ନିଜସ୍ୱ ପାଣ୍ଠିରୁ ୧୦.୯୨ କୋଟି ଟଙ୍କା ଖର୍ଚ୍ଚ କରି ୨୬ଟି ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
 

Odisha CM Launches 26 New Advanced 108 Ambulances
୨୬ଟି ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
 

ଓଡ଼ିଆ ଗସିପ୍ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଉଦ୍ଦେଶ୍ୟରେ ୨୬ଟି ନୂତନ ଅତ୍ୟାଧୁନିକ ୧୦୮ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି।

ଅଧିକ ପଢ଼ନ୍ତୁ: ବ୍ରେନକୁ ଭିତରୁ ଦୁର୍ବଳ କରୁଛି ଏହି ୫ଟି ଖରାପ ଅଭ୍ୟାସ, ଆଜି ହି ଛାଡ଼ନ୍ତୁ, ନଚେତ୍ ହେବ ଏହି ଗମ୍ଭୀର ରୋଗ

ଆଜି ସନ୍ଧ୍ୟାରେ ନବୀନ ନିବାସଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠି ବିନିଯୋଗରେ କ୍ରୟ ହୋଇଥିବା ଏହି ୨୬ଟି ନୂତନ ଆମ୍ବୁଲାନ୍ସକୁ ପତକା ଦେଖାଇ ରାଜ୍ୟବାସୀଙ୍କୁ ଜରୁରୀକାଳୀନ ସେବା ପ୍ରଦାନ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ରୋଗୀସେବା ଯୋଗାଇଦେବା ଉଦ୍ଦେଶ୍ୟରେ କ୍ରୟ ହୋଇଥିବା ଏହି ୨୬ଟି ଆମ୍ବୁଲାନ୍ସ ପାଇଁ ୧୦.୯୨ କୋଟି ଟଙ୍କା ବିନିଯୋଗ ହୋଇଛି।

ଅଧିକ ପଢ଼ନ୍ତୁ: ପାଗ ବଦଳୁଛି, ବର୍ଷାରେ ଶକ୍ତି ବଢ଼ାନ୍ତୁ, ରୋଗ ସହ ଲଢ଼ନ୍ତୁ, ଜାଣନ୍ତୁ କେମିତି ବଢ଼ାଇବେ ରୋଗ ପ୍ରତିରୋଧକ ଶକ୍ତି

ସୂଚନାଯୋଗ୍ୟ ଯେ, ଦୁର୍ଘଟଣା, ପ୍ରାକୃତିକ ବିପର୍ଯ୍ୟୟ, ଗର୍ଭବତୀ ଓ ଗୁରୁତର ରୋଗରେ ପୀଡିତ ବ୍ୟକ୍ତିଙ୍କୁ ବିନା ଖର୍ଚ୍ଚରେ ଡାକ୍ତରଖାନାକୁ ନେବା ପାଇଁ ରାଜ୍ୟରେ ଏହି ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ସଫଳତାର ସହ କାର୍ଯ୍ୟ କରୁଛି । ଜୀବନ ରକ୍ଷାକାରୀ ସୁବିଧା ଥିବା ଏହି ୨୬ଟି ନୂତନ ଆମ୍ବୁଲାନ୍ସ ସାମିଲ ହେବାପରେ ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ର ଅଧିକ ସୁଦୃଢ ହେବ। 

ଅଧିକ ପଢ଼ନ୍ତୁ: ଏହି ଲୋକଙ୍କ ଜୀବନରେ ହେବ ବଡ ପରିବର୍ତ୍ତନ, ରାତାରାତି ହୋଇଯିବେ ଧନୀ ! ପଢନ୍ତୁ ଆଜିର ରାଶିଫଳ

ଟୋଲ୍ ଫ୍ରି ନମ୍ବର ୧୦୮କୁ ଫୋନ୍ କରି ରାଜ୍ୟରେ ଏହି ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ସୁବିଧା ଉପଲବ୍ଧ ହେଉଛି। ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, 5T ସଚିବ ଭି.କେ ପାଣ୍ଡିଆନ, ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

ଅଧିକ ପଢ଼ନ୍ତୁ: ରେସ୍ତୋରାଁ ଉପରେ ଆକସ୍ମିକ ଚଢ଼ାଉ, ଆପତ୍ତିଜନକ ଅବସ୍ଥାରେ ୨୦ଜଣ ଯୁବକ ଓ ଯୁବତୀଙ୍କୁ ଧରିଲା ପୁଲିସ 
 

Share this story