ପ୍ରଧାନ ଶିକ୍ଷକ ଠିକାଦାରଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍

ଓଡ଼ିଆ ଗସିପ୍ ବ୍ୟୁରୋ: ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପ୍ରଧାନଶିକ୍ଷକ। କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଥାନ ଅଧମୁଣ୍ଡା ସରକାରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ଅଗସ୍ତି ସାହୁ ଜଣେ ଠିକାଦାରଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ି ବସିଥିଲା ।
ଅଧିକ ପଢନ୍ତୁ :ବାଥରୁମରେ ଅଧିକ ହାର୍ଟ ଆଟାକ୍ ହେବାର ପ୍ରକୃତ କାରଣ କଣ? ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଆଜି ପ୍ରଧାନ ଶିକ୍ଷକ ଅଗସ୍ତି ସାହୁ ସ୍କୁଲ ଅଫିସରେ ଠିକାଦାର ଯୁଧିଷ୍ଠିର ଭଗତଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ପ୍ରଧାନ ଶିକ୍ଷକଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି। ଏ ମାମଲାରେ ଅଧିକ ତଦନ୍ତ ଚଳାଇଛି ଭିଜିଲାନ୍ସ । ଅଗସ୍ତି ସାହୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସନ୍ଦେହରେ ଗୋଟିଏ ଜାଗାରେ ଚଢାଉ କରିଛି ଭିଜିଲାନ୍ସ।
ଅଧିକ ପଢନ୍ତୁ :ସୁସ୍ଥ ଶରୀର ପାଇଁ ସୁସ୍ଥ ଆହାର, ଏହି ୪ଟି ଜିନିଷ ସେବନ କଲେ ଦୂର ହେବ ମଧୁମେହ ସମସ୍ୟା!
ମିଳିଥିବା ସୂଚନାଅନୁସାରେ ସ୍କୁଲର ଉନ୍ନତିକରଣ କାମ କରିଥିବା ଠିକାଦାର ଯୁଧିଷ୍ଠିର ଭଗତ ଚୂଡ଼ାନ୍ତ ବିଲ୍ କରିଦେବାକୁ ପ୍ରଧାନଶିକ୍ଷକଙ୍କୁ କହିଥିଲେ। ହେଲେ ପ୍ରଧାନଶିକ୍ଷକ ଚୂଡ଼ାନ୍ତ ବିଲ୍ ପାଇଁ ୫୦ ହଜାର ଲାଞ୍ଚ ମାଗିଥିଲେ। ଯାହାପରେ ଠିକାଦାର ଜଣଙ୍କ ଭିଜିଲାନ୍ସରେ ଏକଥା ଜଣାଇଥିଲେ। ଆଜି ଅପରାହ୍ନରେ ପ୍ରଧାନଶିକ୍ଷକ ଅଗସ୍ଥି ସାହୁ ସ୍କୁଲ ଅଫିସରେ ଠିକାଦାର ଯୁଧିଷ୍ଠିର ଭଗତଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ପ୍ରଧାନ ଶିକ୍ଷକଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଥିଲା।
ଅଧିକ ପଢନ୍ତୁ : ଗୁରୁଜନଙ୍କ ସ୍ବାସ୍ଥ୍ୟ ଓ ଖର୍ଚ୍ଚ ବୃଦ୍ଧି ପାଇଁ ଚିନ୍ତାରେ ରହିବା ସହ ବିବାହକୁ ନେଇ ଶୁଭ ସମାଚାର ମିଳିବ, ପଢନ୍ତୁ ରାଶିଫଳ