ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୧୫ ଜିଲ୍ଲାରେ କାଳବୈଖାଖୀ, ୬ ଜିଲ୍ଲାରେ ପ୍ରବଳ ବର୍ଷା ଆର୍ଲଟ : ୨୩ ଓ ୨୪ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

heavy rainfall on 23 and 24 June this year

ଓଡ଼ିଆ ଗସିପ ବ୍ୟୁରୋ : ରାଜ୍ୟରେ ଏବେ ପ୍ରାକ୍‌ ମୌସୁମୀ ଜନିତ କାଳବୈଶାଖୀ ଓ ବର୍ଷା ଆରମ୍ଭ ହୋଇଯାଇଛି । ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

ଏହି କ୍ରମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, କଟକ, ନୟାଗଡ଼, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି , ସୋନପୁର ଓ ବଲାଙ୍ଗୀର ପ୍ରଭୃତି ୧୫ ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛ । ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି ।

ଏତଦ୍‌ବ୍ୟତୀତ ଏହି ସମୟ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ କୋରାପୁଟ ପ୍ରଭୃତି ୬ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅଧିକ ପଢ଼ନ୍ତୁ : ସ୍ୱାମୀଙ୍କ ଉପରେ ଚଢ଼ିଗଲା ଆମ୍ବୁଲାନ୍ସ : ସ୍ତ୍ରୀ ଓ ଝିଅ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ଅନ୍ୟପକ୍ଷରେ, ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ପ୍ରଭୃତି ୪ଟି ଜିଲ୍ଲାକୁ ହିଟ ୱେଭ ଆଲର୍ଟ ଜାରି କରାଯାିଛି । ଦିନର ତାପମାତ୍ରା ସାଧାରଣ ଠାରୁ ଅଧିକ ରହିବ ବୋଲି ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ।

ଏପଟେ ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ଆସିବା ପୂର୍ବରୁ ଭିଜିବ ସାରା ରାଜ୍ୟ । ବର୍ତ୍ତମାନ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଛି । ଫଳରେ ଆଗକୁ ଆଉ ଗ୍ରୀଷ୍ମ ପ୍ରବାହର ସମ୍ଭାବନା ନଥିବା ବେଳେ ପ୍ରାକ୍‌ ମୌସୁମୀ ଜନିତ କାଳବୈଶାଖୀ ଓ ବର୍ଷାରେ ସାରା ରାଜ୍ୟ ଭିଜିବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୨ ଜୁନ୍‌ରୁ ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ କିଛି ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆଜି ମାନେ ୨୧ ତାରିଖରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଏବଂ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ( ୭ ରୁ ୧୧ ସେମି) ସମ୍ଭାବନା ରହିଥିବା ବେଳେ ୨୩ ଏବଂ ୨୪ ତାରିଖରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ( ୭ ରୁ ୨୦ ସେମି) ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୧ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ବୌଦ୍ଧ, ସୋନପୁର, ସମ୍ୱଲପୁର, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ଘଡଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଘୂର୍ଣ୍ଣିଝଡ଼ ସମୟରେ ଏହିସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । ତେବେ ମୟୂରଭଞ୍ଜ, ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହେବ । ସେଥିପାଇଁ ଏହି ସବୁ ଜିଲ୍ଲାମାନଙ୍କ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅଧିକ ପଢ଼ନ୍ତୁ : ବିବାହ ଭୋଜିରୁ ଗଲା ନିରୀହ ଜୀବନ, ଟ୍ରକ୍‌କୁ ପିଟିଲା କାର୍‌, ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ

ସେହିପରି ୨୨ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୩ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ ଗଜପତି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ ।

ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ତେବେ ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ୩ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାମାନଙ୍କୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପଟେ ୨୪ ତାରିଖରେ ମୟୂରଭଞ୍ଜ, ଢେଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ଦେବଗଡ଼, କେନ୍ଦୁଝର, ଅନୁଗୋଳ, ସମ୍ୱଲପୁର ଓ ବରଗଡ଼ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହି ସବୁ ଜିଲ୍ଲାରେ ୧୧ ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Share this story