ପ୍ରବଳ ବର୍ଷା ଯୋଗୁଁ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିନ ସିଟିକୁ ଦେଲା ଏହି ସତର୍କ ସୂଚନା

Heavy rainfall alert for Cuttack and Bhubaneswar
ପ୍ରବଳ ବର୍ଷା ଯୋଗୁଁ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିନ ସିଟିକୁ ଦେଲା ଏହି ସତର୍କ ସୂଚନା

ଓଡ଼ିଆ ଗସିପ୍ ବ୍ୟୁରୋ: ପ୍ରବଳ ବର୍ଷା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିନ ସିଟିକୁ ସତର୍କ ସୂଚନା ଜାରି କରାଯାଇଛି। ଘଡଘଡି ସହ ୨ ରୁ ୩ ସେମି ପର୍ଯ୍ୟନ୍ତ ବର୍ଷା ଆଶଙ୍କା କରାଯାଇଛି। ବର୍ଷା ବେଳେ ଟ୍ରାଫିକ୍‌‌ ସମସ୍ୟା ଦେଖାଯିବା ନେଇ ମଧ୍ୟ ସମ୍ଭାବନା ରହିଛି। ଗାଡିମୋଟର ଧିରେ ଚଳାଚଳ କରିବାକୁ ପରମର୍ଶ ଦିଆଯାଇଛି। ପ୍ରବଳ ବର୍ଷା ସମୟରେ ଘରୁ ନ ବାହାରିବାକୁ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଅଧିକ ପଢନ୍ତୁ : ଜୀବନରେ ସେକ୍ସ ନିହାତି ଆବଶ୍ୟକ କାହିଁକି ? ଜାଣନ୍ତୁ ସୁସ୍ଥ ଯୌନ ସମ୍ପର୍କର ୭ଟି ଉପକାରିତା ବିଷୟରେ 

ସେହପରି ଆସନ୍ତା ୨୪ଘଣ୍ଟା ପାଇଁ ୧୦ଟି ଜିଲ୍ଲାକୁ ଅରେଞ୍ଜ ଓ ୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ନୂଆପଡା, ବଲାଙ୍ଗୀର, ଖୋର୍ଦ୍ଧା, କଟକ, ଅନୁଗୁଳ, ଦେଙ୍କନାଳ, ଦେଓଗଡ, ନୟାଗଡ଼, ପୁରୀ ଏବଂ ଜଗତସିଂହପୁର ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ଯାଜପୁର, ଭଦ୍ରକ, କୋରାପୁଟ,ମାଲକାନଗିରି, ଗଞ୍ଜାମ, କେନ୍ଦ୍ରାପଡ଼ା, କେନ୍ଦୁଝର ସମ୍ବଲପୁର ଏବଂ ଝାରସୁଗୁଡା ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଅଧିକ ପଢନ୍ତୁ : ଭେଣ୍ଡିଆ ପୁଅର ସ୍ତନବୃଦ୍ଧି ସମସ୍ୟା! କାହିଁକି ଏମିତି ହେଉଛି, କଣ କଲେ କମିବ ସ୍ତନର ଆକାର ଜାଣନ୍ତୁ

ଅନ୍ୟପକ୍ଷରେ, ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ ସମ୍ଭାବନା ରହିଛି। ଦୁଇ ଦିନ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ ।  ଆସନ୍ତା ୧୨ ଘଣ୍ଟାରେ ଲଘୁଚାପର ରୂପନେବ ଘୁର୍ଣ୍ଣିବଳୟ। ଏହାର ପ୍ରଭାବରେ ଆଜି ଆଉ କଲି ରାଜ୍ୟରେ ପ୍ରବଳ ବର୍ଷା ଦେଖିବାକୁ ମିଳିବ। କନ୍ଧମାଳ କଲାହାଣ୍ଡିରେ ପବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

ତେବେ ଲାଗୁଚପକୁ ନଜରରେ ରଖି ସମୁଦ୍ର ମଧ୍ୟକୁ ମାତ୍ସଜୀବିଙ୍କୁ ଯିବାକୁ ବାରଣ କରାଯାଇଛି। କୌଣସି ବନ୍ଦରକୁ ବିପଦ ସଂକେତ ଦିଆଯାଇନାହିଁ। ଶନିବାର ଠାରୁ ବର୍ଷା ପରିମାଣ କମିବା ସହ କିଛି ସ୍ଥାନରେ ବର୍ଷା ହେବ। ଲଘୁଚାପ ପ୍ରଭାବରେ ଆଜି ଆଉ ଆସନ୍ତା କାଲି ଭୁବନେଶ୍ୱରରେ ବର୍ଷା ହେବ।

Share this story