ସୃଷ୍ଟିହେବ ଲଘୁଚାପ : ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରିକଲା ପାଣିପାଗ ବିଭାଗ

IMD issues orange alert for heavy rainfall in Odisha
ସୃଷ୍ଟିହେବ ଲଘୁଚାପ : ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରିକଲା ପାଣିପାଗ ବିଭାଗ

ଓଡ଼ିଆ ଗସିପ୍ ବ୍ୟୁରୋ: ରାଜ୍ୟକୁ ପୁଣି ଫେରୁଛି ବର୍ଷା। କିଛି ଦିନର ଶୁଖିଲା ପାଗ ପରେ ପୁଣି ଥରେ ଲେଉଟୁଛି ବର୍ଷା। ଆଗାମୀ ୪ ଦିନ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆଉ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ପାଣିପାଗ ବିଭାଗର ସୂଚନା ଅନୁସାରେ ଉତ୍ତର-ପୂର୍ବ ତତ-ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ରୁ ୭.୬ କିମି ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।

ଅଧିକ ପଢନ୍ତୁ : ଜୀବନରେ ସେକ୍ସ ନିହାତି ଆବଶ୍ୟକ କାହିଁକି ? ଜାଣନ୍ତୁ ସୁସ୍ଥ ଯୌନ ସମ୍ପର୍କର ୭ଟି ଉପକାରିତା ବିଷୟରେ 

ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳର ୧୮ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅଗଷ୍ଟ ୧୭ ରୁ ୧୯ ତାରିଖ ଏହାର ସର୍ବାଧିକ ପ୍ରଭାବ ପଡିବପାରେ ।

ଅଧିକ ପଢନ୍ତୁ : ଭେଣ୍ଡିଆ ପୁଅର ସ୍ତନବୃଦ୍ଧି ସମସ୍ୟା! କାହିଁକି ଏମିତି ହେଉଛି, କଣ କଲେ କମିବ ସ୍ତନର ଆକାର ଜାଣନ୍ତୁ

ଅନ୍ୟପକ୍ଷରେ ମୌସୁମୀ ଟ୍ରଫ୍‌ ଲାଇନ୍‌ ସମୁଦ୍ର ପତ୍ତନରେ ହିମାଳୟ ପାଦଦେଶରେ ପ୍ରବାହିତ ହେଉଛି। ଏପରିସ୍ଥିତରେ ସମ୍ଭାବ୍ୟ ଲଗୁଚାପର ରୂପରେଖ ସ୍ପଷ୍ଟ ହୋଇ ନଥିଲେ ମଧ୍ୟ ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଜି ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ଗତକାଲି ଅର୍ଥାତ ୧୭ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। 

ସେହିପରି କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

Share this story