ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

low depression formed over Bay of Bengal odisha may receive heavy rainfall

ଓଡ଼ିଆ ଗସିପ୍ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ ଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାରି ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । କେତେକ ସ୍ଥାନରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସହ ରାସ୍ତା ବୁଡ଼ିବ ଏବଂ ପାହାଡ଼ ଧସିବା ଆଶଙ୍କା କରାଯାଉଛି । ସମୁଦ୍ର ଅଶାନ୍ତ ହେଉଥିବାରୁ ୨୨ ତାରିଖ ଯାଏ ମତ୍ସଜୀବୀଙ୍କୁ ସମୁଦ୍ର ମନା ହୋଇଛି ।

ଏହାଦ୍ୱାରା ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବା ବେଳେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ଗୁରୁବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଆଦିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି ।

ଅଧିକ ପଢ଼ନ୍ତୁ : ଝିଅକୁ କୋଳରେ ବସେଇ ସହର ବୁଲେଇଲା କ୍ୟୁଟ୍ ମୁଣ୍ଡା: ପାନେ ଦେଲା ପୋଲିସ

ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଟକ, ବୌଦ୍ଧ ସୋନପୁର, ବଲାଙ୍ଗିର, ବରଗଡ଼ ଆଦିରେ ପ୍ରବଳ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି ।

ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହିତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତି ଆଦି ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି । ସେହିପରି ମାଟି ରାସ୍ତା ଓ ମାଟି କାନ୍ଥ ବର୍ଷା ଦ୍ୱାରା ପ୍ରଭାବିତ ହେବାକୁ ଥିବାରୁ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି ।

ଅଧିକ ପଢ଼ନ୍ତୁ : ବାଟରେ ଚାଲୁ ଚାଲୁ ଟଙ୍କାଟିଏ ଯଦି ମିଳେ କଣ କରିବେ? କଣ କହୁଛି ଜ୍ୟୋତିଷ ଶାସ୍ତ୍ର...

ମାଲକାନଗିରି ଓ କୋରାପୁଟ ଜିଲ୍ଲାର କିଛି ବ୍ଲକରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ମଧ୍ୟ ଆକଳନ କରିଛି । ଅନ୍ୟପଟେ ସମ୍ଭାବ୍ୟ ବର୍ଷା ଏହାଜନିତ ଉପୁଜିବାକୁ ଥିବା ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସ୍‌‌ଆରସି ନିର୍ଦ୍ଦେଶ ଦେଇଛନ୍ତି । ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଏନେଇ ସମସ୍ତ ପ୍ରକାର ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Share this story