ଆଜିଠୁ ୪ ଦିନ ବର୍ଷା; ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା
 

RAIN

ସ୍ୱାଭାବିକ ହେବ ମୌସୁମୀ

ଆଜିଠୁ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି

ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡଘଡ଼ି ସହ ବର୍ଷା ଲାଗିରହିଛି

ଓଡ଼ିଆ ଗସିପ୍ ବ୍ୟୁରୋ: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିପାରେ । ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । 

ଆଜିପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ମଧ୍ୟ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । 

 

 



ମୁଖ୍ୟତଃ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଅଧିକ ପଢ଼ନ୍ତୁ : ଓଡ଼ିଶାରେ ଲଜ୍ଜା : ମୋବାଇଲରୁ ମୋବାଇଲ ଭାଇରାଲ ହେଉଛି ନାବାଳିକାକୁ ଟେକି ନେଇ ଦୁଷ୍କର୍ମ ଉଦ୍ୟମ

ଆସନ୍ତା ୭ ଓ ୮ ତାରିଖରେ ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେପଟେ ଗତ ୧ ଜୁନରୁ ୩ ଜୁଲାଇ ମଧ୍ୟରେ ରାଜ୍ୟରେ ୧୬୮.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୨୯ ପ୍ରତିଶତ କମ୍‌‌ ରହିଛି । କନ୍ଧମାଳ, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରେ ଭୀଷଣ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।

 

 


 

Share this story