ଆଉ ଦୁଇ ଦିନ ପରେ ପ୍ରବଳ ବର୍ଷା ସମ୍ଭାବନା : ରାଜ୍ୟରେ ପୁଣି ବର୍ଷା ହେବା ନେଇ ଏପରି କହିଲା ପାଣିପାଗ ବିଭାଗ

heavy rainfall to forecast in odisha

ଓଡ଼ିଆ ଗସିପ ବ୍ୟୁରୋ: ହାଡଭଙ୍ଗା ଶୀତରେ ଥରୁଛି ସାରା ଓଡିଶା । ଅସହ୍ୟ ଜାଡରେ ଅସ୍ତବ୍ୟସ୍ତ ହୋଇପଡୁଛି ଜନଜୀବନ । ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ପବନ ବହୁଥିବାରୁ ପ୍ରବଳ ଜାଡ ଅନୁଭବ ହେବା ସହ ପାରଦ ସ୍ବାଭାବିକଠାରୁ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ କମୁଛି ।

ତେବେ ଏହାରି ମଧ୍ୟ ପାଣିପାଗ ବିଭାଗ ରାଜ୍ୟରେ ପୁଣି ବର୍ଷା ନେଇ ସୂଚନା ଦେଇଛି । ଜାନୁଆରୀ ୩୧ ତାରିଖରୁ ତିନି ଦିନ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବ । ଏନେଇ ଆକଳନ କରିଛି ଆଞ୍ଚିଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ବର୍ତ୍ତମାନ ରାଜ୍ୟରେ ପ୍ରବଳ ଶୀତ ହେଉଥିବା ବେଳେ ୩୧ ତାରିଖରୁ ରାଜ୍ୟରେ ବଦଳିବ ପାଗ । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଅଧିକ ପଢ଼ନ୍ତୁ: ମହିଳାମାନଙ୍କ ମନରେ ଦୁଶ୍ଚିନ୍ତା ଓ ଅସ୍ଥିରତା ପ୍ରକାଶ ପାଇବ; କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ…

୩୧ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ରେ ହାଲୁକା ବର୍ଷା ନେଇ ଆକଳନ କରାଯାଇଥିବା ବେଳେ ୧ ତାରିଖରେ ବାଲେଶ୍ବର, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ରେ ହାଲୁକା ବର୍ଷା ହେବ । ୪ ତାରିଖ ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ପଶ୍ଚିମା ଝଡ ପ୍ରଭାବରେ ବର୍ଷା ହେବ ।

ସେପଟେ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ପବନ ପ୍ରଭାବରେ ଜାଡ ବଢିଛି । ଉପାନ୍ତରୁ ଉପକୂଳ ସବୁଠି ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିଛି । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ହାଲୁକା ଶୀତ ହେବ । ପରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବ ।

ଅଧିକ ପଢ଼ନ୍ତୁ: ଅଜବ ପରମ୍ପରା ଏଠି ଝିଅଙ୍କୁ ବାହା ହୁଅନ୍ତି ବାପା! କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ବାୟୁମଣ୍ଡଳରେ ଜଳିୟବାଷ୍ପ ପରିମାଣ ଅଧିକ ରହୁଥିବା ରୁ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡି ଦୃଶ୍ୟମାନ ହେବ । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ କଳାହାଣ୍ଡି, କନ୍ଧମାଳ, ରାୟଗଡା, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୫୦ ରୁ ୨୦୦ ମିଟର ଭିଜିବିଲିଟି ରହିବ । ବାକି ଆଭ୍ୟନ୍ତରୀଣ ଓଡିଶାରେ ହାଲୁକାରୁ ମଧ୍ୟମଧରଣର କୁହୁଡି ଅନୁଭୂତ ହେବ । ଘନ କୁହୁଡ଼ି ସମୟରେ ସାବଧାନତା ର ସହ ଗାଡି ଚାଳନା ନେଇ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Share this story