୧୩ ତାରିଖରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍, ପ୍ରେସମିଟ କରି ସୂଚନା ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ
ଓଡ଼ିଆ ଗସିପ୍ ବ୍ୟୁରୋ: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ପ୍ରଚାର ଶେଷ ହୋଇଥିବା ବେଳେ ୧୩ ତାରିଖରେ ମତଦାନ ପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ପ୍ରଥମ ପର୍ଯ୍ୟାୟରେ ( ଦେଶର ଚତୁର୍ଥ ପର୍ଯ୍ୟାୟ)ରେ ଓଡ଼ିଶାର ୪ଟି ସଂସଦୀୟ କ୍ଷେତ୍ର – କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଏବଂ ଏସବୁ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୨୮ଟି ବିଧାନସଭା ଆସନରେ ମେ’ ୧୩ ତାରିଖରେ ଭୋଟ୍ ଗ୍ରହଣ କରାଯିବ। ଯାହାକୁ ନେଇ ଆଜି ପ୍ରେସମିଟ କରି ସମସ୍ତ ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ।
ଅଧିକ ପଢନ୍ତୁ : ରାହୁଙ୍କ ନକ୍ଷେତ୍ର ପରିବର୍ତ୍ତନ ଯୋଗୁଁ ସତର୍କ ରୁହନ୍ତୁ ଏହି ୬ ରାଶି, ନଚେତ୍ ହେବ ବଡ କ୍ଷତି!
ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି ଯେ, ପ୍ରଥମ ପର୍ଯ୍ୟାୟରେ ୬୨ ଲକ୍ଷ ୮୭ ହଜାର ୨୨୨ ଜଣ ମତଦାତା ନିଜର ମତାଧିକାର ସାବ୍ୟସ୍ତ କରିପାରିବେ । ୩୦,୯୭,୫୨୭ ପୁରୁଷ ଭୋଟର ଓ ୩୧,୮୯,୦୬୦ ମହିଳା ଭୋଟର ଅଛନ୍ତି। ୬୩୫ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି। ପୁରୁଷ ଭୋଟରଙ୍କ ଅପେକ୍ଷା ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି l
ଅଧିକ ପଢନ୍ତୁ : ନଖରୁ ଜାଣନ୍ତୁ ଆପଣଙ୍କ ଲିଭର୍ ଠିକ୍ ଅଛି କି ନାହିଁ ? ନଖର ରଙ୍ଗ ଏସବୁ ଗମ୍ଭୀର ରୋଗର ଦିଏ ସଙ୍କେତ...
ଭୋଟରଙ୍କ ମଧ୍ୟରେ ୧,୭୫,୧୩୪ ଜଣ ୧୮-୧୯ ବର୍ଷ ବୟସର ପ୍ରଥମ ଥର ଭୋଟର ଓ ୨୦-୨୯ ବର୍ଷ ବୟସର ୧୪,୬୮,୫୦୪ ଜଣ ଯୁବ ଭୋଟର ରହିଛନ୍ତି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମୋଟ ୭ ହଜାର ୩୦୩ ମତଦାନ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି । ଏଥିରୁ ୭୧୫ ବୁଥ୍ ସମ୍ପୂର୍ଣ୍ଣ ଭାବରେ ମହିଳାଙ୍କ ପାଇଁ ପରିଚାଳିତ। ୧୨ ଶହ ୭୬ ଆଦର୍ଶ ବୁଥ୍ କରାଯାଇଛି। ୬୦ ମତଦାନ କେନ୍ଦ୍ରରୁ ୱେବକାଷ୍ଟିଂ କରାଯିବ ବୋଲି ସିଇଓ ସୂଚନା ଦେଇଛନ୍ତି।
#GeneralElections2024 | 4th Phase
— I & PR Department, Odisha (@IPR_Odisha) May 11, 2024
୪ର୍ଥ ପର୍ଯ୍ୟାୟରେ ଓଡ଼ିଶାର ଚାରିଗୋଟି ସଂସଦୀୟ କ୍ଷେତ୍ର ଯଥା କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଏବଂ ଏହିସବୁ କ୍ଷେତ୍ର ଅନ୍ତର୍ଗତ ୨୮ ଗୋଟି ବିଧାନସଭା ଆସନ ନିମନ୍ତେ ଚଳିତ ମାସ ୧୩ ତାରିଖ ଦିନ ମତଦାନ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ @OdishaCeo ଙ୍କ ପ୍ରେସ୍ ବିବୃତି:… pic.twitter.com/CCdRN0hqdH
ଶୃଙ୍ଖଳିତ ଭୋଟ୍ ଗ୍ରହଣ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମୋଟ ୫୨ ହଜାର ୫୦୦ ପୋଲିଂ କର୍ମଚାରୀ ନିୟୋଜିତ ହେବେ । ସୁରକ୍ଷିତ ମତଦାନ ପାଇଁ ୧୦୪ କମ୍ପାନୀ ସୁରକ୍ଷାକର୍ମୀ ମୁତୟନ ହେବେ। ୬୦ କମ୍ପାନୀ ସଶସ୍ତ୍ର ପୋଲିସ, ୩୧ ସିଆରପିଏଫ୍, ୬ ସିଆଇଏସଏଫ୍ ମୁତୟନ ରହିବେ ।
ଅଧିକ ପଢନ୍ତୁ : ଏହି ୬ ଟି ଖାଦ୍ୟ ବଢ଼ାଉଛି ଡାଇବେଟିସ୍ ହୋଇଯାଆନ୍ତୁ ସାବଧାନ! ନଚେତ୍...