ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା

ଓଡ଼ିଆ ଗସିପ୍ ବ୍ୟୁରୋ: ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିଲେ ମଧ୍ୟ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପଶ୍ଚିିମ ଓଡ଼ିଶାର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ଏନେଇ ଆଜି (ସୋମବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି । ସଂପ୍ରତି ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ସ୍ଥିତିରେ ରହିଛି । ତେଣୁ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ ।
ଅଧିକ ପଢନ୍ତୁ : କମ୍ ବୟସରେ ହେଉଥିବା ମୃତ୍ୟୁକୁ ରୋକା ଯାଇପାରିବ, ବାସ୍ ଆଜିଠୁ କରନ୍ତୁ ଏହି କାମ
ମୌସୁମୀ ଟ୍ରଫ୍ ଲାଇନ୍ ସମୁଦ୍ର ପତ୍ତନରେ ହିମାଳୟ ପାଦଦେଶରେ ପ୍ରବାହିତ ହେଉଛି । ଏପରିସ୍ଥିତରେ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିଲେ ମଧ୍ୟ ଓଡ଼ିଶାର କିଛି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ଅଛି ବୋଲି ଅନୁମାନ କରାଯାଇଛି । ହେଲେ ରାଜ୍ୟରେ ବର୍ଷାର ପରିମାଣ ଆସନ୍ତା ଅଗଷ୍ଟ ୨୩/୨୪ ତାରିଖ ଠାରୁ ବଢ଼ିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଅଧିକ ପଢନ୍ତୁ : କେମିତି ଜାଣିବେ ଆପଣଙ୍କୁ ହୋଇଛି ଲିଭର୍ କ୍ୟାନ୍ସର, ଜାଣନ୍ତୁ ରୋଗର ଲକ୍ଷଣ ଏବଂ କାରଣ
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୨ ଅଗଷ୍ଟ, ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଓ କନ୍ଧମାଳ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।