ରାଜଧାନିରେ ଏନକାଉଣ୍ଟର, ପୁଲିସର ଗୁଳିମାଡ଼ରେ କୁଖ୍ୟାତ ଅପରାଧୀ ରଘୁ ବିଶ୍ୱାଳ ଆହତ
 

Notorious criminal Raghu Biswal injured in police encounter
ରାଜଧାନିରେ ଏନକାଉଣ୍ଟର
 

ଓଡ଼ିଆ ଗସିପ୍ ବ୍ୟୁରୋ: ନୂଆବର୍ଷ ପୂର୍ବରୁ ରାଜଧାନିରେ ଫୁଟିଲା ଗୁଳି। କୁଖ୍ୟାତ ଅପରାଧୀ ରଘୁ ବିଶ୍ଵାଳକୁ ଏନକାଉଣ୍ଟର । ଭୁବନେଶ୍ୱର କମିଶନରେଟ୍ ପୋଲିସକୁ ବଡ ସଫଳତା । କୁଖ୍ୟାତ ରବି ରାଓ ଗ୍ୟାଙ୍ଗର ସଦସ୍ୟ ହେଉଛି ରଘୁ । ରଘୁ ନାମରେ ବିଭିନ୍ନ ଥାନାରେ ୧୫ ଡକାୟତି ସହ ରାହାଜାନୀ ମାମଲା ରହିଛି । ସେଥିମଧ୍ୟରୁ ବନ୍ଧୁକ ମାମଲା ରହିଛି ୮ ଟି ।

ଅଧିକ ପଢନ୍ତୁ :ବୃହଷ୍ପତି ମହାଦଶା କ’ଣ? ଜାଣନ୍ତୁ ଏହାର ପ୍ରଭାବରେ କିଭଳି ବଦଳିଯାଏ ବ୍ୟକ୍ତିଙ୍କ ଭାଗ୍ୟ...

ବୁଧବାର ବିଳମ୍ବିତ ରାତିରେ ମଞ୍ଚେଶ୍ଵର୍ ଥାନା ପୋଲିସ ଓ ସ୍ପେସଲ୍ ସ୍କ୍ୱାର୍ଡ ମିଳିତ ଭାବେ ପାଟ୍ରୋଲିଂ କରୁଥିବା ବେଳେ ରଘୁ ଓ ତାହାର ଜଣେ ସହଯୋଗୀ ପୁନିଆ ନାୟକ ଏକ କେଟିଏମ୍ ବାଇକରେ ଭୁବନେଶ୍ୱର ବାଲିଯାତ୍ରା ପଡିଆ ରାସ୍ତା ଦେଇ ଯାଉଥିଲେ ।  ଏହି ସମୟରେ ଏମାନଙ୍କୁ ପୋଲିସ ଅଟକାଇବାରୁ ହଠାତ୍ ରଘୁ ନିଜ ମାଉଜର ବାହାର କରି ପୋଲିସ ଉପରକୁ ଗୁଳି ଚଳାଇଥିଲା ।

ଅଧିକ ପଢନ୍ତୁ :ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବୟସ ବ୍ୟବଧାନ କେତେ ରହିବା ଉଚିତ୍? ଜାଣନ୍ତୁ ବିଜ୍ଞାନ କଣ କହୁଛି... 

୩ ରାଉଣ୍ଡ ଗୁଳି ମାଡ କରିବା ପରେ ପୋଲିସ ପକ୍ଷରୁ ପାଲଟା ଗୁଳି ଚଳାଇବା ବେଳେ ରଘୁର ବାମ ଗୋଡ଼ରେ ଗୁଳି ବାଜିଥିବା ବେଳେ ଘଟଣା ସ୍ଥଳରେ ପଡ଼ି ଯାଇଥିଲା । ପରେ ପୁନିଆ ଫେରାର ହୋଇଯାଇଥିଲା ।

ଅଧିକ ପଢନ୍ତୁ :କଣ୍ଡୋମ ବ୍ୟବହାର କରୁଥିଲେ ସାବଧାନ; ଜାଣି ରଖନ୍ତୁ ଏହି ୫ଟି ଜରୁରୀ କାରଣ !

ପୋଲିସ ରଘୁକୁ କାବୁ କରିଥିବା ବେଳେ ତା ନିକଟରୁ ୭.୫ ଏମ ଏମ ର ଏକ ପିସ୍ତଲ ଜବତ କରିଛି । ଆହତ ଅବସ୍ଥାରେ ରଘୁକୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ବେଳେ ପରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।

ଅଧିକ ପଢନ୍ତୁ :ଶୁକ୍ରଙ୍କ ଚଳନ ଫଳରେ ଏହି ୪ ରାଶିଙ୍କ ପାଇଁ ପାଲଟିବ ବରଦାନ! ନୂଆବର୍ଷ ପୂର୍ବରୁ ମିଳିବ ଧନ..
 

Share this story