ଅନ୍ତିମ ସଂସ୍କାର କାର୍ଯ୍ୟରେ ଯୋଗ ଦେବାକୁ ଯାଇ ଶ୍ୱଶୁର-ଜ୍ୱାଇଁଙ୍କ ହେଲା ଅକାଳ ମୃତ୍ୟୁ
 

Father in law son in law die in Truck accident
ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ଯାଇ ଶ୍ୱଶୁର-ଜ୍ୱାଇଁଙ୍କ ମୃତ୍ୟୁ
 

ଓଡ଼ିଆ ଗସିପ୍ ବ୍ୟୁରୋ: ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ରାଇଘର ବ୍ଲକ ସଦର ମହକୁମାରେ ଅବସ୍ଥିତ ଡାକଘର ସମ୍ମୁଖରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକକୁ ଓଭରଟେକ୍‌ କରୁଥିବା ବେଳେ ଚକା ତଳେ ପଡି ଦୁଇ ଜଣଙ୍କ ମୃତ୍ୟୁ ଘଟିିଛି। ମୃତକ ଦୁହେଁ ସମ୍ପର୍କରେ ଶ୍ୱଶୁର ଓ ଜ୍ୱାଇଁ ବୋଲି ଜଣାପଡିଛି ।

ଅଧିକ ପଢନ୍ତୁ :ଜ୍ୟୋତିଷ ଶାସ୍ତ୍ର, ବାସ୍ତୁଶାସ୍ତ୍ର ସହିତ ଆୟୁର୍ବେଦରେ ‘ବେଲପତ୍ର’ର ମହତ୍ତ୍ବ କ’ଣ ? ଜାଣନ୍ତୁ ସଂକ୍ଷେପରେ...

ସୂଚନା ଅନୁଯାୟୀ, ଭିମାଟିକିରା ଗାଁରେ ଗୋଟିଏ ଶୋକ କାର୍ଯ୍ୟରେ ଯୋଗ ଦେବାକୁ ଯାଉଥିଲେ ଶ୍ୱଶୁର-ଜ୍ୱାଇଁ । ଆଜି ସକାଳେ ବାଇକରେ ଯିବା ସମୟରେ ରାଇଘର ମୁଖ୍ୟ ବଜାର ଉପରେ ଅବସ୍ଥିତ ଡାକଘର ସମ୍ମୁଖରେ ଏକ ଟ୍ରକକୁ ଓଭରଟେକ୍‌ କରୁଥିବା ବେଳେ ଟ୍ରକ ଚକ ତଳେ ପଡ଼ି ଯାଇଥିଲେ ଦୁହେଁ। 

ଅଧିକ ପଢନ୍ତୁ :ଡିସେମ୍ବର ୩୧ରେ ମାର୍ଗି ଦେବଗୁରୁ ବୃହସ୍ପତି ଚଳନ, ଏହି ୩ଟି ରାଶି ପାଇଁ ପାଲଟିବ ବରଦାନ

ଘଟଣାସ୍ଥଳରେ ହିଁ ଶ୍ୱଶୁର ଓ ଜ୍ୱାଇଁଙ୍କ ମୃତ୍ୟୁ ଘଟିଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଅଟକ ରଖିଥିବା ବେଳେ ଶବ ଉଦ୍ଧାର କରି ମେଡିକାଲକୁ ସ୍ଥାନାନ୍ତର କରି ତଦନ୍ତ ଜାରି ରଖିଛି।

ଅଧିକ ପଢନ୍ତୁ :ସାଥୀଙ୍କୁ ଖୁସି କରିବାକୁ ଚାହୁଁ ଥିଲେ ପ୍ରତିଦିନ ରାତିରେ ଖାଆନ୍ତୁ...,ବୃଦ୍ଧି ପାଇବ ଯୌନ ଶକ୍ତି !
 

Share this story