ପ୍ରକୃତିର ତାଣ୍ତବ ସହ ଭୂସ୍ଖଳନରେ ସ୍ଥିତି ବେହାଲ; ସହାୟତା ପାଇଁ ୫ କୋଟି ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Odisha CM Naveen Patnaik announces Rs 5 crore assistance for Himachal Pradesh
ସହାୟତା ପାଇଁ ୫ କୋଟି ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
 

ଓଡ଼ିଆ ଗସିପ୍ ବ୍ୟୁରୋ: ହିମାଚଳ ପ୍ରଦେଶରେ ପ୍ରାକୃତିକ ବିପର୍ଯ୍ୟୟରେ ହୋଇଥିବା କ୍ଷୟକ୍ଷତିର ସୁଧାର ପାଇଁ ସହାୟତାର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ଏଥିସହ ହିମାଚଳ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂହ ସୁଖୁଙ୍କୁ ଚିଠି ଲେଖି ରାଜ୍ୟରେ ଘଟିଥିବା ବିପର୍ଯ୍ୟୟ ପାଇଁ ଦୁଃଖ ପ୍ରକାଶ କରିଛନ୍ତି।

ଅଧିକ ପଢ଼ନ୍ତୁ: ଆଜିଠୁ ଦେଶରେ ପରିବର୍ତ୍ତନ ହେବ ଏହି ୫ଟି ନିୟମ, ସିଧା ଆପଣଙ୍କ ପକେଟ୍‌ ଉପରେ ପଡିବ ପ୍ରଭାବ 

ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ତବ ସହ ଭୂସ୍ଖଳନରେ ସ୍ଥିତି ବେହାଲ ହୋଇଛି। ପ୍ରଭାବିତ ସ୍ଥାନରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିଛି ବାୟୁସେନା ହେଲିକପ୍ଟର। ଶହ ଶହ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ହଜାର ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି।

ଅଧିକ ପଢ଼ନ୍ତୁ: ବିଶ୍ୱରେ ପ୍ରଥମ ଥର ପାଇଁ ଆବିଷ୍କାର ହେଲା ଚମତ୍କାରୀ ଇଞ୍ଜେକ୍ସନ, ମାତ୍ର ୭ ମିନିଟରେ ହେବ କ୍ୟାନ୍ସର ଚିକିତ୍ସା

ଚଳିତବର୍ଷ ମୋଟ୍ ୧୭୦ରୁ ଅଧିକ ଥର ବାଦଲଫଟା ବର୍ଷା ଏବଂ ଭୂସ୍ଖଳନ ହେବା କାରଣରୁ ପ୍ରାୟ ୯ ହଜାର ୬୦୦ ଘର ଭାଙ୍ଗିଯାଇଛି। ଅଧିକ ପ୍ରଭାବିତ ହୋଇଥିବା ଜିଲ୍ଲାଗୁଡିକ ହେଲା ସୋଲନ, ଶିମଲା, ମଣ୍ତି, ହମିରପୁର ଓ କାଙ୍ଗ୍ରା। ପ୍ରଭାବିତ ସ୍ଥାନରେ ଫସି ଥିବା ଲୋକଙ୍କୁ ଉଦ୍ଧାର କରାଯାଇଛି।

Share this story