ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ, ସୁଗମ ହେବ ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥା
ଓଡ଼ିଆ ଗସିପ୍ ବ୍ୟୁରୋ: ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ଅଧିକ ସୁଗମ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଏକ ଐତିହାସିକ ପଦକ୍ଷେପ ‘ଲକ୍ଷ୍ମୀ ଯୋଜନା’ରେ ବସ୍ ସେବା ଆସନ୍ତାକାଲି (ଗୁରୁବାର)ଠାରୁ ବିଧିବଦ୍ଧ ଭାବେ ମାଲକାନଗିରିରୁ ଆରମ୍ଭ ହେବ। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମାଲକାନଗିରିରୁ ଏହି ସେବାର ଶୁଭାରମ୍ଭ କରିବେ।
ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ସକାଳ ପ୍ରାୟ ୧୧ଟାରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟର୍ ଯୋଗେ ଜିଲ୍ଲା ସଦର ଷ୍ଟାଡିୟମ୍ ନିକଟ ଅସ୍ଥାୟୀ ହେଲିପ୍ୟାଡ୍ରେ ପହଞ୍ଚିବେ। ପରେ ସେଠାରେ ଆୟୋଜିତ ହେବାକୁ ଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ପତାକା ଦେଖାଇ ବସ୍ ସେବାକୁ ଶୁଭାରମ୍ଭ କରିବେ।
ଅଧିକ ପଢ଼ନ୍ତୁ: ଘରେ ଛାଡିବା ବାହାନାରେ ଶାଳିକୁ ମଦ ପିଆଇ ୪ସାଙ୍ଗ ସହ ମିଶି ଭିଣେଇ କଲା ଦୁଷ୍କର୍ମ, ରାତିସାରା ଚେତାଶୂନ୍ୟ...
ଏହାସହ ବସ୍ଯୋଗେ ଏମ୍ଭି ୩କୁ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହ ବିଭିନ୍ନ ସ୍ଥାନରେ ପୁଲିସର ପାଟ୍ରୋଲିଂକୁ ବଢ଼ାଇ ଦିଆଯାଇଛି। ଏହି ଯୋଜନାର ସଠିକ୍ କାର୍ଯ୍ୟକାରୀ ପାଇଁ ସମସ୍ତ ବସ୍ଗୁଡ଼ିକୁ ପ୍ରସ୍ତୁତ କରାଯାଇଥିବା ସହ ଏହାର ରୁଟ୍ ତଥା ଗତିପଥଗୁଡ଼ିକୁ ନିର୍ଦ୍ଧାରିତ କରାଯାଇଛି। ‘ଲକ୍ଷ୍ମୀ’ ବସ୍ ନିମନ୍ତେ ଜିଲ୍ଲାର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ବସ୍ ଷ୍ଟପ୍ମାନ ନିର୍ମାଣ କରାଯାଇଛି।
ଅଧିକ ପଢ଼ନ୍ତୁ: ବ୍ରେନକୁ ଭିତରୁ ଦୁର୍ବଳ କରୁଛି ଏହି ୫ଟି ଖରାପ ଅଭ୍ୟାସ, ଆଜି ହି ଛାଡ଼ନ୍ତୁ, ନଚେତ୍ ହେବ ଏହି ଗମ୍ଭୀର ରୋଗ
ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଜିଲ୍ଲାରୁ ଅନେକ ଯୋଜନାର ଶୁଭାରମ୍ଭ କରିଥିବା ବେଳେ ଏହି ଯୋଜନାକୁ ମାଲକାନଗିରି ଜିଲ୍ଲାରୁ ଆରମ୍ଭ କରିଥିବାରୁ ଜିଲ୍ଲାବାସୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି। ଏହି ଯୋଜନାର ଶୁଭାରମ୍ଭ ହେଲେ ଅନେକ ଗାଁ ଓ ପଞ୍ଚାୟତକୁ ଜିଲ୍ଲା ସଦର ମହକୁମାରୁ ସିଧାସଳଖ ଉନ୍ନତମାନର ବସ୍ ସେବା ମିଳି ପାରିବ।
ଅଧିକ ପଢ଼ନ୍ତୁ: ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ସତର୍କ ରୁହନ୍ତୁ ଏହି ରାଶିର ଲୋକ; ନଚେତ୍ ପଡ଼ିବ ଶନି-ରାହୁଙ୍କ କୋପ
ଯେଉଁ ଗ୍ରାମଗୁଡ଼ିକୁ ବ୍ଲକ୍ ସଦରରୁ ବସ୍ ସେବା ନଥିଲା, ସେହି ଗ୍ରାମଗୁଡ଼ିକୁ ଲୋକେ ଅତି ଆରାମରେ ଯାତାୟତ କରି ପାରିବେ। ଅନେକ ଗ୍ରାମରେ ବସ ସେବା ନଥିବା ବେଳେ ଲୋକେ ଅନେକ ଦୂର ଚାଲି ଚାଲି କିମ୍ବା ଅନ୍ୟ ଗାଡିରେ ଅଧିକ ଭଡ଼ା ଦେଇ ଆସିବାକୁ ପଡ଼ୁଥିଲା। ସେହି ଗ୍ରାମବାସୀଙ୍କ ପାଇଁ ବର୍ତ୍ତମାନ ବ୍ଲକ ସଦରର ଦୂରତା କମିବା ସହ ସ୍ୱଳ୍ପ ଭଡ଼ାରେ ଉତ୍ତମ ସରକାରୀ ବସ୍ ସେବାର ସୁଯୋଗ ମିଳିବ।
ଏଥିପାଇଁ ଜିଲ୍ଲାବାସୀ ଖୁସିବ୍ୟକ୍ତ କରିବା ସହ ବସ୍ ସେବାର ଶୁଭାରମ୍ଭ ପାଇଁ ଉତ୍କଣ୍ଠାର ସହ ଅପେକ୍ଷା କରି ରହିଛନ୍ତି। ଜିଲ୍ଲାରେ ଏହି ବସ୍ ସେବାର ସୁପରିଚାଳନା ନିମନ୍ତେ ପୂର୍ବରୁ ତାଲିମପ୍ରାପ୍ତ ଡ୍ରାଇଭର ଓ ଅନ୍ୟାନ୍ୟ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଛି। ଏହାସହ ବସ୍ଗୁଡ଼ିକର ପରୀକ୍ଷାମୂଳକ ଯାତ୍ରା ମଧ୍ୟ କରାଯାଇଛି।
ଅଧିକ ପଢ଼ନ୍ତୁ: ସ୍ବାମୀଙ୍କ ମୃତ୍ୟୁର ଦୁଃଖରେ କାନ୍ଦୁଥିବା ବେଳେ ସ୍ତ୍ରୀଙ୍କ ଚାଲିଗଲା ଜୀବନ, ଦୁହେଁ ଗୋଟିଏ ଜୁଇରେ ଏକାଠି ଜଳିଲେ