୧୦ ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା, ୩ ଦିନ ଯାଏ ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ
 

Meteorological department has warned of heavy rainfall in Odisha from Sep 18 to 20
୩ ଦିନ ଯାଏ ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ
 

ଓଡ଼ିଆ ଗସିପ୍ ବ୍ୟୁରୋ: ପୁଣି ପାଣିପାଗରେ ପରିବର୍ତ୍ତନ। ଗତ ଦୁଇ ତିନି ଦିନ ଧରି ସାମାନ୍ୟ ଶୁଖିଲା ପାଗ ପରେ ବଦଳିଛି ପାଗ। ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦୁର୍ବଳ ହୋଇପଡ଼ିଛି। ଏହାର ଆଉ କୌଣସି ପ୍ରଭାବ ଏବେ ରାଜ୍ୟ ଉପରେ ନାହିଁ। ତେବେ, ଲଘୁଚାପ ପ୍ରଭାବରେ ରାଜ୍ୟ ଉପରେ ଦୁର୍ବଳ ସ୍ଥିତିରେ ଥିବା ମୌସୁମୀ ପୁର୍ନବାର ସକ୍ରିୟ ହୋଇପଡ଼ିଛି। 

ଯାହା ଫଳରେ ଆଜିଠୁ ରାଜ୍ୟରେ ବର୍ଷା ହେବ। ୧୮ ରୁ ୨୦ ତାରିଖ ଯାଏଁ ୩ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି।

ଅଧିକ ପଢ଼ନ୍ତୁ: ଚାଣକ୍ୟ ନୀତି ଅନୁଯାୟୀ ଭୁଲ୍‌ରେ ବି ସ୍ତ୍ରୀଙ୍କୁ କୁହନ୍ତୁନି ଏହି ୪ ଟି କଥା, ଶାନ୍ତିରେ ବଞ୍ଚିବା ବି ହୋଇଯିବ କାଠିକର ପାଠ

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଜାରି କରାଯାଇଥିବା ପାଣିପାଗ ବୁଲେଟିନ୍‌ ଅନୁସାରେ ୧୮ ତାରିଖ ସୋମବାର ଅପରାହ୍ନ ମଧ୍ୟରେ ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା(୭ରୁ ୧୧ ସେମି) ହେବାର ସମ୍ଭାବନା ରହିଥିବା ବେଳେ ୧୦ ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି (ରବିବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଅଧିକ ପଢ଼ନ୍ତୁ: ସେକ୍ସ ଟାଇମିଂକୁ ନେଇ କନଫ୍ୟୁଜ୍ କି? ପାର୍ଟନରଙ୍କ ଶୀଘ୍ର ପତନ ପାଇଁ ଚିନ୍ତିତ ? ଜାଣନ୍ତୁ କଣ କରିବେ

ଏହି ସମୟ ମଧ୍ୟରେ ରାଜ୍ୟର ଯାଜପୁର, ଖୋର୍ଦ୍ଧା, ଢ଼େଙ୍ଗାନାଳ, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ପ୍ରଭୃତି ୮ଟି ଜିଲ୍ଲାରେ ପ୍ରବଳ ବର୍ଷା(୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି।

ସେହିପରି ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ନୟାଗଡ଼, ଅନୁଗୁଳ ଓ କଳାହାଣ୍ଡି ପ୍ରଭୃତି ୧୦ଟି ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅଧିକ ପଢ଼ନ୍ତୁ: ପ୍ରତିଦିନ ସେକ୍ସ କଲେ ଶରୀରକୁ ମିଳିଥାଏ ଏହି ୧୦ଟି ଜବରଦସ୍ତ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 

ଅନ୍ୟପଟେ ୧୯ ତାରିଖରେ କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ଼, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ଏଥିସହ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ଯାଜପୁର,ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ଼,ରାୟଗଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୧୯ ତାରିଖ ପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅଧିକ ପଢ଼ନ୍ତୁ: କାହା ପାଇଁ ଭଲ ତ କାହା ପାଇଁ ଖରାପ; କେମିତି କଟିବ ଏହି ସପ୍ତାହ, ଜାଣନ୍ତୁ ଏ ସପ୍ତାହର ରାଶିଫଳ

ସେହିପରି ୨୦ ତାରିଖରେ ମୟୂରଭଞ୍ଜ,କେନ୍ଦୁଝର, ଢେଙ୍କାନା, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଅନୁଗୋଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାମାନଙ୍କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।


ଅଧିକ ପଢ଼ନ୍ତୁ: ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 
 

Share this story