ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି... ୧୯ଟି ଗାଁ ଓ ସୋରଡା ବ୍ଲକ୍‌ର ୧୭ଟି ଗାଁ ଲୋକଙ୍କୁ ସରକାର ଦେବେ ଜମିପଟ୍ଟା
 

Odisha government will give land titles to all the Hirakud Dam displaced families

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି

ଓଡ଼ିଆ ଗସିପ୍ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ  ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ।

ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ଦୀର୍ଘ ବର୍ଷର ସମସ୍ୟା, ଅନ୍ୟ ସ୍ଥାନରେ ସରକାରୀ ଜମିରେ ବହୁ ଦିନ ଧରି ରହୁଥିବା ଲୋକଙ୍କର ଜମି ଅଧିକାର ସମସ୍ୟା, ରୟତ ସମସ୍ୟା – ଏହିପରି ଅନେକ ସମସ୍ୟା ସଂପର୍କରେ ୫-ଟି ସଚିବଙ୍କୁ ଜଣାଇଥିଲେ ।

ଅଧିକ ପଢ଼ନ୍ତୁ: ଆଜିଠୁ ଦେଶରେ ପରିବର୍ତ୍ତନ ହେବ ଏହି ୫ଟି ନିୟମ, ସିଧା ଆପଣଙ୍କ ପକେଟ୍‌ ଉପରେ ପଡିବ ପ୍ରଭାବ 

ଏ ବିଷୟରେ 5T ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି । ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଗଞ୍ଜାମ ଓ ଝାରସୁଗୁଡା ଜିଲ୍ଲାର ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବୈଠକରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଯୋଗାଇ ଦେବାକୁ ନିଷ୍ପତ୍ତି କରାଯାଇଛି ।

ଅଧିକ ପଢ଼ନ୍ତୁ: ବିଶ୍ୱରେ ପ୍ରଥମ ଥର ପାଇଁ ଆବିଷ୍କାର ହେଲା ଚମତ୍କାରୀ ଇଞ୍ଜେକ୍ସନ, ମାତ୍ର ୭ ମିନିଟରେ ହେବ କ୍ୟାନ୍ସର ଚିକିତ୍ସା

ଝାରସୁଗୁଡା ଜିଲ୍ଲାରେ ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ସମସ୍ୟା ୫୦ ବର୍ଷରୁ ଅଧିକ ସମୟର। ଲଖନପୁର ତହସିଲର ୧୮ଟି ଗାଁ ଓ ଝାରସୁଗୁଡା ତହସିଲର ଗୋଟିଏ ଗାଁ, ଏହିପରି ୧୯ଟି ଗାଁର ଜମି ସମସ୍ୟାର ସମାଧାନ ପାଇଁ ବୈଠକରେ ନିଷ୍ପତ୍ତି କରାଯାଇଛି । ୧୭୪୯ଟି ପରିବାରକୁ ପ୍ରାୟ ୩୨୩୧ ଏକର ଜମି ଉପରେ ଅଧିକାର ଦିଆଯିବ। ଡିସେମ୍ବର ମାସରୁ ଲିମେଇତିକ୍ରା, ସାହାସବାଗ, ଲାଛିପଲ୍ଲୀ, ପାତ୍ରପଲ୍ଲୀ ଓ ଡୁଆଁମୁଣ୍ଡା – ଏହି ୫ଟି ଗାଁରେ ପଟ୍ଟା ବଣ୍ଟନ ଆରମ୍ଭ ହେବ ।

ଗଞ୍ଜାମ ଜିଲ୍ଲାକୁ ଗତ ଅଗଷ୍ଟ ୨୬ ତାରିଖରେ ୫-ଟି ସଚିବ ଗସ୍ତ କରିଥିଲେ। ସେଠାରେ ଲୋକଙ୍କ ସମସ୍ୟା ଶୁଣିବା ପରେ ମାତ୍ର ୫ ଦିନରେ ଜମି ସମସ୍ୟା ର ସମସ୍ୟା ସମାଧାନ ହୋଇଛି। ବୈଠକର ନିଷ୍ପତ୍ତି ଅନୁଯାୟୀ ଗଞ୍ଜାମ ଜିଲ୍ଲାର ସୋରଡା ବ୍ଲକ୍‌ର ୧୭ଟି ଗ୍ରାମର ୮୮୩ ଜଣ ଲୋକଙ୍କୁ ଘରଡିହ ପଟ୍ଟା ଦିଆଯିବ ଏବଂ ୨୦୨୩ ସେପ୍ଟେମ୍ବର ୨୨ ସୁଦ୍ଧା ସମସ୍ତ ପଟ୍ଟାବଣ୍ଟନ ପ୍ରକ୍ରିୟା ଶେଷ ହେବ । 

ଅଧିକ ପଢ଼ନ୍ତୁ: ଏହି ୩ଟି ରାଶି ଉପରେ ସୂର୍ଯ୍ୟ-ଶନି-ରାହୁଙ୍କ ରହିବ ଘାତକ ଦୃଷ୍ଟି; ଖରାପ ହେବ ସ୍ବାସ୍ଥ୍ୟ, ଜାଣନ୍ତୁ ଏବଂ ସତର୍କ ରୁହନ୍ତୁ 

ସେହିପରି ୧୬୮ ଜଣ ଲୋକଙ୍କୁ ଚାଷଜମି ପାଇଁ ପଟ୍ଟା ଦିଆଯିବ ଏବଂ ଏହି ପ୍ରକ୍ରିୟା ଅକ୍ଟୋବର ପହିଲାରୁ ଆରମ୍ଭ ହେବ। 5T ସଚିବ  ଭି କେ ପାଣ୍ଡିଆନ୍ ଙ୍କ ଜିଲା ଗସ୍ତ ସମୟରେ ମିଳିଥିବା ଲୋକଙ୍କ ବିଭିନ୍ନ ଅଭିଯୋଗ ର ସମାଧାନ ନିମନ୍ତେ ସମୟ ବଦ୍ଧ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗ ତଥା ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ସେପ୍ଟେମ୍ବରରେ ମଧ୍ୟ ଭାଗରେ ମୁଖ୍ୟମନ୍ତ୍ରୀ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବେ ।

Share this story