ପାଣିପାଗ କେନ୍ଦ୍ରର ପୂର୍ବାନୁମାନ, ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବା ଫଳରେ ଆଗାମୀ ତିନିଦିନ ପ୍ରବଳ ବର୍ଷିବ
ଓଡ଼ିଆ ଗସିପ୍ ବ୍ୟୁରୋ: ମିଆଁମାର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ଶୁକ୍ରବାର ଉତ୍ତର-ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପ୍ରବେଶ କରିବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବା ସହ ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଆଗକୁ ବଢ଼଼ିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଅଧିକ ପଢ଼ନ୍ତୁ: ଡାଇବେଟିସ ହେବା ପୂର୍ବରୁ ଶରୀରରେ ଦେଖା ଦିଏ ଏସବୁ ଲକ୍ଷଣ, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ
ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨୯ ଓ ୩୦ରେ ପ୍ରବଳ ବର୍ଷା ଏବଂ ୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲ୍ଲାପାଇଁ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ୟେଲୋ ଆଲର୍ଟ ଜାରି କରିଛି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି।
ଅଧିକ ପଢ଼ନ୍ତୁ: କାହିଁକି ହୁଏ ବ୍ଳଡ୍ କ୍ୟାନସର, ଏହା କେତେ ପ୍ରକାର ? ଜାଣନ୍ତୁ ଏହି ରୋଗର ଲକ୍ଷଣ କଣ...
ଗୁରୁବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି।
ଅଧିକ ପଢ଼ନ୍ତୁ: ଲିଭର ସୁସ୍ଥ ରହିଲେ ମିଳିବ ଅନେକ ରୋଗରୁ ରକ୍ଷା, ଜାଣନ୍ତୁ ଲିଭରକୁ ସଫା କରିବାର ୭ଟି ଉପାୟ
ସେପ୍ଟେମ୍ୱର ମାସର ଏଯାବତ ରାଜ୍ୟରେ ୩୧୫.୯ ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ୨୨୦.୬ ମିମି ତୁଳନାରେ ୪୩ ପ୍ରତିଶତ ଅଧିକ ରହିଛି। ଏହି ୨୭ ଦିନର ବର୍ଷା ସେପ୍ଟେମ୍ୱର ମାସର ସ୍ୱାଭାବିକ ବର୍ଷା ୨୩୫.୭ ମିମି ତୁଳନାରେ ୩୪ ପ୍ରତିଶତ ଅଧିକ ରହିଛି।
ଅଧିକ ପଢ଼ନ୍ତୁ: ସେକ୍ସ ଟାଇମିଂକୁ ନେଇ କନଫ୍ୟୁଜ୍ କି? ପାର୍ଟନରଙ୍କ ଶୀଘ୍ର ପତନ ପାଇଁ ଚିନ୍ତିତ ? ଜାଣନ୍ତୁ କଣ କରିବେ
ଉପଗ୍ରହରୁ ଜଳୀୟବାଷ୍ପ ସମ୍ଭନ୍ଧୀତ ଉତ୍ତୋଳନ ହୋଇଥିବା ଚିତ୍ର ଅନୁଯାୟୀ ଦେଶର ଉତ୍ତର-ପଶ୍ଚିମ ଭାଗର କିଛି ଅଞ୍ଚଳରେ ବାୟୁମଣ୍ଡଳରେ ଜଳୀୟବାଷ୍ପର ମାତ୍ରା ଦୃଷ୍ଟନ୍ତମୂଳକ ଭାବେ କମିଛି। ଯାହା ମୌସୁମୀ ଅପସାରଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରୁଛି ବୋଲି ପାଣିପାଗ କେନ୍ଦ୍ର କହିଛି।
ଅଧିକ ପଢ଼ନ୍ତୁ: ଓଏଏସ୍ ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ଅଧିକାରୀ କେଉଁଠି ପାଇଲେ ନିଯୁକ୍ତି