ରାଜ୍ୟରେ ପୁଣି ସକ୍ରିୟ ହେଲାଣି ମୌସୁମୀ: ଆଜିଠୁ ଏହି ଦିନ ଯାଏ ପ୍ରବଳ ବର୍ଷିବ

monsoon is active rain will increase from today IMD
ରାଜ୍ୟରେ ପୁଣି ସକ୍ରିୟ ହେଲାଣି ମୌସୁମୀ: ଆଜିଠୁ ଏହି ଦିନ ଯାଏ ପ୍ରବଳ ବର୍ଷିବ

ଓଡ଼ିଆ ଗସିପ୍ ବ୍ୟୁରୋ: ମଙ୍ଗଳବାରଠାରୁ ରାଜ୍ୟରେ ବର୍ଷାର ତୀବ୍ରତା ବୃଦ୍ଧି ପାଇବ । କିଛି ଦିନର ମୌସୁମୀ ବ୍ରେକ୍‌ ପରେ ପୁଣି ରାଜ୍ୟରେ ମୌସୁମୀ ସକ୍ରିୟ ହେବ । ଏହାଦ୍ୱାରା ରାଜ୍ୟରେ ବର୍ଷା ଆରମ୍ଭ ହେବ । ପ୍ରଥମ ଦିନରେ ଅର୍ଥାତ ୧୫ ଅଗଷ୍ଟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ଆଶଙ୍କା ରହିଥିବା ବେଳେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଅଧିକ ପଢନ୍ତୁ : ଜୀବନରେ ସେକ୍ସ ନିହାତି ଆବଶ୍ୟକ କାହିଁକି ? ଜାଣନ୍ତୁ ସୁସ୍ଥ ଯୌନ ସମ୍ପର୍କର ୭ଟି ଉପକାରିତା ବିଷୟରେ 

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ବର୍ତ୍ତମାନ ମୌସୁମୀ ନମ୍ନଚାପ ରେଖା ବର୍ତ୍ତମାନ ନିଜର ସ୍ୱାଭାବିକ ଅବସ୍ଥାନଠାରୁ ଉତ୍ତରରେ ରହିଥିବା ଯୋଗୁଁ ରାଜ୍ୟରେ ବର୍ଷାର ପ୍ରକୋପ ରହିଥିଲା । ଏହା ପ୍ରଭାବରେ ରାଜ୍ୟରେ ବର୍ଷା କମିଥିବା ବେଳେ ଏବେ ମୌସୁମୀ ଟ୍ରଫ ଲାଇନ୍‌ ଧୀରେ ଧୀରେ ସ୍ୱାଭାବିକ ସ୍ଥିତିକୁ ଫେରିବାରୁ ରାଜ୍ୟରେ ବର୍ଷା ପାଇଁ ପାଗ ଅନୁକୂଳ ହେଉଛି ।

ଅଧିକ ପଢନ୍ତୁ : ଭେଣ୍ଡିଆ ପୁଅର ସ୍ତନବୃଦ୍ଧି ସମସ୍ୟା! କାହିଁକି ଏମିତି ହେଉଛି, କଣ କଲେ କମିବ ସ୍ତନର ଆକାର ଜାଣନ୍ତୁ

ଅନ୍ୟପଟେ ୧୬ଠାରୁ ବର୍ଷାର ପ୍ରକୋପ ବଢ଼ିବା ସହିତ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । ୧୬ ତାରିଖ ଦିନ ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ।
 

Share this story