ଆହୁରି ଏତିକି ଦିନ ଯାଏଁ ତାତି ଓ ଗୁଳୁଗୁଳିରୁ ମିଳିବନି ନିସ୍ତାର, ସତର୍କ କଲା ପାଣିପାଗ ବିଭାଗ
 

Hot humid conditions to persist in Odisha for next few days say IMD
ଓଡିଶାରେ ଆହୁରି ଏତିକି ଦିନ କଲବଲ କରିବ ପ୍ରଚଣ୍ଡ ଗୁଳୁଗୁଳି
 

ଓଡ଼ିଆ ଗସିପ୍ ବ୍ୟୁରୋ: ସମ୍ପ୍ରତି ରାଜ୍ୟରେ ମାତ୍ରାଧିକ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏଥିଯୋଗୁଁ ବିଭିନ୍ନ ଜିଲ୍ଲାରେ ଗତ କିଛି ଦିନ ହେଲା ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ। ରାଜ୍ୟରେ ଏଭଳି ସ୍ଥିତି ଆହୁରି କିଛି ଦିନ ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁସାରେ ଆଭ୍ୟନ୍ତରୀଣ ଓଡିଶାରେ ଆହୁରି ୩ ଦିନ ଯାଏଁ ଜାରି ରହିବ ହିଟୱେଭ । ସେହିଭଳି ଉପକୂଳ ଓଡିଶାରେ ଆହୁରି ୫ ଦିନ କଲବଲ କରିବ ପ୍ରଚଣ୍ଡ ଗୁଳୁଗୁଳି । ରାଜ୍ୟର ବଲାଙ୍ଗିର,ବରଗଡ଼, କଳାହାଣ୍ଡି, ନୂଆପଡା ଓ ସୋନପୁରରେ ଆଜି ହିଟୱେଭ ଜାରି ରହିବ । ବଲାଙ୍ଗୀର , ବରଗଡ଼ରେ ଅରେଞ୍ଜ ୱାର୍ଣ୍ଣିଂ ଓ କଳାହାଣ୍ଡି , ନୂଆପଡ଼ା, ସୋନପୁରରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହା ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ ।

ଅଧିକ ପଢନ୍ତୁ : କୌଣସି କଥାକୁ ନେଇ ଚିନ୍ତାରେ ରହିବା ସହ ଏହି ରାଶି ବ୍ୟକ୍ତିଙ୍କ ଅଟକି ରହିଥିବା କାର୍ଯ୍ୟ ପୂରା ହେବ! ପଢନ୍ତୁ ଆଜିର ରାଶିଫଳ 

ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଡିଗ୍ରୀ ଉପରେ ୩ ସହର ରହିଛି । ଟିଟିଲାଗଡ଼ ରାଜ୍ୟର ରାଜ୍ୟର ଉତ୍ତପ୍ତ ସହର ଭାବେ ୪୬ ଡିଗ୍ରୀ ରେକର୍ଡ ହୋଇଛି । ସେହିଭଳି ବରଗଡ଼ ୪୫.୮ ଡିଗ୍ରୀ , ବଲାଙ୍ଗୀର ୪୫.୫ ଡିଗ୍ରୀ ରେକର୍ଡ ହୋଇଛି । ଅନ୍ୟପଟେ ୧୨ ସହରରେ ୪୧ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଆଜି ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । 

ଅଧିକ ପଢନ୍ତୁ : ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବା ସହ ବୈବାହିକ ଜୀବନରେ ସମସ୍ୟା ଆସିବ! ପଢନ୍ତୁ ଆଜିର ରାଶିଫଳ 

ବିଶେଷକରି ଦକ୍ଷିଣ – ଉତ୍ତର ଓଡ଼ିଶାରେ ବର୍ଷ ହେବାର ସମ୍ଭାବନା ରହିଛି । ବିଶେଷକରି ମୟୂରଭଞ୍ଜ , କେନ୍ଦୁଝର , ବାଲେଶ୍ଵର , ଝାରସୁଗୁଡ଼ା , ସୁନ୍ଦରଗଡ଼ , ରାୟଗଡ଼ା , ମାଲକାନଗିରି , ଅନୁଗୁଳ , ଯାଜପୁର , ଭଦ୍ରକ , ଜଗତସିଂହପୁର , କେନ୍ଦ୍ରାପଡ଼ା , ନବରଙ୍ଗପୁର , କଳାହାଣ୍ଡି , କନ୍ଧମାଳ , ଗଞ୍ଜାମ , ଗଜପତି ଓ ନୂଆପଡ଼ାର କିଛି କିଛି ସ୍ଥାନରେ ଆଜି ଘଡଘଡି ସହ ମାଧ୍ୟମ ଧରଣର ବର୍ଷା ହୋଇପାରେ । ଏହାକୁ ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି । 

ଆସନ୍ତା ୪ ତାରିଖଠୁ ବର୍ଷାର ପରିମାଣ କମିବ । ସେପଟେ ଓଡିଶାକୁ ମୌସୁମୀ ଆସିବା ନେଇ ବର୍ତ୍ତମାନ ସୁଦ୍ଧା କିଛି ଆକଳନ ହୋଇ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି।

ଅଧିକ ପଢନ୍ତୁ : ଏଥର ପବିତ୍ର 'ସାବିତ୍ରୀ ଅମାବାସ୍ୟା'ରେ ଦୁର୍ଲଭ ଯୋଗ, ଏହି ରାଶିଙ୍କ ଉପରେ ବର୍ଷିବ ମା’ ଲକ୍ଷ୍ମୀଙ୍କ କୃପା
 

Share this story