ରାଜ୍ୟ କ୍ୟାବିନେଟ ବୈଠକରେ ୧୪ ପ୍ରସ୍ତାବକୁ ମୋହର, ମହାନଦୀରେ ନିର୍ମାଣ ହେବ ଆଉ ଏକ ସେତୁ 
 

Odisha Cabinet approves 14 key proposals
ରାଜ୍ୟ କ୍ୟାବିନେଟ ବୈଠକରେ ୧୪ ପ୍ରସ୍ତାବକୁ ମୋହର
 

ଓଡ଼ିଆ ଗସିପ୍ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଆଜି ରାଜ୍ୟ କ୍ୟାବିନେଟ୍ ବୈଠକରେ ୭ ବିଭାଗର ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ରାଜସ୍ୱ ଓ ବିପର୍ଯ୍ୟୟ ବିଭାଗର ୬ଟି ପ୍ରସ୍ତାବକୁ ମଞ୍ଜୁର ମିଳିଥିବା ଜଣାପଡ଼ିଛି। 

ଆଧିକ ପଢନ୍ତୁ : ସ୍ବାସ୍ଥ୍ୟ ଗତ ଓ ଆର୍ଥିକ ସମସ୍ୟା ଦେଖା ଦେବା ସହ ଚିନ୍ତାଗ୍ରସ୍ତ ରହିବେ ଏହି ରାଶି ଲୋକ! ପଢନ୍ତୁ ଆଜିର ରାଶିଫଳ 

ମହାନଦୀରେ ଆଉ ଏକ ସେତୁ ନିର୍ମାଣ ପାଇଁ କ୍ୟାବିନେଟ ମଂଜୁରୀ ମିଳିଛି। ସାଲେପୁର ବ୍ଲକ ବ୍ରାହ୍ମଣଖଣ୍ଡ-ସାହୁଖେତ ରାସ୍ତାରେ ହେବ ସେତୁ । ଏଥିପାଇଁ ୧୨୮ କୋଟି ଟଙ୍କା ଖର୍ଚ୍ଚ ହେବ।  ୩ ବର୍ଷରେ ସେତୁ ନିର୍ମାଣ କାମ ସରିବ। ସହଜ ହେବ କଟକରୁ ପାରାଦୀପ ଓ କଟକରୁ ଚାନ୍ଦବାଲିକୁ ଯାତାୟତ। ସେହିପରି ଚନ୍ଦ୍ରଶେଖରପୁରରେ ହେବ ଯାଦବ ଭବନ । ଉତ୍କଳ ଯାଦବ ମହାସଭାର ୫କୋଟି ୬୦ ଲକ୍ଷ ପ୍ରିମିୟମ ଛାଡ଼ ପାଇଁ କ୍ୟାବିନେଟ ଅନୁମୋଦନ ମିିଳିଛି।

ଆଧିକ ପଢନ୍ତୁ : ଗୋଟିଏ ରାଶିରେ ତିନି ଗ୍ରହଙ୍କ ମହା ମିଳନ, ତ୍ରିଗ୍ରାହୀ ଯୋଗ ଫଳରେ ଏହି ୩ ରାଶି ହେବେ ଧନବାନ୍!

ତାଳଚେର ଫର୍ଟିଲାଇଜର ଲିମିଟେଡକୁ ୮୫୬ ଏକର ଜାଗା ପଞ୍ଜିକରଣ ହେବ। ଷ୍ଟାମ୍ପ ଭେଣ୍ଡରଙ୍କ କମିସନ ବୃଦ୍ଧି। କଟକ ଚାଉଳିଆଗଞ୍ଜରେ ହେବ ଡିଏଭି ଏସସିବି ମେଡିକାଲ ପବ୍ଲିକ ସ୍କୁଲ। ଅଢେଇ ଏକର ଜମି ବିନା ପ୍ରିମିୟମରେ ପ୍ରଦାନ କରାଯିବି। ୨୯ କୋଟି ୩୭ ଲକ୍ଷ ପ୍ରିମିୟମ ଛାଡ ପାଇଁ କ୍ୟାବିନେଟରେ ନଷ୍ପତ୍ତି ହୋଇଛି।

ଆଧିକ ପଢନ୍ତୁ : ମୀନ ରାଶିରେ ଚଳନ କଲେ ସୂର୍ଯ୍ୟ, ଚମକିବ ଏହି ୩ ରାଶିର ବ୍ୟକ୍ତିଙ୍କ ଭାଗ୍ୟ!

Share this story