ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪, ଉନ୍ମୋଚିତ ହେଲା ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭୁ୍ୟ’ର ସ୍ୱତନ୍ତ୍ର ସଂଖ୍ୟା
 

First World Odia Language Conference 2024 in Bhubaneswar
ଉନ୍ମୋଚିତ ହେଲା ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭୁ୍ୟ’ର ସ୍ୱତନ୍ତ୍ର ସଂଖ୍ୟା
 

ଓଡ଼ିଆ ଗସିପ୍ ବ୍ୟୁରୋ: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଆଜି ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରକାଶିତ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭୁ୍ୟ’ର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚିତ ହୋଇଯାଇଛି । ଏହାକୁ ଉନ୍ମୋଚନ କରିବା ଅବସରରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ କହିଲେ ଯେ ୧୯୪୪ ମସିହାରୁ ଏହି ଦୁଇଟି ପତି୍ରକା ନିରବଚ୍ଛିନ୍ନ ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାରପ୍ରସାର କରିଆସୁଛି । ଏହି ସ୍ୱତନ୍ତ୍ର ସଂଖ୍ୟା ଆଗାମୀ ପିଢ଼ିଙ୍କୁ ମାତୃଭାଷା ପ୍ରତି ସଚେତନ କରିବା ସହ ଉପାଦେୟ ଓ ସଂଗ୍ରହଣୀୟ ହେବ ବୋଲି ସେ ଆଶାବ୍ୟକ୍ତ କରିଥିଲେ । 

ଅଧିକ ପଢନ୍ତୁ :ବାଥରୁମରେ ଅଧିକ ହାର୍ଟ ଆଟାକ୍ ହେବାର ପ୍ରକୃତ କାରଣ କଣ? ଜାଣିଲେ ହେବେ ଆଶ୍ଚର୍ଯ୍ୟ 

ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂହ କହିଲେ ଯେ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭୁ୍ୟ’ର ପୁରାତନ ସଂସ୍କରଣର ଡିଜିଟାଇଜେସନ୍‌ କରାଯାଇଛି । ଏହା ବିଭାଗୀୟ େୱବ୍‌ସାଇଟ୍‌ରେ ପାଠକମାନଙ୍କ ନିମନ୍ତେ ଉପଲବ୍ଧ ହେଉଛି । ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଷାଭାଷୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ଏଭଳି ବ୍ୟବସ୍ଥା କରିଛନ୍ତି ବୋଲି ସେ ପ୍ରକାଶ କରିଥିଲେ । 

ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷ ଡ. ଲେନିନ୍‌ ମହାନ୍ତି ଏହି ପତି୍ରକା ଦୁଇଟିରେ ଓଡ଼ିଶାର ଭାଷା, ସାହିତ୍ୟ ନେଇ ବହୁ ଦୁଷ୍ପ୍ରାପ୍ୟ ଏବଂ ଉପାଦେୟ ତଥା ପୁରାତନ ଆଲେଖ୍ୟ ସ୍ଥାନ ପାଇଛି ବୋଲି ଉଲ୍ଲେଖ କରିଥିଲେ । ଏହା ଦ୍ୱାରା ଛାତ୍ରଛାତ୍ରୀ ଓ ଗବେଷକମାନେ ଆଧୁନିକ ଓଡ଼ିଆ ଭାଷା-ସାହିତ୍ୟର କ୍ରମବିକାଶ ସଂପର୍କରେ ଅବଗତ ହୋଇପାରିବେ ବୋଲି ସେ ମତବ୍ୟକ୍ତ କରିଥିଲେ । 

ଅଧିକ ପଢନ୍ତୁ :କିଡ଼ନୀ ସୁସ୍ଥ ରଖିବା ପାଇଁ ଖାଆନ୍ତୁ ଏହି ୫ଟି ଫଳ, ଗମ୍ଭୀର ରୋଗରୁ ବଞ୍ଚିଯିବେ...

‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭୁ୍ୟ’ର ସଂପାଦିକା କସ୍ତୁରୀ ମହାପାତ୍ର ଉଭୟ ପତି୍ରକା ଓଡ଼ିଶା ସରକାରଙ୍କ ମୁଖପତ୍ର ଭାବେ ସ୍ୱାଧୀନତା ପୂର୍ବରୁ ପ୍ରକାଶ ପାଇଆସୁଛି ବୋଲି କହିଥିଲେ । ଏହି ପତି୍ରକା ବେଶ୍‌ ପାଠକୀୟ ଆଦୃତି ଲାଭ କରିବା ସହିତ ଓଡ଼ିଶାବାସୀଙ୍କ ନିକଟରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ଉତ୍କଳ ପ୍ରସଙ୍ଗର ସ୍ୱତନ୍ତ୍ର ସଂଖ୍ୟାରେ ୧୯ଟି ନିବନ୍ଧ ଏବଂ ଓଡ଼ିଶା ରିଭୁ୍ୟରେ ୨୭ଟି ନିବନ୍ଧ ସ୍ଥାନ ପାଇଛି ବୋଲି ସେ ପ୍ରକାଶ କରିଥିଲେ । 

ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ ଧନ୍ୟବାଦ ଦେବା ଅବସରରେ ଓଡ଼ିଆ ୨୦୦୦ ବର୍ଷରୁ ଊଦ୍ଧ୍ୱର୍ ପୁରାତନ ଭାଷା ବୋଲି ପ୍ରକାଶ କରିଥିଲେ । ଏହାର ସମୃଦ୍ଧି ପାଇଁ ଅନେକ ସାରସ୍ୱତ ସାଧକଙ୍କ ଅବଦାନ ସ୍ୱୀକୃତ । ଆଜିର ଏହି ଭାଷା ସମ୍ମିଳନୀ ସେମାନଙ୍କୁ ସମ୍ମାନ ଜଣାଇବା ପାଇଁ ପ୍ରକୃଷ୍ଟ ଅବସର ବୋଲି ସେ ପ୍ରକାଶ କରିଥିଲେ ।

ଅଧିକ ପଢନ୍ତୁ :ସ୍ବାସ୍ଥ୍ୟଜନିତ ସମସ୍ୟା ଉପୁଜିବା ସହ ଅତ୍ୟଧିକ ଖର୍ଚ୍ଚ ଚିନ୍ତାର କାରଣ ହେବ! ପଢନ୍ତୁ ଏ ସପ୍ତାହର ରାଶିଫଳ
 

Share this story