ ସେବନ ପରେ ଯନ୍ତ୍ରଣା ଉପଶମ ହେବା ସହ କ୍ୟାନସର ଭଲ ହୋଇଯିବ ବୋଲି ଡାକ୍ତର କହିଥିଲେ । କିନ୍ତୁ ସେହି ଔଷଧରେ ନିଷିଦ୍ଧ ସାମଗ୍ରୀ ଥିବା ତାଙ୍କୁ ଜଣା ନଥିଲା ବୋଲି ଡୋପ୍ ଟେଷ୍ଟରେ ବିଫଳ ହୋଇଥିବା ଆଥଲେଟ୍ ଦୂତୀ ଚାନ୍ଦ କହିଛନ୍ତି । ଏଥିପାଇଁ ତାଙ୍କୁ ୪ବର୍ଷ ପାଇଁ ବ୍ୟାନ କରାଯାଇଛି ।
ଅଧିକ ପଢନ୍ତୁ : କିଏ ସେହି ଭାସ୍କର ସାହୁ ? ଯିଏ ୫ଟି ସଚିବ ଭି.କେ ପାଣ୍ଡିଆନଙ୍କୁ କଲା କାଳିମାଡ
ଡୋପିଂ ଟେଷ୍ଟରେ ବିଫଳ ହେବା ନେଇ ଧାବିକା ଦୂତୀ ଚାନ୍ଦ ଦୁଃଖିତ । ସେ କହିଛନ୍ତି, ଏହି ଖବର ଶୁଣିବା ପରେ ଅତ୍ୟନ୍ତ ମର୍ମାହତ । ମୁଁ ଅଲିମ୍ପିକ, ଏସିଆନ ଗେମ୍ସ ଆଦି ଖେଳିଛି । ସବୁ କ୍ଷେତ୍ରରେ ମୁଁ ସଫଳ ହୋଇଛି । ତେବେ ଛୁଟିରେ ମୁଁ ଘରେ ଥିବାବେଳେ ଗତବର୍ଷ ନଭେମ୍ବରରେ ମୋର ସାମ୍ପୁଲ ନିଆଯାଇଥିଲା ।
ଏଥିରେ ମୋର ପଜିଟିଭ ଆସିଥିଲା । ମୁଁ ଜାଣି ପାରି ନଥିଲି ଏହାର କାରଣ । ପରେ ମୁଁ ପୁନର୍ବାର ସାମ୍ପୁଲ ନେବାକୁ କହିଥିଲି । ଗତ ମାର୍ଚ୍ଚରେ ପୁଣି ଥରେ ମୋର ସାମ୍ପୁଲ ନିଆଯାଇଥିଲା । ସେତେବେଳେ ଶରୀରରେ ଯନ୍ତ୍ରଣା ହେଉଥିବାରୁ ସେ ପେନ୍ କିଲର ଖାଉଥିଲେ । ଏଥିଲାଗି ଫିଜିଓଥେରାପିଷ୍ଟ ତାଙ୍କୁ ହ୍ବାଟସଆପରେ ମେଡିସିନ ଖାଇବାକୁ ପରାମର୍ଶ ଦେଇଥିଲେ ।
ଅଧିକ ପଢନ୍ତୁ :କେମିତି ଜାଣିବେ ଆପଣଙ୍କୁ ହୋଇଛି ଲିଭର୍ କ୍ୟାନ୍ସର, ଜାଣନ୍ତୁ ରୋଗର ଲକ୍ଷଣ ଏବଂ କାରଣ
ଫାର୍ମାସିଷ୍ଟଙ୍କଠାରୁ ମେଡିସିନ ଆଣିଥିବାରୁ ନ୍ୟାସନାଲ ଆଣ୍ଟି ଡୋପିଂ ଏଜେନ୍ସି ଏହାକୁ ଅଗ୍ରାହ୍ୟ କରିବା ସହ ତାଙ୍କୁ ଚାରି ବର୍ଷ ବ୍ୟାନ କରିଛି ବୋଲି ଦୂତୀ କହିଛନ୍ତି । ଏନେଇ ନାଡା କହିଥିଲା ସାର୍ଟିଫିକେଟ ପ୍ରସ୍ତୁତ କରିବା ଜରୁରୀ ଥିଲା । ଗତ ୧୦ ବର୍ଷ ଧରି ସେ ବହୁ ଜାତୀୟ କ୍ରୀଡ଼ାରେ ଭାଗ ନେଇଛନ୍ତି । ମାତ୍ର ଡୋପିଂ ଟେଷ୍ଟରେ କେବେ ଫେଲ୍ ହୋଇ ନଥିଲି ।