ଗଭୀର ଅବପାତ ପ୍ରଭାବରେ ଏହି ୧୦ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
ଓଡ଼ିଆ ଗସିପ୍ ବ୍ୟୁରୋ: ଗଭୀର ଅବପାତ ପରେ ରାଜ୍ୟରେ ଲାଗି ରହିଛି ବର୍ଷା। ଗତ ଦୁଇ ଦିନ ହେବ ରାଜ୍ୟରେ ଲଗାଣ ବର୍ଷାର ପ୍ରକୋପ ଦେଖିବାକୁ ମିଳିଛି । ପୂର୍ବରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ସବୁଆଡେ ପାଣି ଆଉ ପାଣି । ପ୍ରବଳ ବର୍ଷା ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଥିବା ବେଳେ ତଳିଆ ଅଞ୍ଚଳରେ ଥିବା ଲୋକେ ଅବସ୍ଥା ବେହାଲ ହୋଇ ପଡିଲାଣି ।
ହେଲେ ଏବେ ବି ବର୍ଷା ବିତ୍ପାତ ଶେଷ ହୋଇନି । ଅବପାତ ପ୍ରଭାବରେ ଆସନ୍ତାକାଲିବି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଉତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି । ତେଣୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।
ରେଡ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର,ଦେଓଗଡ. ଅନୁଗୁଳ, କେନ୍ଦୁଝର, ବୌଦ୍ଧ ଜିଲ୍ଲା । ୭ରୁ ୨୦ ସେଂଟିମିଟର ବର୍ଷା ହେବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ ।
ଏହି ସବୁ ଜିଲ୍ଲାର ତଳିଆ ଅଂଚଳରେ ପାଣି ପଶିବା ସମ୍ଭାବନା ରହିଛି । ଏଭଳିକି ପାହାଡିଆ ଅଂଚଳରେ ଭୁସ୍ଖଳନ ହେବାର ଆଶଙ୍କା ରହିଛି । ଆସନ୍ତାକାଲି ଠାରୁ ବର୍ଷାର ପ୍ରକୋପ କିଛି ମାତ୍ରାରେ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ଅଧିକ ପଢନ୍ତୁ :- ଓଡ଼ିଶା ଜମାକାରୀଙ୍କୁ ମିଳିବ ‘ସାହାରା’ ଟଙ୍କା, କେନ୍ଦ୍ର ସମବାୟ ମନ୍ତ୍ରଣାଳୟକୁ ତାଲିକା ଦେଲେ ରାଜ୍ୟ ସରକାର
୧୨ ଘଣ୍ଟା ମଧ୍ୟରେ ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିଶୀଳ ହୋଇ ଝାଡ଼ଖଣ୍ଡକୁ ଆଚ୍ଛନ୍ନ କରି କ୍ରମଶଃ ଲଘୁଚାପରେ ପରିଣିତ ହୋଇ ଓ ପରବର୍ତ୍ତୀ ୨୪ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ ପାଲଟିବାର ସମ୍ଭାବନା ରହିଛି। ଏଥି ପାଇଁ ବର୍ଷା ଲାଗିରହିବ। ଏନେଇ ଆସନ୍ତାକାଲି ପର୍ଯ୍ୟନ୍ତ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଢେଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ। ସେହିପରି ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, କଟକ, ନୟାଗଡ଼, ନବରଙ୍ଗପୁର, ଯାଜପୁର।
ଅଧିକ ପଢନ୍ତୁ :- ଗୁରୁ ଚଣ୍ଡାଳ ଯୋଗ, ୩ ମାସ ପର୍ଯ୍ଯନ୍ତ ସମସ୍ଯାରେ ଘାଣ୍ଟି ହେବେ ଏହି ୫ ରାଶି, ସବୁ କାମରେ ହେବେ ବିଫଳ।
ପ୍ରବଳ ବର୍ଷ କାରଣରୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଯାହା ଫଳରେ ବନ୍ୟାର ଆଶଂଙ୍କା ସୃଷ୍ଟି ହୋଇଛି। ଏସବୁ ଭିତରେ ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି ଏସଆରସି । ଜିଲ୍ଲାପାଳଙ୍କ ସହ ଆଲୋଚନା ବର୍ଷା ପ୍ରଭାବିତଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଏଥି ସହିତ ବିଭିନ୍ନସ୍ଥାନରେ ଅଗ୍ନିଶମ,ଓଡ଼୍ରାଫ ଓ ଏନଡିଆରଏଫ ଟିମ୍ ମୁତୟନ କରାଯାଇଛି। ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଜଳସ୍ତର ଉପରେ ନଜର ରଖାଯାଇଛି।