ପାଣିପାଗ ବିଭାଗ ପକ୍ଷରୁ ଦିଆଗଲା ସୂଚନା, ଓଡ଼ିଶାର ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜିଠାରୁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଏକାଧିକ ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ବର୍ଷା ହେବାର ସମ୍ଭବାନ ରହିଛି। ବିଶେଷକରି ୫ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଅଧିକ ପଢନ୍ତୁ : କମ୍ ବୟସରେ ହେଉଥିବା ମୃତ୍ୟୁକୁ ରୋକା ଯାଇପାରିବ, ବାସ୍ ଆଜିଠୁ କରନ୍ତୁ ଏହି କାମ
ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଏହାର ସମ୍ଭାବନା ରହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଯାହାକୁ ନେଇ ଏକ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି । ସେହିପରି ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ଦେଓଗଡ, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ ଏବଂ ବାଲେଶ୍ୱର ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।
ଅଧିକ ପଢନ୍ତୁ : କେମିତି ଜାଣିବେ ଆପଣଙ୍କୁ ହୋଇଛି ଲିଭର୍ କ୍ୟାନ୍ସର, ଜାଣନ୍ତୁ ରୋଗର ଲକ୍ଷଣ ଏବଂ କାରଣ
ଅନ୍ୟପକ୍ଷେ, ଆସନ୍ତା ୨୫ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ଆସନ୍ତା ଅଗଷ୍ଟ ୨୩/୨୪ ତାରିଖ ଠାରୁ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।