ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା ପାଇଁ ପୂର୍ବ ବ୍ୟବସ୍ଥାରେ କରାଗଲା ପରିବର୍ତ୍ତନ, ଏବେ ହିଁ ଜାଣି ନିଅନ୍ତୁ କ’ଣ ?
 

Higher secondary Know the new rules for matric examination for this year
ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା ପାଇଁ ପୂର୍ବ ବ୍ୟବସ୍ଥାରେ କରାଗଲା ପରିବର୍ତ୍ତନ
 

ଓଡ଼ିଆ ଗସିପ୍ ବ୍ୟୁରୋ: ଫେବୃଆରୀ ୨୦ ତାରିଖରୁ ଆରମ୍ଭ ହେଉଛି ଚଳିତ ବର୍ଷର ମାଟ୍ରିକ୍‌‌ ପରୀକ୍ଷା। ଏହି ପରୀକ୍ଷାକୁ ବ୍ୟବସ୍ଥିତ ଢଙ୍ଗରେ ପରିଚାଳିତ କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ବିଭିନ୍ନ କାର୍ଯ୍ୟକ୍ରମ ଜାରି ରଖିଛି। ଏହି କ୍ରମରେ କପି ରୋକିବାକୁ ନୂଆ ଫର୍ମୂଲା ଆପଣାଇଛନ୍ତି ବୋର୍ଡ କର୍ତ୍ତୃପକ୍ଷ। 

ଏଣିକି ପରୀକ୍ଷା ପାଇଁ ଧାର୍ଯ୍ୟ ସମୟର ଦେଢ଼ ଘଣ୍ଟା ପୂର୍ବରୁ ପରୀକ୍ଷା ହଲକୁ ପ୍ରବେଶ କରିବେ ପରୀକ୍ଷାର୍ଥୀ। ଅର୍ଥାତ୍‌‌ ସକାଳ ୯ଟାରେ ପରୀକ୍ଷା ଥିବା ବେଳେ ସାଢ଼େ ୭ଟାରୁ ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀଙ୍କୁ ଛଡ଼ାଯିବ। ୮ଟା ୧୫ମିନିଟ୍‌‌ ପରେ ଆଉ କାହାକୁ ପରୀକ୍ଷା ହଲ୍‌‌କୁ ପ୍ରବେଶ ଅନୁମତି ମିଳିବ ନାହିଁ।

ଅଧିକ ପଢନ୍ତୁ :ବାଥରୁମରେ ଅଧିକ ହାର୍ଟ ଆଟାକ୍ ହେବାର ପ୍ରକୃତ କାରଣ କଣ? ଜାଣିଲେ ହେବେ ଆଶ୍ଚର୍ଯ୍ୟ 

କେବଳ ସେତିକି ନୁହେଁ, ଏଥର ପ୍ରଥମଥର ପାଇଁ ସମସ୍ତ ପରୀକ୍ଷା କେନ୍ଦ୍ରରେ ନିଯୁକ୍ତ ହେବେ ପର୍ଯ୍ୟବେକ୍ଷକ। ପ୍ରଶ୍ନପତ୍ର ଆସିବାଠାରୁ ପରୀକ୍ଷା ଶେଷ ହୋଇ ଉତ୍ତରଖାତା ଯିବା ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକୁ ପର୍ଯ୍ୟବେକ୍ଷକ ତଦାରଖ କରିବେ। ଏହି ଦାୟିତ୍ୱ ବିଇଓ, ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଦିଆଯିବ। ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟଙ୍କ ବ୍ୟତୀତ ପରୀକ୍ଷା ସମୟରେ ଅନ୍ୟ କେହି ବି ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍‌‌ ଫୋନ୍‌‌ ନେଇପାରିବେ ନାହିଁ।

ଅଧିକ ପଢନ୍ତୁ :ଶନି ଦେବଙ୍କ ରାଶି ପରିବର୍ତ୍ତନ ଫଳରେ ଏହି ଦୁଇଟି ରାଶି ହେବେ ଉପକୃତ ଓ ସମସ୍ତ କଷ୍ଟରୁ ପାଇବେ ମୁକ୍ତି! 

ମାଧ୍ୟମିକ ଶିକ୍ଷା ପରିଷଦ ଉପସଭାପତି ନୀହାର ରଞ୍ଜନ ମହାନ୍ତି କହିଛନ୍ତି, ସାଢ଼େ ୭ଟାରେ ପିଲାମାନେ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରି ନିଜ ସ୍ଥାନରେ ବସିପାରିବେ। ୮ଟା ସୁଦ୍ଧା ସମସ୍ତେ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିବେ। ତେବେ ଆଉ ୧୫ମିନିଟ୍‌‌ ଅଧିକ ସମୟ ରଖାଯାଇଛି। ପରୀକ୍ଷା କେନ୍ଦ୍ରରେ ଦେଢ଼ ଘଣ୍ଟା ପୂର୍ବରୁ ପ୍ରବେଶ ଦ୍ୱାରା ନିଜ ସିଟ୍‌‌ ଖୋଜି ବସିବା ପାଇଁ ପରୀକ୍ଷାର୍ଥୀଙ୍କୁ ସୁବିଧା ହେବ।

ଅଧିକ ପଢନ୍ତୁ :ମକର ରାଶିରେ ସୂର୍ଯ୍ୟ ଓ ବୁଧ, ବୁଦ୍ଧାଦିତ୍ୟ ରାଜଯୋଗ ଫଳରେ ଖୁବଶୀଘ୍ର ବଦଳିବ ଏହି ୪ ରାଶିଙ୍କ ଭାଗ୍ୟ!

ସୂଚନାଯୋଗ୍ୟ, ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା ପାଇଁ ୫ଲକ୍ଷ ୫୧ ହଜାର ୬୧୧ ଜଣ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ବୋର୍ଡ ପକ୍ଷରୁ ୩ ହଜାର ୭୩ଟି ପରୀକ୍ଷା କେନ୍ଦ୍ର ଏବଂ ଦୁର୍ଗମ ଅଞ୍ଚଳର ୨୧ଟି ଥାନାକୁ ନୋଡାଲ୍‌‌ ସେଣ୍ଟର କରାଯାଇଛି। ୨୦ରୁ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ମାର୍ଚ୍ଚ ୧୬ ତାରିଖରୁ ଖାତାଦେଖା ଆରମ୍ଭ ହେବ। ମାର୍ଚ୍ଚ ୩୦ ତାରିଖ ସୁଦ୍ଧା ଖାତା ଦେଖା ସରିବ। ଚଳିତ ବର୍ଷଠାରୁ ପୁଣି ପୁରୁଣା ଢାଞ୍ଚାରେ ପରୀକ୍ଷା ହେବ। ଅର୍ଥାତ ୫୦ ମାର୍କ ସବଜେକ୍ଟିଭ୍‌‌ ଏବଂ ୫୦ ମାର୍କ ଅବଜେକ୍ଟିଭ୍‌‌ ପ୍ରଶ୍ନ ଆସିବ।

ଅଧିକ ପଢନ୍ତୁ :ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବା ସହ ଧାର କରଜ କରି କାମ ତୁଲାଇବେ! ପଢନ୍ତୁ ଆଜିର ରାଶିଫଳ  
 

Share this story