ମୋ ବସ୍‌ ଓ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ୧୨ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର ଆହତ
 

Mo Bus and Car Collision In Konark Leaves One Dead while 12 injured .
ମୋ ବସ୍‌ ଓ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା
 

ଓଡ଼ିଆ ଗସିପ୍ ବ୍ୟୁରୋ: ମୋ ବସ୍‌ ଓ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ପୁରୀ କୋଣାର୍କ ମେରାଇନ ଡ୍ରାଇଭ ରାସ୍ତାରେ ଘଟିଛି ଏହି ସଡକ ଦୁର୍ଘଟଣା। ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବାବେଳେ ୧୨ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି ।

ଅଧିକ ପଢ଼ନ୍ତୁ: ଚାଣକ୍ୟ ନୀତି ଅନୁଯାୟୀ ଭୁଲ୍‌ରେ ବି ସ୍ତ୍ରୀଙ୍କୁ କୁହନ୍ତୁନି ଏହି ୪ ଟି କଥା, ଶାନ୍ତିରେ ବଞ୍ଚିବା ବି ହୋଇଯିବ କାଠିକର ପାଠ

ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପୁରୀରୁ କାକଟପୁର ଅଭିମୁଖେ ମୋ ବସ ଯାଉଥିବା ବେଳେ ତାକୁ କୋଣାର୍କ ଆଡୁ ଆସୁଥିବା ଏକ କାର ସାମ୍ନାରୁ ଧକ୍କା ଦେଇଥିଲା।

ଅଧିକ ପଢ଼ନ୍ତୁ: ସେକ୍ସ ଟାଇମିଂକୁ ନେଇ କନଫ୍ୟୁଜ୍ କି? ପାର୍ଟନରଙ୍କ ଶୀଘ୍ର ପତନ ପାଇଁ ଚିନ୍ତିତ ? ଜାଣନ୍ତୁ କଣ କରିବେ

ଯାହାଫଳରେ ବସ୍‌ରେ ଥିବା ୧୦ ଜଣ ଏବଂ କାର୍‌ରେ ଥିବା ୪ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିଲେ । ଗୁରୁତରଙ୍କୁ ମଧ୍ୟରୁ ଜଣେ ମୃତ୍ୟୁବରଣ କରିଥିବା ଜଣାପଡିଛି । ମୋ ବସ ଡ୍ରାଇଭର ଏବେ ବି ବସ ମଧ୍ୟରେ ଫସି ରହିଥିବା ବେଳେ ତାଙ୍କୁ ଉଦ୍ଧାର ପାଇଁ କୋଣାର୍କ ଚମ୍ପାହର ଅଗ୍ନିଶମ ବିଭାଗ କାର୍ଯ୍ୟ ଜାରି ରଖିଛି।

ଅଧିକ ପଢ଼ନ୍ତୁ: ପ୍ରତିଦିନ ସେକ୍ସ କଲେ ଶରୀରକୁ ମିଳିଥାଏ ଏହି ୧୦ଟି ଜବରଦସ୍ତ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 

Share this story