ଏହି ତାରିଖରୁ ରାଜ୍ୟରେ ପୁଣି ଥରେ ବଢ଼଼ିବ ବର୍ଷାର ପ୍ରକୋପ, ଏସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ କେନ୍ଦ୍ର 

IMD issues heavy rainfall warning from 18 various districts of Odisha
ଏସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ କେନ୍ଦ୍ର 
 

ଓଡ଼ିଆ ଗସିପ୍ ବ୍ୟୁରୋ: ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ବିଶେଷକରି ପଶ୍ଚିମ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ସର୍ବାଧିକ ରହିଥିବା ବେଳେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଛି। ଲଘୁଚାପ ଶକ୍ତିଶାଳୀ ହେବା ଯୋଗୁଁ ରାଜ୍ୟରେ ମୌସୁମୀ ଅତ୍ୟନ୍ତ ସକ୍ରିୟ ରହିଛି।

ଅଧିକ ପଢ଼ନ୍ତୁ: ଏହି ରାଶି ବ୍ୟକ୍ତିଙ୍କ ପାଇଁ ଆଗାମୀ ୧୧୮ ଦିନ ରହିବ ବରଦାନ ଭଳି, ବୃହସ୍ପତି କରିଦେବେ ମାଲାମାଲ୍

ଏହି କାରଣରୁ ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ବର୍ଷା ୪୭.୫ ମିମି ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ୭.୬ ମିମି ତୁଳନାରେ ୫୨୪ ପ୍ରତିଶତ ଅଧିକ ରହିଛି ବୋଲି ପାଣପିାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ରାୟଗଡ଼ା ଜିଲ୍ଲାରେ ହାରାହାରି ବର୍ଷା ୭୨.୧ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୪.୩ ମିମି ତୁଳନାରେ ୧୫୭୬ ପ୍ରତିଶତ ଅଧିକ ରହିଛି।

ଅଧିକ ପଢ଼ନ୍ତୁ: ଏମାନଙ୍କ ପାଇଁ ଆଜି ଦିନଟି ଖରାପ; ଜାଣନ୍ତୁ ଆପଣଙ୍କ ରାଶିଫଳ, କେମିତି କଟିବ ଆଜିର ଦିନ 

ସେହିପରି ଗତ ୨୪ ଘଣ୍ଟାରେ ବଲାଙ୍ଗିରରେ ସର୍ବାଧିକ ୨୧୫ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ କଳାହାଣ୍ଡି ଏମରାମପୁରରେ ୧୯୩ ମିମି, ଥୁଆମୁଳ ରାମପୁର, କଣ୍ଟାମାଳ ଓ ବୌଦ୍ଧରେ ୧୫୮ମିଲିମିଟର ବର୍ଷା ରେକର୍ଡ ହୋଇଛି। ଭୁବନେଶ୍ୱର ୫୫ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ୧୧ ଜିଲ୍ଲାର ୨୨ଟି ବ୍ଲକରେ ୧୦୦ ମିମିରୁ ଅଧିକ ବର୍ଷା ରେକର୍ଡ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ବୁଧବାର ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ସକ୍ରିୟ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଏହା ଓଡ଼ିଶା ଓ ଛତିଶଗଡ଼ ଉପରେ ରହି ଆଗକୁ ଅଗ୍ରସର ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଅଧିକ ପଢ଼ନ୍ତୁ: ମୃତ୍ୟୁ ପୂର୍ବରୁ ମିଳିଥାଏ ଏହି ଲକ୍ଷଣ; ୪୦ ସେକେଣ୍ଡ ପୂର୍ବରୁ ଘଟିଥାଏ ଏହି ଭୟାନକ ଓ କଷ୍ଟଦାୟକ ଘଟଣା!

ବର୍ତ୍ତମାନ ତୁଳନାରେ ଶୁକ୍ରବାରଠାରୁ ବର୍ଷାର ପ୍ରକୋପ ହ୍ରାସ ହେବା ସହ ଛତିଶଗଡ଼ରେ ବର୍ଷାର ପ୍ରକୋପ ବଢ଼଼ିବ ବୋଲି ଜଣାପଡ଼ିଛି। ଯଦିଓ ଶୁକ୍ରବାର ରାଜ୍ୟରେ ବର୍ଷା ହ୍ରାସ ପାଇବ ହେଲେ ଛତିଶଗଡ଼ ସୀମାନ୍ତ ଓଡ଼ିଶାର କିଛି ଜିଲ୍ଲା ଯଥା ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି। ଶୁକ୍ରବାର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ହେବାର ଆଶଙ୍କା ରହିଛି।

ଅଧିକ ପଢ଼ନ୍ତୁ: ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 

ଦୁର୍ଗମ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ସହ ମାଟିଘର କାନ୍ଥ ଭୁସୁଡିବା, କଚ୍ଚା ରାସ୍ତା ପ୍ରଭାବିତ ହେବାର ଆଶଙ୍କା ରହିଛି। ସେହିପରି ଧାନ ବିଲରୁ ଜଳ ନିଷ୍କାସନ ପାଇଁ ପରାମର୍ଶ ଦିଆଯାଇଥିବା ବେଳେ ସାର ଓ କୀଟନାଶକ ପ୍ରୟୋଗରୁ ନିବୃତ୍ତ ରହିବାକୁ ପରାମର୍ଶ ଦିଆଯାଇଛି।

ଅଧିକ ପଢ଼ନ୍ତୁ: ଆର୍ଥିକ ସଙ୍କଟରୁ ମୁକ୍ତି ପାଇବା ପାଇଁ ଚାହୁଁଛନ୍ତି, ତାହାହେଲେ ଶୁକ୍ରବାର ରାତିରେ କରନ୍ତୁ ଏହି ଗୁପ୍ତ ଉପାୟ

ଗତ ଲଘୁଚାପରେ ହୋଇଥିବା ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହୋଇଥିବା ନିଅଣ୍ଟିଆ ସ୍ଥିତି ଭରଣା ହୋଇଛି। କେନ୍ଦ୍ରାପଡ଼ା, ପୁରୀ, ନବରଙ୍ଗପୁର ଓ କଳାହାଣ୍ଡିକୁ ଛାଡ଼ି ବାକି ସମସ୍ତ ଜିଲ୍ଲାରେ ମୌସୁମୀରେ ସ୍ୱାଭାବିକ ବର୍ଷା ହୋଇସାରିଛି। ୨ ଦିନର ବିରତି ପରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ପୁଣି ଥରେ ୧୮ ତାରିଖରୁ ବର୍ଷାର ପ୍ରକୋପ ବଢ଼଼ିବ ବୋଲି ପାଣିପାଗ କେନ୍ଦ୍ର କହିଛି। ୧୮ରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ଆଲର୍ଟ ଜାରି କରିଛି।

ଅଧିକ ପଢ଼ନ୍ତୁ: ଶାଶୂ ଘରକୁ ସ୍ବର୍ଗ କରନ୍ତି ଏହି ଝିଅ; ଏମାନଙ୍କ ପାଖରେ ରହିଥାଏ ଏହି ଖାସ୍ ଗୁଣ, ଜାଣନ୍ତୁ ସେହି ବିଶେଷ ଗୁଣଗୁଡ଼ିକ କଣ...

Share this story