୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

heavy rainfall to lash in odisha in next 24 hours

ଓଡ଼ିଆ ଗସିପ ବ୍ୟୁରୋ : ସାରା ଓଡ଼ିଶାକୁ ଛୁଇଁଲା ମୌସୁମୀ । ରାଜ୍ୟର ସବୁ ଜିଲ୍ଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା  ଦିଆଯାଇଛି ।

ଏହାରି ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅଧିକ ପଢ଼ନ୍ତୁ : ପହଣ୍ଡି ବେଳେ ବଡ଼ ଅଘଟଣ, ପଡ଼ିଗଲେ ମହାପ୍ରଭୁ ଶ୍ରୀଜଗନ୍ନାଥ

ଏହି କ୍ରମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଜଗତସିଂହପୁର ଓ କଟକ ଜିଲ୍ଲାକୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଜପତି, ରାୟଗଡ଼ା, କଳାହାଣ୍ଡି, ମାଲକାନାଗିରି, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଏ ନେଇ ଉକ୍ତ ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି ।

Share this story