ଓଡିଶା ପାଇଁ ଘୋଷଣା ହେଲା ନିର୍ବାଚନ ତାରିଖ, ଜାଣନ୍ତୁ ଆପଣଙ୍କ ନିର୍ବାଚନ ମଣ୍ଡଳୀରେ କେବେ ଦେବେ ଭୋଟ
 

Lok Sabha Election in Odisha 2024 Date schedule on what date will you vote know details
୪ ରାଜ୍ୟରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା, ଜାଣନ୍ତୁ ପୁରା ସେଡ୍ୟୁଲ୍‌
 

ଓଡ଼ିଆ ଗସିପ୍ ବ୍ୟୁରୋ: ଦେଶରେ ଲୋକସଭା ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଏହା ସହିତ ନାମାଙ୍କନ ପତ୍ର ଦାଖଲ ତାରିଖ, ପ୍ରତ୍ୟାହାର ତାରିଖ, ମତଦାନ ତାରିଖ ଏବଂ ଗତ ଗଣନା ତାରିଖ ଘୋଷଣା କରାଯାଇଛି । ପ୍ରେସମିଟ୍‌ କରି ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ।

ଦେଶରେ ମୋଟ ୭ଟି ପର୍ଯ୍ୟାୟରେ ହେବ ମତଦାନ । ପ୍ରଥମ ପର୍ଯ୍ୟାୟ ମତଦାନ ଏପ୍ରିଲ ୧୯ ତାରିଖରୁ ଆରମ୍ଭ ହେବ ।ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଏପ୍ରିଲ ୨୬, ତୃତୀୟ ପର୍ଯ୍ୟାୟ ଭୋଟ ମେ’ ୭, ୪ର୍ଥ ପର୍ଯ୍ୟାୟ ଭୋଟ ମେ’ ୧୩, ୫ମ ପର୍ଯ୍ୟାୟ ଭୋଟ ୨୦, ୬ଷ୍ଠ ପର୍ଯ୍ୟାୟ ଭୋଟ ମେ’ ୨୫ ଓ ଶେଷ ପର୍ଯ୍ୟାୟ ଭୋଟ ଜୁନ ୧ରେ ଅନୁଷ୍ଠିତ।

ଓଡ଼ିଶା, ଅରୁଣାଚଳ ପ୍ରଦେଶ, ସିକ୍କିମ ଓ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ ମଧ୍ୟ ଲୋକସଭା ନିର୍ବାଚନ ସହ ସମାନ୍ତରଳ ଭାବେ ଅନୁଷ୍ଠିତ ହେବ। ଓଡ଼ିଶାର ୧୪୭ ଆସନ ବିଶିଷ୍ଟ ବିଧାନସଭା ନିର୍ବାଚନ ୪ ପର୍ଯ୍ୟାୟରେ ମେ ୧୩, ୨୦, ୨୫ ଓ ଜୁନ ୧ରେ ଅନୁଷ୍ଠିତ ହେବ। ଫଳାଫଳ ଜୁନ‌ ୪ରେ ପ୍ରକାଶ ପାଇବ ।

ଆଧିକ ପଢନ୍ତୁ : ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବା ସହ ଏମାନଙ୍କ ଆର୍ଥିକ କ୍ଷେତ୍ରରେ ଅବନତି ଦେଖା ଦେବ! ପଢନ୍ତୁ ସାପ୍ତାହିକ ରାଶିଫଳ 

ଆପଣ କେବେ ଦେବେ ଭୋଟ 

ଓଡ଼ିଶାରେ ଲୋକସଭା ନିର୍ବାଚନ

ମେ’ ୧୩- କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ
ମେ’ ୨୦- ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ, ଆସିକା
ମେ’ ୨୫- ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର
ଜୁନ୍‌ ୧- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର

ଆଧିକ ପଢନ୍ତୁ : ଗୋଟିଏ ରାଶିରେ ତିନି ଗ୍ରହଙ୍କ ମହା ମିଳନ, ତ୍ରିଗ୍ରାହୀ ଯୋଗ ଫଳରେ ଏହି ୩ ରାଶି ହେବେ ଧନବାନ୍!

ଓଡ଼ିଶାରେ ବିଧାନସଭା ନିର୍ବାଚନ

ମେ ୧୩ରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ

ନୂଆପଡ଼ା, ଖଡ଼ିଆଳ, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡି, ଗୁଣପୁର, ବିଷମକଟକ, ରାୟଗଡ଼ା, ଲକ୍ଷ୍ମୀପୁର, କୋଟପାଡ଼, ଜୟପୁର,କୋରାପୁଟ, ପଟାଙ୍ଗୀ, ମାଲକାନଗିରି, ଚିତ୍ରକୋଣ୍ଡା।

ମେ ୨୦ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ

ପଦ୍ମପୁର, ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର,ଝାରସୁଗୁଡ଼ା, ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲୀ,ରାଉରକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର,ଲୋଇସିଂହା, ପାଟଣାଗଡ଼, ବଲାଙ୍ଗିର, ଟିଟିଲାଗଡ଼, କଣ୍ଟାବାଂଜି, ବାଲିଗୁଡ଼ା, ଜି.ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଂଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ, ଆସିକା, ସୋରଡ଼ା, ସାନଖେମୁଣ୍ଡି, ହିଂଜିଳି।

ଆଧିକ ପଢନ୍ତୁ : ସ୍ବାସ୍ଥ୍ୟ ଗତ ଓ ଆର୍ଥିକ ସମସ୍ୟା ଦେଖା ଦେବା ସହ ଚିନ୍ତାଗ୍ରସ୍ତ ରହିବେ ଏହି ରାଶି ଲୋକ! ପଢନ୍ତୁ ଆଜିର ରାଶିଫଳ 

ମେ ୨୫ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟ

କୁଚିଣ୍ଡା, ରେଙ୍ଗାଲି, ସମ୍ବଲପୁର, ରେଢ଼ାଖୋଲ, ଦେବଗଡ଼, ତେଲକୋଇ, ଘସିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ, କରଞ୍ଜିଆ, ଢେଙ୍କାନାଳ,ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡ଼ା, ତାଳଚେର, ଅନୁଗୁଳଛେଣ୍ଡିପଦା, ଆଠମଲ୍ଲିକ, ବଡ଼ମ୍ବା, ବାଙ୍କୀ, ଆଠଗଡ଼, ବାରବାଟୀ କଟକ, ଚୌଦ୍ୱାର କଟକ, କଟକ ସଦର, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର,ଜଟଣୀ, ବେଗୁନିଆ, ଖୋର୍ଦ୍ଧା, ଚିଲିକା, ରଣପୁର, ଖଣ୍ଡପଡ଼ା, ନୟାଗଡ଼।

ଜୁନ୍‌ ୧ ରାଜ୍ୟରେ ଶେଷ ତଥା ଚତୁର୍ଥ ପର୍ଯ୍ୟାୟ ଭୋଟ

ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡ଼ସାହି,ଯଶୀପୁର, ସାରସକଣା, ବାରିପଦା, ମୋରଡ଼ା, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା,ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରୀପୋଖରୀ, ଭଦ୍ରକ, ବାସୁଦେବପୁରଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳି, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା ଏରସମା, ଜଗତସିଂହପୁର, କାକଟପୁର, ନିମାପଡ଼ା।

ଆଧିକ ପଢନ୍ତୁ : ମୀନ ରାଶିରେ ଚଳନ କଲେ ସୂର୍ଯ୍ୟ, ଚମକିବ ଏହି ୩ ରାଶିର ବ୍ୟକ୍ତିଙ୍କ ଭାଗ୍ୟ!

Share this story