ରାଜ୍ୟ କ୍ୟାବିନେଟ ବୈଠକରେ ୧୪ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ, ଇଲେକ୍ଟ୍ରି ଯାନ ପାଇଁ କାରଖାନା କରିବ ଜେଏସ୍‌ଡବ୍ଲୁ
 

Odisha Cabinet Approves 14 Proposals

ରାଜ୍ୟ କ୍ୟାବିନେଟ ବୈଠକରେ ୧୪ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଓଡ଼ିଆ ଗସିପ୍ ବ୍ୟୁରୋ: ରାଜ୍ୟ ସରକାରଙ୍କ ଅଧ୍ୟକ୍ଷତା ବସିଥିବା ରାଜ୍ୟ କ୍ୟବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏହି ବୈଠକରେ ୧୪ଟି ପ୍ରସ୍ତାବ ଉପରେ ମୋହର ବାଜିଥିବା ଜଣାପଡ଼ିଛି । ଏ ନେଇ ବୈଠକ ପରେ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି।

ଅଧିକ ପଢନ୍ତୁ : ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ 

ରାଜ୍ୟରେ କଫି ଚାଷ ବୃଦ୍ଧି ନେଇ ପ୍ରସ୍ତାବକୁ ମଞ୍ଜୁରୀ ମଳିଛି।  ୧୦ ହଜାର ଏକର ଜମିରେ କଫି ଚାଷ ହେଉଛି । କଫି ଚାଷକୁ ୧ ଲକ୍ଷ ଏକରକୁ ସଂପ୍ରସାରଣ କରାଯିବ। ୬ ଜିଲ୍ଲାରେ ହେବ କଫି ଚାଷ । ଏଥିପାଇଁ ଖର୍ଚ୍ଚ ହେବ ୧୧୪୪ କୋଟି ।

ଅଧିକ ପଢନ୍ତୁ : ଶୀତଦିନେ ସେକ୍ସ କରିବାକୁ ଅଧିକ ଇଚ୍ଛା ହୁଏ କାହିଁକି? ଜାଣନ୍ତୁ ଏହା ପଛର ବୈଜ୍ଞାନିକ କାରଣ

ଏମଏସଏମଇ ବିଭାଗର ଏକ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ସେହିପରି ରାଜସ୍ୱ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ ମୋହର ବାଜିଛି। ଲିଜ ଜମିକୁ ସ୍ଥିତିବାନ କରିବା ନେଇ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ସ୍ଥିତିବାନ ସ୍ୱତ୍ତ୍ୱ ପାଇଁ ପୂର୍ବରୁ ଜମି ମୂଲ୍ୟର ୧୦% ଦେୟ ପଡୁଥିଲା । ଏବେ ଉକ୍ତ ଜମିର ପାଖ ଜମି ମୂଲ୍ୟ ଅନୁସାରେ ଦେୟ ଦେବାକୁ ପଡ଼ିବ। ପାଖ ଜମିର ବେଞ୍ଚମାର୍କ ମୂଲ୍ୟର ମାତ୍ର ୩% ଦେୟରେ ହେବ କନ୍‌ଭର୍‌ସନ୍‌।

ଅଧିକ ପଢନ୍ତୁ : ସ୍ବାସ୍ଥ୍ୟ ସମସ୍ୟା ଉପୁଜିବା ସହ ପରିବାରରେ ତିକ୍ତତା ଦେଖାଦେବ, ଜାଣନ୍ତୁ କେମିତି କଟିବ ଏହି ସପ୍ତାହ, ପଢନ୍ତୁ ସାପ୍ତାହିକ ରାଶିଫଳ…

ଓଡ଼ିଶା ବାୟୋଟେକ୍ନୋଲୋଜି ପଲିସି- ୨୦୨୪କୁ ମଧ୍ୟ ମଞ୍ଜୁରୀ ମିଳିଛି। ବାୟୋଟେକ୍ନୋଲୋଜି ଷ୍ଟାର୍ଟ- ଆପକୁ ମିିଳିବ ଆର୍ଥିକ ସୁବିଧା । ଗଠନ ହେବ ଓଡ଼ିଶା ବାୟୋଟେକ୍ନୋଲୋଜି ଭିଜନ ଗ୍ରୁପ ।

ଅଧିକ ପଢନ୍ତୁ :ଧନୁ ରାଶିରେ ଶୁକ୍ର ଚଳନ, ଏହି ୩ ରାଶିର ବ୍ୟକ୍ତି ରୁହନ୍ତୁ ସତର୍କ, ନଚେତ୍...

ଓଡ଼ିଶାରେ ଜେଏସଡବ୍ଲୁ ଇଭି ଯାନ ନିର୍ମାଣ କରିବ। ନରାଜ ନିକଟରେ ହେବ କାରଖାନା । ୪୦ ହଜାର କୋଟି ଟଙ୍କା ନିବେଶ ହେବ। ଇଭି କାରଖାନାରେ ପ୍ରାୟ ୧୨ ହଜାର ଲୋକ ନିଯୁକ୍ତି ପାଇବେ । ଗୋଟିଏ ଜାଗାରେ ଦେଶର ସବୁଠାରୁ ବଡ଼ ଇଭି କାରଖାନା ହେବ । ଇଲେକ୍ଟ୍ରି ଯାନ ପାଇଁ ଦୁଇ ପ୍ରକାର କାରଖାନା କରିବ ଜେଏସ୍‌ଡବ୍ଲୁ । ଗୋଟିଏ କାରଖାନାରେ ଇଲେକ୍ଟ୍ରି ଯାନ ଓ ବ୍ୟାଟେରୀ ପ୍ରସ୍ତୁତ ହେବ। ଅନ୍ୟ କାରଖାନାରେ ଇଲେକ୍ଟ୍ରି ଯାନ କମ୍ପୋନେଟ ନିର୍ମାଣ ହେବ ।

ଅଧିକ ପଢନ୍ତୁ :ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 
 

Share this story