ଏହି ତାରିଖରୁ ଦୁଇ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷିବ, ସତର୍କ ସୂଚନା ଜାରି କଲା ପାଣିପାଗ କେନ୍ଦ୍ର
 

IMD predicts heavy rainfall in Odisha from Sep 18 to 20
ସତର୍କ ସୂଚନା ଜାରି କଲା ପାଣିପାଗ କେନ୍ଦ୍ର
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଗାମୀ ୧୮ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷିବ। ବର୍ଷା ସହ ଘଡଘଡି ଜନଜୀବନକୁ ଅସ୍ତବ୍ୟସ୍ତ କରିବ। ଆଜି ଓ ଆସନ୍ତାକାଲି ପାଗ ସମାନ୍ୟ ଶୁଖିଲା ରହିବାକୁ ଥିବା ବେଳେ ୧୮ ତାରିଖଠୁ ପୁଣି ବର୍ଷା ଆରମ୍ଭ ହେବ। ୧୮ ରୁ ୨୦ ତାରିଖ ଯାଏଁ ୩ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଜାରି କରାଯାଇଥିବା ପାଣିପାଗ ବୁଲେଟିନ୍‌ ଅନୁସାରେ ଆସନ୍ତା ୧୮ ତାରିଖରେ ଅନୁଗୋଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅଧିକ ପଢ଼ନ୍ତୁ: ବିଡ଼ା ବିଡ଼ା ନୋଟ୍, ସୁନା, ରୂପା ସହ ୪୧୭ କୋଟି ଟଙ୍କା ଜବତ କଲା ଇଡି, ରାଡାରରେ ବଲିଉଡର ୧୪ ରୁ ଅଧିକ ନାମ 

ଏଥିସହ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, ଅନୁଗୋଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପଟେ ୧୯ ତାରିଖରେ କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ଼, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ଏଥିସହ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ଯାଜପୁର,ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ଼,ରାୟଗଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୧୯ ତାରିଖ ପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅଧିକ ପଢ଼ନ୍ତୁ: କେରଳରେ ନିପା ଭାଇରସ୍ ଆତଙ୍କ, ସିଧା ମଣିଷର ବ୍ରେନକୁ କରୁଛି ଆଟାକ୍! ଜାଣନ୍ତୁ ଲକ୍ଷଣ

ସେହିପରି ୨୦ ତାରିଖରେ ମୟୂରଭଞ୍ଜ,କେନ୍ଦୁଝର, ଢେଙ୍କାନା, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଅନୁଗୋଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟ ନ୍ତ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାମାନଙ୍କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅଧିକ ପଢ଼ନ୍ତୁ: ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 

Share this story