ଜୁନ୍ ୬ରେ ବଙ୍ଗୋପସାଗରରେ ଲଘୁଚାପ ଆଶଙ୍କା, ଜୋରଦାର ପବନ ସାଙ୍ଗକୁ ବର୍ଷା ସମ୍ଭାବନା...

low depression likely to form over Bay of Bengal from June 6

ଓଡ଼ିଆ ଗସିପ ବ୍ୟୁରୋ : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଜୁନ୍‌‌ ୬ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଦକ୍ଷିଣ ଓ ପୂର୍ବ ଭାରତକୁ ପ୍ରବାହିତ ହେବାକୁ ଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବାହକୁ ପ୍ରଭାବିତ କରିପାରେ ।

ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କଟକ, ନୟାଗଡ଼ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି । ଏହି ଜିଲ୍ଲା ଗୁଡ଼ିକରେ ବର୍ଷା ସାଙ୍ଗକୁ ପବନର ବେଗ ୪୦-୫୦ କିମି ପର୍ଯ୍ୟନ୍ତ ପହଞ୍ଚିବାର ଆଶଙ୍କା ରହିଛି । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ ଖୋର୍ଦ୍ଧାରେ ମଧ୍ୟ ବିଜୁଳି ଘଡ଼ଘଡ଼ି ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଅଧିକ ପଢ଼ନ୍ତୁ : ଭାରତର ସିପାହୀ ନିରା ଆର୍ଯ୍ୟାଙ୍କ କାହାଣୀ, ଯିଏ ସୁବାସ ବୋଷଙ୍କ ଜୀବନ ବଞ୍ଚାଇବାରୁ ତାଙ୍କ ଛାତିରୁ ଲୁଗା ଖୋଲି...

ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି ଯେ ଜୁନ୍‌‌ ୨ ତାରିଖରୁ ୯ତାରିଖ ମଧ୍ୟରେ ଦିନର ତାପମାତ୍ରାରେ ବୃଦ୍ଧି ହେବ ଓ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ଅନୁଭୂତ ହେଉଥିବା ପାଗ ଅନୁଯାୟୀ ଜୁନ୍‌‌ ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ଦିନର ତାପମାତ୍ରା ୪୨ ଡିଗ୍ରୀ ସେଲ୍‌ଫସିୟସ୍‌‌ରୁ କମ୍‌‌ ଏବଂ ଉପକୂଳ ଅଞ୍ଚଳରେ ୪୦ ଡିଗ୍ରୀ ସେଲସିୟସରୁ କମ୍‌‌ ରହିବ ।

ଉତ୍ତର ଆରବ ସାଗରରେ ଆଣ୍ଟିସାଇକ୍ଲୋନ୍‌‌ ଓ ବଙ୍ଗୋପ ସାଗରରୁ ପ୍ରବାହିତ ପବନ ହେତୁ ଓଡ଼ିଶାରେ କାଳବୈଶାଖୀର ପ୍ରଭାବ ରହିବ ବୋଲି ସେ କହିଛନ୍ତି । ଅନ୍ୟପଟେ ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ଲହରି ଜାରି ରହିଛି । ମଙ୍ଗଳବାର ରାଜ୍ୟର ୧୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରହିଥିବା ବେଳେ ୪୩.୩ ଡିଗ୍ରୀ ସେଲସିୟସ ସହ ସମ୍ୱଲପୁର ସବୁଠୁ ଉତ୍ତପ୍ତ ସହର ପାଲଟିଛି ।

ଅଧିକ ପଢ଼ନ୍ତୁ : ଚାଣକ୍ୟ ନୀତି : କାହିଁକି ବିବାହିତ ପୁରୁଷ ଅନ୍ୟ ମହିଳାଙ୍କ ପ୍ରତି ହୁଅନ୍ତି ଆକର୍ଷିତ ? କଣ କହୁଛି ଚାଣକ୍ୟ ନୀତି ?

ଅନ୍ୟପଟେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କିଛି ଅଞ୍ଚଳ ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରର ଅନେକ ଅଂଶ, ସମ୍ପୂର୍ଣ୍ଣ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜ, ଆଣ୍ଡାମାନ ସାଗର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରର କିଛି ଅଞ୍ଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଥିବ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Share this story